ତିତ୍‌ଲି କ୍ଷତିପୂରଣ ଦାବି: ଧାରଣା ଦ୍ୱିତୀୟ ଦିନରେ

ପାତ୍ରପୁର,୨୭।୧୧(ଡି.ଏନ୍‌.ଏ.): ତିତ୍‌ଲି କ୍ଷୟକ୍ଷତି ପ୍ରଦାନ ଦାବି ନେଇ ଦ୍ୱିତୀୟ ଦିନରେ ୩ଟି ଆଦିବାସୀ ପଞ୍ଚାୟତର ଲୋକେ ପାତ୍ରପୁର ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଛନ୍ତି। ଗତ ତିତ୍‌ଲି ବାତ୍ୟା ବେଳେ ଏହି ତହସିଲର ତୁମ୍ବା, ବୁରାତାଲ ଏବଂ ଆଙ୍କୁଲି ପଞ୍ଚାୟତର ପାହାଡ଼ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଏହା ପରେ ରାଜସ୍ବ ବିଭାଗ ପକ୍ଷରୁ କ୍ଷୟକ୍ଷତି ଆକଳନ ପୂର୍ବକ କ୍ଷତିପୂରଣ ପ୍ରଦାନ କରାଯାଇଥିଲା। ତେବେ ତାଲିକା ପ୍ରସ୍ତୁତ ବେଳେ ଅଣଦେଖା କରାଯାଇ ଅନେକଙ୍କୁ ବାଦ୍‌ ଦିଆ ଯାଇଥିବା ଲୋକେ ଅଭିଯୋଗ କରିଥିଲେ। ପରେ ପୁଣି ତହସିଲ କର୍ମଚାରୀମାନଙ୍କ କ୍ଷୟକ୍ଷତି ଆକଳନ କରାଯାଇଥିଲା। ଯାହାକୁ ନେଇ ଗତ ୧୫ ତାରିଖରେ ଆଦିବାସୀମାନେ ବ୍ଲକ ଏବଂ ତହସିଲ କାର୍ଯ୍ୟାଳୟରେ ଦାବିପତ୍ର ପ୍ରଦାନ କରିଥିଲେ। ଏପରିକି ୨୫ ତାରିଖ ମଧ୍ୟରେ ଦ୍ୱିତୀୟ ସର୍ଭେରେ ଚିହ୍ନଟ ବ୍ୟକ୍ତିମାନଙ୍କୁ ସହାୟତା ଯୋଗାଇଦେବାକୁ ଦୃଷ୍ଟି ନ ଦେଲେ ୨୬ ତାରିଖରେ ଧାରଣା ଦେବାକୁ ଘୋଷଣା କରିଥିଲେ। ଇତିମଧ୍ୟରେ ସହାୟତା ମିଳି ନାହିଁ। ଯାହାକୁ ନେଇ ୩ ପଞ୍ଚାୟତର ଲୋକେ ପହଞ୍ଚି ତହସିଲଦାରଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?