ତିନିମାସ ସତର୍କ ରହିବାକୁ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, ୩ା୭(ବ୍ୟୁରୋ): ବର୍ଷାଋତୁ ଆରମ୍ଭ ହୋଇଯାଇଥିବାରୁ ରାଜ୍ୟରେ ଭେକ୍ଟରବାହିତ ରୋଗ ସଂକ୍ରମଣ ଆଶଙ୍କା ଦେଖାଦେଇଛି। ରୋଗ ସଂକ୍ରମଣ ରୋକିବା ସହ ଆଗାମୀ ଦୁଇତିନି ମାସ ପାଇଁ ସତର୍କ ରହି ପଦକ୍ଷେପ ଗ୍ରହଣ କରିବାକୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମଙ୍ଗଳବାର ସଚିବାଳୟଠାରେ ଏହି ରୋଗ ସଂକ୍ରାନ୍ତରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ରାଜ୍ୟରେ ମ୍ୟାଲେରିଆ, ଡେଙ୍ଗୁ, ଜାପାନିଜ୍‌ ଏନ୍‌ସେଫାଲାଇଟ୍‌(ଜେଇ), ଆକ୍ୟୁଟ୍‌ ଏନ୍‌ସେଫାଲାଇଟ୍‌ ସିଣ୍ଡ୍ରୋମ୍‌(ଏଇଏସ୍‌), ଚିକୁନଗୁନିଆ ଓ ଡାଇରିଆ ଆଦି ରୋଗ ଯେଭଳି କୌଣସି ସ୍ଥାନରେ ନ ବ୍ୟାପେ ସେଥିପାଇଁ ସଜାଗ ରହିବାକୁ ମନ୍ତ୍ରୀ କହିଛନ୍ତି। ଏହିସବୁ ରୋଗ ନିୟନ୍ତ୍ରଣ ପାଇଁ ଗ୍ରହଣ କରାଯାଇଥିବା ପଦକ୍ଷେପ ସମ୍ପର୍କରେ ବୈଠକରେ ବିସ୍ତୃତ ଆଲୋଚନା ହୋଇଛି। ଜେଇ ଓ ଏଇଏସ୍‌ ରୋଗ ଚିହ୍ନଟ ପାଇଁ ସ୍ବତନ୍ତ୍ର ଭାବେ ୯ଟି ସେଣ୍ଟିନାଲ ସାଇଟ୍‌ ପରୀକ୍ଷାଗାର ସମେତ ସର୍ବୋଚ୍ଚ ରେଫରାଲ ପରୀକ୍ଷାଗାର ଭାବେ ଆର୍‌୍‌ଏମ୍‌ଆରସି ରହିଛି। ଏସବୁ ପରୀକ୍ଷାଗାରକୁ ଉପଯୋଗ କରିବା ସହିତ ସମସ୍ତ ରିପୋର୍ଟ ପ୍ରଦାନ କରିବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ନିୟମିତ ଟିକାକରଣ କାର୍ଯ୍ୟକ୍ରମରେ ୧୭ଟି ଜିଲାରେ ଜେଇ ଟିକା ଦିଆଯାଉଥିବାବେଳେ ଚଳିତବର୍ଷ ଏଥିରେ ଆଉ ୭ଟି ଜିଲାକୁ ସାମିଲ କରାଯିବ। ଏହିସବୁ ଜିଲାଗୁଡ଼ିକ ହେଉଛି ଅନୁଗୋଳ, ଭଦ୍ରକ, ବରଗଡ଼, ବଲାଙ୍ଗୀର, ବୌଦ୍ଧ, ଜଗତସିଂହପୁର ଓ ନୟାଗଡ଼। ମ୍ୟାଲେରିଆ ଓ ଡେଙ୍ଗୁ ନିୟନ୍ତ୍ରଣ ପାଇଁ ମଶାରିର ଜରୁରୀ ଆବଶ୍ୟକତା ଥିବାବେଳେ କେନ୍ଦ୍ର ସରକାର ଖୁବ୍‌ଶୀଘ୍ର ୨୬ଲକ୍ଷ ମଶାରି ଯୋଗାଇ ଦେବେ ବୋଲି ବୈଠକରେ ସୂଚନା ଦିଆଯାଇଛି। ତେବେ ଏ କ୍ଷେତ୍ରରେ ସ୍ବାସ୍ଥ୍ୟ ବିଭାଗ ସହିତ ପଞ୍ଚାୟତିରାଜ ଓ ପାନୀୟଜଳ, ବିଦ୍ୟାଳୟ ଓ ଗଣଶିକ୍ଷା, ମହିଳା ଓ ଶିଶୁ ବିକାଶ, ଶିଳ୍ପ ଆଦି ବିଭାଗ ସମନ୍ବୟ ରଖି କାର୍ଯ୍ୟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହି ସମୟରେ କେବିକେ ଜିଲାଗୁଡ଼ିକରେ ରୋଗ ସଂକ୍ରମଣର ଭୟ ଥିବାରୁ ସେଥିପ୍ରତି ବିଶେଷ ଦୃଷ୍ଟି କେବାକୁ କୁହାଯାଇଛି। ରୋଗ ନିୟନ୍ତ୍ରଣ ଏବଂ ପ୍ରତିଷେଧକ ପାଇଁ ତୃଣମୂଳସ୍ତରରୁ ଆଶାକର୍ମୀ ଓ ସମସ୍ତ ସ୍ବାସ୍ଥ୍ୟକର୍ମୀଙ୍କୁ ସାମିଲ କରି ବ୍ୟାପକ ଜନସେଚତନତା ଲାଗି ମତପ୍ରକାଶ ପାଇଛି। କେବିକେଠାରୁ ଆରମ୍ଭକରି ଉପକୂଳ ଜିଲାଗୁଡ଼ିକରେ ଯେପରି ମହାମାରୀ ନ ବ୍ୟାପେ ସେଥିଲାଗି ସ୍ବାସ୍ଥ୍ୟ ସଂକ୍ରାନ୍ତ ସ୍ଥିତି ଉପରେ ଠିକ୍‌ ତଥ୍ୟ ସଂଗ୍ରହ କରି ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଉକ୍ତ ବୈଠକରେ ବିଭାଗୀୟ କମିଶନର ତଥା ଶାସନ ସଚିବ ଡା. ପ୍ରମୋଦ କୁମାର ମେହେର୍ଦ୍ଦା, ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri