ତିନିମାସ ସତର୍କ ରହିବାକୁ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, ୩ା୭(ବ୍ୟୁରୋ): ବର୍ଷାଋତୁ ଆରମ୍ଭ ହୋଇଯାଇଥିବାରୁ ରାଜ୍ୟରେ ଭେକ୍ଟରବାହିତ ରୋଗ ସଂକ୍ରମଣ ଆଶଙ୍କା ଦେଖାଦେଇଛି। ରୋଗ ସଂକ୍ରମଣ ରୋକିବା ସହ ଆଗାମୀ ଦୁଇତିନି ମାସ ପାଇଁ ସତର୍କ ରହି ପଦକ୍ଷେପ ଗ୍ରହଣ କରିବାକୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମଙ୍ଗଳବାର ସଚିବାଳୟଠାରେ ଏହି ରୋଗ ସଂକ୍ରାନ୍ତରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ରାଜ୍ୟରେ ମ୍ୟାଲେରିଆ, ଡେଙ୍ଗୁ, ଜାପାନିଜ୍‌ ଏନ୍‌ସେଫାଲାଇଟ୍‌(ଜେଇ), ଆକ୍ୟୁଟ୍‌ ଏନ୍‌ସେଫାଲାଇଟ୍‌ ସିଣ୍ଡ୍ରୋମ୍‌(ଏଇଏସ୍‌), ଚିକୁନଗୁନିଆ ଓ ଡାଇରିଆ ଆଦି ରୋଗ ଯେଭଳି କୌଣସି ସ୍ଥାନରେ ନ ବ୍ୟାପେ ସେଥିପାଇଁ ସଜାଗ ରହିବାକୁ ମନ୍ତ୍ରୀ କହିଛନ୍ତି। ଏହିସବୁ ରୋଗ ନିୟନ୍ତ୍ରଣ ପାଇଁ ଗ୍ରହଣ କରାଯାଇଥିବା ପଦକ୍ଷେପ ସମ୍ପର୍କରେ ବୈଠକରେ ବିସ୍ତୃତ ଆଲୋଚନା ହୋଇଛି। ଜେଇ ଓ ଏଇଏସ୍‌ ରୋଗ ଚିହ୍ନଟ ପାଇଁ ସ୍ବତନ୍ତ୍ର ଭାବେ ୯ଟି ସେଣ୍ଟିନାଲ ସାଇଟ୍‌ ପରୀକ୍ଷାଗାର ସମେତ ସର୍ବୋଚ୍ଚ ରେଫରାଲ ପରୀକ୍ଷାଗାର ଭାବେ ଆର୍‌୍‌ଏମ୍‌ଆରସି ରହିଛି। ଏସବୁ ପରୀକ୍ଷାଗାରକୁ ଉପଯୋଗ କରିବା ସହିତ ସମସ୍ତ ରିପୋର୍ଟ ପ୍ରଦାନ କରିବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ନିୟମିତ ଟିକାକରଣ କାର୍ଯ୍ୟକ୍ରମରେ ୧୭ଟି ଜିଲାରେ ଜେଇ ଟିକା ଦିଆଯାଉଥିବାବେଳେ ଚଳିତବର୍ଷ ଏଥିରେ ଆଉ ୭ଟି ଜିଲାକୁ ସାମିଲ କରାଯିବ। ଏହିସବୁ ଜିଲାଗୁଡ଼ିକ ହେଉଛି ଅନୁଗୋଳ, ଭଦ୍ରକ, ବରଗଡ଼, ବଲାଙ୍ଗୀର, ବୌଦ୍ଧ, ଜଗତସିଂହପୁର ଓ ନୟାଗଡ଼। ମ୍ୟାଲେରିଆ ଓ ଡେଙ୍ଗୁ ନିୟନ୍ତ୍ରଣ ପାଇଁ ମଶାରିର ଜରୁରୀ ଆବଶ୍ୟକତା ଥିବାବେଳେ କେନ୍ଦ୍ର ସରକାର ଖୁବ୍‌ଶୀଘ୍ର ୨୬ଲକ୍ଷ ମଶାରି ଯୋଗାଇ ଦେବେ ବୋଲି ବୈଠକରେ ସୂଚନା ଦିଆଯାଇଛି। ତେବେ ଏ କ୍ଷେତ୍ରରେ ସ୍ବାସ୍ଥ୍ୟ ବିଭାଗ ସହିତ ପଞ୍ଚାୟତିରାଜ ଓ ପାନୀୟଜଳ, ବିଦ୍ୟାଳୟ ଓ ଗଣଶିକ୍ଷା, ମହିଳା ଓ ଶିଶୁ ବିକାଶ, ଶିଳ୍ପ ଆଦି ବିଭାଗ ସମନ୍ବୟ ରଖି କାର୍ଯ୍ୟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହି ସମୟରେ କେବିକେ ଜିଲାଗୁଡ଼ିକରେ ରୋଗ ସଂକ୍ରମଣର ଭୟ ଥିବାରୁ ସେଥିପ୍ରତି ବିଶେଷ ଦୃଷ୍ଟି କେବାକୁ କୁହାଯାଇଛି। ରୋଗ ନିୟନ୍ତ୍ରଣ ଏବଂ ପ୍ରତିଷେଧକ ପାଇଁ ତୃଣମୂଳସ୍ତରରୁ ଆଶାକର୍ମୀ ଓ ସମସ୍ତ ସ୍ବାସ୍ଥ୍ୟକର୍ମୀଙ୍କୁ ସାମିଲ କରି ବ୍ୟାପକ ଜନସେଚତନତା ଲାଗି ମତପ୍ରକାଶ ପାଇଛି। କେବିକେଠାରୁ ଆରମ୍ଭକରି ଉପକୂଳ ଜିଲାଗୁଡ଼ିକରେ ଯେପରି ମହାମାରୀ ନ ବ୍ୟାପେ ସେଥିଲାଗି ସ୍ବାସ୍ଥ୍ୟ ସଂକ୍ରାନ୍ତ ସ୍ଥିତି ଉପରେ ଠିକ୍‌ ତଥ୍ୟ ସଂଗ୍ରହ କରି ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଉକ୍ତ ବୈଠକରେ ବିଭାଗୀୟ କମିଶନର ତଥା ଶାସନ ସଚିବ ଡା. ପ୍ରମୋଦ କୁମାର ମେହେର୍ଦ୍ଦା, ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କନ୍ୟା ସନ୍ତାନ ପ୍ରସବ କଲେ ନାବାଳିକା, ଧରାପଡ଼ିଲେ ଅଭିଯୁକ୍ତ

ଛେଣ୍ଡିପଦା,୧୮।୬(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକା…

ଘୁଞ୍ଚିଲା ଆର୍‌ଆଇ ପରୀକ୍ଷା, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୮।୬: OSSSC ପକ୍ଷରୁ ଆୟୋଜିତ ହେବାକୁ ଥିବା ଆର୍‌ଆଇ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ୨୦ ତାରିଖରେ ହେବାକୁ ଥିବା ପରୀକ୍ଷା ୨୮ ତାରିଖରେ ହେବ ବୋଲି…

ଫ୍ରାନ୍ସରେ ମୋଦିଙ୍କ ବଡ଼ ବୟାନ, କହିଲେ ଫ୍ରାନ୍ସରେ ମୋଟ ଯେତିକି ଘର ଅଛି ଆମେ ୧୨ ବର୍ଷରେ ସେତିକି ଘର ନିର୍ମାଣ କରିଦେଇଛୁ

ପ୍ୟାରିସ,୧୬।୮: ଗୁରୁବାର (୧୮ ଜୁନ, ୨୦୨୬) ଦିନ ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ ଯେ ପ୍ୟାରିସ ହେଉଛି ରଙ୍ଗର…

ହକି ତାରକା ମନପ୍ରୀତଙ୍କ ରେକର୍ଡ, ଫିଟନେସ ପାଇଁ କୋହଲିଙ୍କୁ ଦେଲେ ଶ୍ରେୟ

ନୂଆଦିଲ୍ଲୀ, ୧୮।୬: ଭାରତୀୟ ହକି ତାରକା ମନପ୍ରୀତ ସିଂ ନିକଟରେ ଭାରତ ପକ୍ଷରୁ ସର୍ବାଧିକ ୪୧୩ ମ୍ୟାଚ ଖେଳିବାର ରେକର୍ଡ ଅର୍ଜନ କରିଛନ୍ତି। ମନପ୍ରୀତ ପୂର୍ବତନ ଅଧିନାୟକ…

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ପ୍ରଶାସନିକସ୍ତରରେ ବଡ଼ ଅଦଳବଦଳ: ଦୁଇ ବରିଷ୍ଠ IAS ଅଧିକାରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର,୧୮।୬: ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ଅଦଳବଦଳ କରାଯାଇଛି। ସରକାରଙ୍କ ପକ୍ଷରୁ ଦୁଇ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ ନୂଆ ତଥା ଅତିରିକ୍ତ ଦାୟିତ୍ୱ…

ଭାଜପା ସହ ବଡ଼ ଗେମ ଖେଳିଦେଲେ ଡିକେ ଶିବକୁମାର! କ୍ରସ-ଭୋଟିଂ କରି ୫ ଆସନ ହାସଲ କଲେ

ବେଙ୍ଗାଲୁରୁ,୧୮।୬: ଡି.କେ. ଶିବକୁମାର କର୍ନାଟକର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ନିର୍ବାଚନୀ ପ୍ରତିଯୋଗିତାରେ, ଗୁରୁବାର (ଜୁନ ୧୮, ୨୦୨୬) ଶାସକ କଂଗ୍ରେସ ଦଳ ସାତଟି ବିଧାନସଭା ପରିଷଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri