Posted inଭଦ୍ରକ

ତିହିଡ଼ିରେ କୋର୍ଟ ପାଇଁ ଚିହ୍ନଟ ହୋଇପାରୁନି ଜମି

ତିହିଡ଼ି, ୨୬।୭(ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ବ୍ଲକରେ ଅତିରିକ୍ତ ଜେଏମ୍‌ଏଫ୍‌ସି କୋର୍ଟ ସହ ଅତିରିକ୍ତ ସିଭିଲ ଜଜ୍‌ କୋର୍ଟ ସ୍ଥାପନ ପାଇଁ ସ୍ଥିର ହୋଇଥିଲା। ମାତ୍ର ଏଥିନିମନ୍ତେ ଜମି ଚିହ୍ନଟ ହୋଇପାରୁ ନ ଥିବା ନେଇ ତିହିଡ଼ି ଓକିଲ ସଂଘର କର୍ମକର୍ତ୍ତାଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ସଂଘ ପକ୍ଷରୁ ଏ ସମ୍ପର୍କରେ ପୁନର୍ବାର ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରାଯାଇ ତୁରନ୍ତ ପଦକ୍ଷେପ ନେବାକୁ ଦାବି କରାଯାଇଛି।
ଉଲ୍ଲେଖନୀୟ ଯେ, ଗତ ଜାନୁୟାରୀ ୧୯ ତାରିଖରେ ଓକିଲ ସଂଘ ପକ୍ଷରୁ ଏ ନେଇ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯିବା ସହ ୧୫ ଦିନ ମଧ୍ୟରେ ପଦକ୍ଷେପ ନେବାକୁ ଦାବି ଜଣାଇଥିଲେ। ଏହାପରେ କୋର୍ଟ ପ୍ରତିଷ୍ଠା ପାଇଁ ସରକାରୀ ଜମି ଚିହ୍ନଟ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ଏପରିକି ସରକାରୀ ଜମି ନ ମିଳିଲେ ଘରୋଇ ଜମି ଚିହ୍ନଟ କରି କ୍ରୟ କରିବା ଏବଂ ଆବଶ୍ୟକ ପଡ଼ିଲେ ଭଡ଼ାଘରେ କୋର୍ଟ ଚଳାଇବା ଲାଗି ହାଇକୋର୍ଟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିଲା। ପ୍ରଶାସନ ପକ୍ଷରୁ କୌଣସି ରିପୋର୍ଟ ପ୍ରଦାନ କରାଯାଇ ନ ଥିବାରୁ ଏପରି ବିଳମ୍ବ ହୋଇଥିବା ଜଣାଯାଇଛି। ଜିଲାର ଅନ୍ୟ ବ୍ଲକଗୁଡ଼ିକରେ ଏହି କୋର୍ଟ ସ୍ଥାପନ ହୋଇଥିବାବେଳେ ତିହିଡ଼ିରେ ହୋଇପାରି ନାହିଁ। ଫଳରେ ବ୍ଲକର ସର୍ବାଧିକ ମାମଲା ଜିଲା କୋର୍ଟରେ ବିଚାର ନ ହୋଇ ପଡ଼ିରହିଛି। ୨୦୧୭ ମସିହା ଜାନୁୟାରୀ ମାସ ପର୍ଯ୍ୟନ୍ତ ଜୁନିୟର ଡିଭିଜନରେ ୪୫୩ଟି ସିଭିଲ୍‌ ଏବଂ ୨୬୨୬ ଫୌଜଦାରି ମାମଲା ବିଚାରାଧୀନ ରହିଛି। ଏଥିଯୋଗୁ ତିହିଡ଼ି ଅଞ୍ଚଳବାସୀ ସମସ୍ୟାର ସମ୍ମୁଖୀନ ହେଉଥିବା କୁହାଯାଇଛି। ଏହି ପରିପ୍ରେକ୍ଷୀରେ ତୁରନ୍ତ ଜମି ଚିହ୍ନଟ କରି କୋର୍ଟ ପ୍ରତିଷ୍ଠା କରାଯିବା ଲାଗି ସଂଘର ସଭାପତି ସୂର୍ଯ୍ୟରଞ୍ଜନ ମିଶ୍ର, ଉପସଭାପତି ମନୋରଞ୍ଜନ ଦାସ, ସମ୍ପାଦକ ବିଷ୍ଣୁଚରଣ ଦାସ, ସହସମ୍ପାଦକ ଗୌରହରି ମହାନ୍ତି ଓ କୋଷାଧ୍ୟକ୍ଷ ତପନ ମିଶ୍ର ପ୍ରମୁଖ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

ଯାତ୍ରୀବାହୀ ବସରେ ଅଧିକ ଭଡ଼ାକୁ ନେଇ ପ୍ରତିବାଦ, ତିହିଡି଼ ଜନସାଧାରଣ ଅଧିକାର ମଞ୍ଚ ପକ୍ଷରୁ ବସରୋକୋ

ତିହିଡି଼,୩୧।୩(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥରେ ଚଳାଚଳ କରୁଥିବା ଯାତ୍ରୀବାହୀ ବସରେ ଧାର୍ଯ୍ୟ ଭଡ଼ା ଠାରୁ ୨ଗୁଣ ଅଧିକ ନିଆଯାଉଥିବା ନେଇ ଅଭିଯୋଗ ହୋଇଛି । ଏହାର…

ଧାନ ସଂଗ୍ରହ କଣ୍ଟକୁ ଦିନେ, ଜିଦିରେ ଅଟଳ ଚାଷୀ

ବାହାନଗା/ତିହିଡ଼ି/ ଭଣ୍ଡାରିପୋଖରୀ, ୩୦ା୩ (ଅରୂପ କୁମାର ଦାସ/ସଞ୍ଜିତ ବଳ/ ରାଜେନ୍ଦ୍ର ଶତପଥୀ ): ବାଲେଶ୍ୱର ଜିଲା ବାହାନଗା ବ୍ଲକ୍‌ ଖନ୍ତାପଡ଼ାଠାରେ ଚାଷୀ ଅସନ୍ତୋଷ ଦେଖିବାକୁ ମିଳିଛି। ଟୋକନ…

ମଣ୍ଡିରେ ପଡିରହି ଗଜା ମାରିଲାଣି ଧାନ: ବସ୍ତା ରଖି ଚାଷୀଙ୍କ ରାଜ୍ୟ ରାଜପଥ ଅବରୋଧ

ତିହିଡି଼,୨୯।୩(ସଞ୍ଜିତ ବଳ):ମଣ୍ଡିରେ ପଡ଼ି ବର୍ଷା ଖାଇ ଧାନ ଗଜା ମାରିଲାଣି । ହେଲେ ଯୋଗାଣ ବିଭାଗ ଅଥବା ମିଲରଙ୍କ ଏଥିପ୍ରତି ଭ୍ରୁକ୍ଷେପ ନାହିଁ । ଯାହାଫଳରେ ଚାଷୀମାନେ…

ଚାଲିଥିଲା ପୂଜା, ହଠାତ ବନ୍ଧୁକ ଧରି ଗୁଳି ଚଳାଇଲେ ନାବାଳକ, ଚୂଡ଼ାମଣି ସାମୁଦ୍ରିକ ଥାନା କର୍ମଚାରୀ…

ବାସୁଦେବପୁର, ୨୫।୩(ନାରାୟଣ ପ୍ରସାଦ ବାରିକ): ବାସୁଦେବପୁର ବ୍ଲକ ଶାଶୁ ଭୁଆସୁଣୀ ଗ୍ରାମରେ ବୁଧବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳକଙ୍କ ଦ୍ୱାରା ହୋଇଥିବା ଗୁଳି…

ହଠାତ୍‌ ବଦଳିଗଲା ପାଗ: ଧୂଳିଝଡ଼ ସହ କୁଆପଥର ମାଡ଼

ବନ୍ତ,୨୫ା୩(କିଶୋର କୁମାର ସେଠୀ): ବୁଧବାର ଅପରାହ୍ନରେ ହଠାତ୍‌ ପାଗ ବଦଳିଯିବା ସହ ବନ୍ତ ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ପ୍ରବଳ ବେଗରେ ପବନ,…

ଦୁର୍ଘଟଣା ନେଲା ପୁଅଙ୍କ ଜୀବନ: ରାସ୍ତାରେ ଟାୟାର ଜାଳି…

ତିହିଡି଼,୨୫।୩(ସଞ୍ଜିତ ବଳ):ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ତିହିଡି଼ ଥାନା ଅଧୀନ କୋହ୍ଲ ବଜାରରେ ବୁଧବାର ମଧ୍ୟାହ୍ନରେ ଉତ୍ତ୍ୟକ୍ତ ଲୋକମାନେ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି l ମଙ୍ଗଳବାର…

ମାମୁ ଘର ଆଗରେ ଖେଳୁଥିଲେ ଭୁଷୁଡ଼ିଲା  କାନ୍ଥ:  ଆଖିବୁଜିଲା  କୁନି ଝିଅ, ମା’ ବଡ଼ ଝିଅ…

ତିହିଡି଼,୨୩।୩(ସଞ୍ଜିତ ବଳ): ତିହିଡି଼ ବ୍ଲକ ପୀରହାଟ ଥାନା ସାହାପୁର ପଞ୍ଚାୟତ ଅଧୀନ କାଶୀପୁର ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଅଘଟଣ ଘଟିଛି l ଗ୍ରାମର ନାରାୟଣ ବେହେରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri