ତିହିଡ଼ି: ହରିବୋଲରୁ ଶ୍ରୀଗୁଣ୍ଡିଚାରେ ତିନିଠାକୁର

ତିହିଡ଼ି, ୪।୭ (ଡି.ଏନ.ଏ.) – ଭଦ୍ରକ ଜିଲା ସଦର ବ୍ଲକ କେଶପୁରସ୍ଥିତ ହରିବୋଲ କ୍ଷେତ୍ରରେ ଗୁରୁବାର ପବିତ୍ର ଘୋଷଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଶତାଧିକ ଶ୍ରଦ୍ଧାଳୁଙ୍କ ଶଙ୍ଖ, ହୁଳହୁଳି, ହରିବୋଲ ଓ ଜୟ ଜଗନ୍ନାଥ ଧ୍ୱନିରେ ଭାବମୟ ପରିବେଶ ସୃଷ୍ଟି ହୋଇଥିଲା। ଘଣ୍ଟ, ମୃଦଙ୍ଗ, କାହାଳୀ ଓ ଭକ୍ତଙ୍କ ଧ୍ୱନିରେ କ୍ଷେତ୍ର କମ୍ପି ଉଠିଥିଲା। ସକାଳ ୬ ଟାରେ ଦ୍ୱାରପାଳ ପୂଜା ପରେ ସୂର୍ଯ୍ୟପୂଜା କରାଯାଇଥିଲା। ୭ଟାରେ ରଥ ସଂସ୍କାର ଓ ଧ୍ୱଜାରୋପଣ ପରେ ଶ୍ରୀଜଗନ୍ନାଥଙ୍କ ଆଜ୍ଞାମାଳ ରଥରେ ଅର୍ପଣ କରାଯାଇଥିଲା। ଏହାପରେ ଶ୍ରୀଜୀଉମାନଙ୍କର ସ୍ନାନ ଓ ପୂଜନ କରାଯାଇଥିଲା। ପୂର୍ବାହ୍ନ ୧୧ଟା ବେଳେ ମହାସୁଦର୍ଶନଙ୍କ ପହଣ୍ଡି ବିଜେ କରାଯାଇ ଦେବଦଳନ ରଥରେ ରଖାଯାଇଥିଲା। ପରେ ଶ୍ରୀବଳଭଦ୍ର, ମାତା ସୁଭଦ୍ରା ଓ ଶ୍ରୀଜଗନ୍ନାଥଙ୍କ ପହଣ୍ଡି ବିଜେ କରାଯାଇ ରଥାରୁଢ଼ କରାଯାଇଥିଲା। ଜିଲାପାଳ ଜ୍ଞାନରଞ୍ଜନ ଦାଶଙ୍କୁ ଶୋଭାଯାତ୍ରାରେ ରଥ ପର୍ଯ୍ୟନ୍ତ ନିଆଯାଇଥିଲା। ସେ ୩ ରଥରେ ଛେରାପହଁରା କରିଥିଲେ। ପରେ ତିହିଡ଼ି ବ୍ଲକ ଗୁଆମାଳ ପଞ୍ଚାୟତ ଅଧୀନ ମୋଡ଼ସାହିସ୍ଥିତ ମାଉସୀମା ମନ୍ଦିରକୁ ରଥଟଣା ହୋଇଥିଲା। ମହିଳାମାନେ ସୁଭଦ୍ରାଙ୍କ ଦେବଦଳନ ରଥକୁ ଟାଣିଥିଲେ।
ରଥ ପରିଚାଳନା କମିଟି ସଭାପତି ନଗେନ୍ଦ୍ର ପ୍ରସାଦ ଦାସ, ସମ୍ପାଦକ ଶ୍ରୀଧର ପୁହାଣ, ସନ୍ତୋଷ ନାୟକ, ସରୋଜ କୁମାର ପଣ୍ଡା, ଚନ୍ଦ୍ରକାନ୍ତ ବେହେରା, ପତିତପାବନ ପଣ୍ଡା, ବିଷ୍ଣୁମୋହନ ସେଠୀ ଏବଂ ମାଉସୀମା ମନ୍ଦିର କମିଟି ସଭାପତି ଲକ୍ଷ୍ମୀକାନ୍ତ ଖୁଣ୍ଟିଆ, ସମ୍ପାଦକ ରବିନାରାୟଣ ସାମଲ, ସନାତନ ଜେନା ପ୍ରମୁଖ ପରିଚାଳନା କରିଥିଲେ। ତିହିଡ଼ି ସ୍ବାସ୍ଥ୍ୟକେନ୍ଦ୍ର, ଅଗ୍ନିଶମ ଓ ଜଳ ପରିମଳ ବିଭାଗ ପକ୍ଷରୁ ସେବା ଯୋଗାଇ ଦିଆଯାଇଥିଲା। ପୋଲିସ ପ୍ରଶାସନ ପକ୍ଷରୁ ଆଇନଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣ କରାଯାଇଥିଲା। ସେହିପରି ତିହିଡ଼ି ବ୍ଲକର ପୀରହାଟ, ଚାରିତରଫ, ମଙ୍ଗରାଜପୁର, ମୂଷାଙ୍ଗ, କୋହ୍ଲ, ତାଳପଦା, କାଳିମେଘା, ନୂଆନନ୍ଦ ଆଦି ବିଭିନ୍ନ ସ୍ଥାନରେ ରଥଯାତ୍ରା ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପାଠ୍ୟପୁସ୍ତକ ତ୍ରୁଟି ଘଟଣା; ମନୋଜ ପାଢ଼ୀଙ୍କୁ ସର୍ତ୍ତମୂଳକ ଜାମିନ, କୋର୍ଟ ରଖିଲେ ଏହି ସର୍ତ୍ତ

କଟକ,୫।୮(ପ୍ରଭୁକଲ୍ୟାଣ ପାଲ୍): ସ୍କୁଲ ପାଠ୍ୟ ପୁସ୍ତକ ତ୍ରୁଟି ମାମଲାରେ ଏସସିଇଆରଟିର ପୂର୍ବତନ ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କୁ ସର୍ତ୍ତ ମୂଳକ ଜାମିନ ପ୍ରଦାନ କରାଯାଇଛି । କଟକ ସ୍ୱତନ୍ତ୍ର…

ପୁଅ ହେବ ତ ଏମିତି… ପାଲିଙ୍କିରେ ମାତା-ପିତାଙ୍କୁ ବସାଇ ୧୫ କିମି ପଦଯାତ୍ରା, ଝୁମରନାଥ ଧାମ ଦର୍ଶନ କରାଇଲେ

ଲକ୍ଷ୍ନୌ,୫।୮: ଉତ୍ତର ପ୍ରଦେଶର ଲଲିତପୁର ଜିଲାରୁ ସାମ୍ନାକୁ ଆସିଛି ଭକ୍ତି, ସେବା ଓ ସଂସ୍କାରର ଏକ ପ୍ରେରଣାଦାୟକ ଚିତ୍ର । ବାର କସ୍ବାର ମୋତିଖେଡ଼ା ଗ୍ରାମର ବାସିନ୍ଦା…

୨୦୨୭ ODI ବିଶ୍ୱକପକୁ ନେଇ ଆସିଲା ବଡ଼ ଅପଡେଟ: କାର୍ଯ୍ୟସୂଚୀ ଘୋଷଣା କଲା ICC

ନୂଆଦିଲ୍ଲୀ,୫।୮: 2027 ODI ବିଶ୍ୱକପର କାର୍ଯ୍ୟସୂଚୀକୁ ନେଇ ଏକ ବଡ଼ ଅପଡେଟ ପ୍ରକାଶ ପାଇଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଟୁର୍ଣ୍ଣାମେଣ୍ଟର ଯୋଗ୍ୟତା ପର୍ଯ୍ୟାୟ ପାଇଁ ତାରିଖ…

ବିଭିନ୍ନ ସରକାରୀ ଅନୁଷ୍ଠାନକୁ ଅଚାନକ ଗସ୍ତ କଲେ ଜିଲାପାଳ, କାର୍ଯ୍ୟପ୍ରଣାଳୀ ଅନୁଧ୍ୟାନ କରି…

ନବରଙ୍ଗପୁର,୫ା୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାପାଳ ଡ. ମହେଶ୍ୱର ସ୍ବାଇଁ ବୁଧବାର ନନ୍ଦାହାଣ୍ଡି ବ୍ଲକ ଅନ୍ତର୍ଗତ ନନ୍ଦାହାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର (CHC), ନିସ୍ନାହାଣ୍ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ…

ବେକରେ ଓଢ଼ଣୀ ବାନ୍ଧି ଝୁଲିପଡ଼ିଲେ ଦଶମ ଶ୍ରେଣୀ ଛାତ୍ରୀ, ପଢ଼ା ଖାତା ଜବତ କରି ପୋଲିସ…

ଝରିଗାଁ,୫ା୮(କିଶୋର ଚନ୍ଦ୍ର ମଣ୍ଡଳ): ବେକରେ ଓଢ଼ଣୀ ଦେଇ ଝୁଲି ପଡ଼ିଛନ୍ତି ଜଣେ ଦଶମ ଶ୍ରେଣୀ ଛାତ୍ରୀ। ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚଚା ପଞ୍ଚାୟତ ଅନ୍ତର୍ଗତ ଗବାଗୁଡ଼ା…

ସୁପ୍ରିମକୋର୍ଟ ଛାତ୍ରମାନଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ସପକ୍ଷରେ ନାହାନ୍ତି

ନୂଆଦିଲ୍ଲୀ,୫।୮: ଜଣେ ଆବେଦନକାରୀ କୌଣସି ରାଜନୈତିକ ସମାଧାନ ଆଧାରରେ ଛାତ୍ର ପ୍ରତିବାଦ ସମୟରେ ବିଶୃଙ୍ଖଳା ସମ୍ବନ୍ଧୀୟ ମାମଲା ପ୍ରତ୍ୟାହାର କରିବାକୁ ବିରୋଧ କରିଛନ୍ତି। ଆବେଦନରେ ଆୟୋଜକଙ୍କ ଉପରେ…

ଫିଲ୍ମ ନା ଆଉ କିଛି…କେଉଁଥିରୁ ଏତେଟଙ୍କା କମାନ୍ତି ଉଦୟନିଧି ଷ୍ଟାଲିନ୍‌? ଜାଣନ୍ତୁ ନେଟଓ଼୍ବର୍ଥ

ନୂଆଦିଲ୍ଲୀ,୫।୮: ତାମିଲନାଡୁ ରାଜନୀତିରେ ଆଜିକାଲି ପ୍ରବଳ ହଲଚଲ ଦେଖିବାକୁ ମିଳୁଛି। ତାଞ୍ଜାଭୁରରେ ଆୟୋଜିତ ଏକ ଜନସଭା ସମୟରେ ଅଭିନେତ୍ରୀ ତ୍ରିଷା କୃଷ୍ଣନଙ୍କୁ ନେଇ ଦିଆଯାଇଥିବା ବିବାଦୀୟ ବକ୍ତବ୍ୟ…

‘ମୁଁ ଏମକେ ଷ୍ଟାଲିନଙ୍କ ପୁଅ…,’କାହିଁକି ଏମିତି କହିଲେ ଉଦୟନିଧି? ଏବେ ବିଜୟଙ୍କୁ କଲେଣି ଟାର୍ଗେଟ

ଚେନ୍ନାଇ,୫।୮: ଅଭିନେତ୍ରୀ ତ୍ରିଶାଙ୍କ ବିଷୟରେ ଦୁଇ-ଆକ୍ଷେପ ମନ୍ତବ୍ୟ ଦେବା ଅଭିଯୋଗରେ ଗିରଫ ହେବାର କିଛି ଘଣ୍ଟା ପରେ ଉଦୟନିଧି ଷ୍ଟାଲିନଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଥିଲା। ମୁକ୍ତି ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri