ତୁଟିନି ଅନ୍ଧବିଶ୍ୱାସ: ଶବଦାହ କଲେ ସ୍ବେଚ୍ଛାସେବୀ

ବରଗଡ଼ ଅଫିସ୍‌,୧୭।୪-ଅନ୍ଧବିଶ୍ୱାସ, ସାମାଜିକ କୁସଂସ୍କାର ଏବେ ମଧ୍ୟ ଦୂରୀଭୁତ ହୋଇ ପାରିନାହିଁ। ପରିବାରର ଜଣେ କୁଷ୍ଠ ରୋଗାକ୍ରାନ୍ତ ବୋଲି ବରଗଡ଼ ସହର ଉପକଣ୍ଠ ବରଡ଼ୋଲ ଗ୍ରାମର ଜଣେ ମହିଳାଙ୍କ ଶବଦାହ ପାଇଁ ସମ୍ପର୍କୀୟ କିମ୍ବା ସାହି ପଡ଼ିଶା ଲୋକ ବାହାରିଲେ ନାହିଁ। ଶେଷରେ ଶୁକ୍ରବାର ବରଗଡ଼ର ଏକ ସାମାଜିକ ଅନୁଷ୍ଠାନ ନିଷ୍ଠା ପରିବାରର ସ୍ବେଚ୍ଛାସେବୀମାନେ ସମ୍ପୃକ୍ତ ଅସହାୟ ମହିଳାଙ୍କ ଶବଦାହ କରିଛନ୍ତି। ମୃତା ଜଣକ ଉକ୍ତ ଗ୍ରାମର ମିଥିଲା ସାହୁ(୪୮)। ତାଙ୍କର ଜଣେ ବଡ଼ଭାଇ ବ୍ୟତୀତ ପରିବାରରେ ଆଉ କେହି ନାହାନ୍ତି। ମୃତା ରୋଗାକ୍ରାନ୍ତ ଥିଲେ। ଶୁକ୍ରବାର ତାଙ୍କ ଦେହାନ୍ତ ହୋଇଥିଲା। ତେବେ ମହିଳାଙ୍କ ଜଣେ ସମ୍ପର୍କୀୟ କୁଷ୍ଠ ରୋଗାକ୍ରାନ୍ତ ଥିବାଯୋଗୁ ଶବ ସଂସ୍କାର ପାଇଁ କେହି ସମ୍ପର୍କୀୟ କିମ୍ବର ସାହି ପଡ଼ିଶା ଲୋକ ଆସି ନଥିଲେ। ପୋଲିସଠାରୁ ସୂଚନା ପାଇ ନିଷ୍ଠା ପରିବାରର ସ୍ବେଚ୍ଛାସେବୀମାନେ ପହଞ୍ଚି ଚାରିକାନ୍ଧ ଦେବା ସହିତ ସ୍ଥାନୀୟ ଜୀରାନଦୀ କୂଳ ସ୍ବର୍ଗଦ୍ୱାରକୁ ମୃତଦେହ ନେଇ ସେଠାରେ ସଂସ୍କାର କରିଥିଲେ। ନିଷ୍ଠା ପରିବାରର ସଭାପତି ରକ୍ଷପାଳ ସାହୁ, ସମ୍ପାଦକ ଅଶ୍ୱିନୀ ତ୍ରିପାଠୀ, ସମ୍ପାଦକ ଅଶ୍ୱିନୀ ତ୍ରିପାଠୀ, କୋଷାଧ୍ୟକ୍ଷ ଶ୍ୟାମସୁନ୍ଦର ସାହୁ, ରୋହିତ ସାହୁ, କ୍ଷୀରୋଦ୍ର ସାହୁ, ଲିଙ୍ଗରାଜ ସାହୁ, ଜୟନ୍ତ ପ୍ରଧାନ ପ୍ରମୁଖ ଏଥିରେ ସକ୍ରିୟ ଅଂଶଗ୍ରହଣ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ନିଶାନ୍ତ ବାର ସ୍ଥାନାନ୍ତର ପାଇଁ ତେଜିଲା ଦାବି: ଆନ୍ଦୋଳନ ଚେତାବନୀ ଦେଲେ ଓ୍ବାର୍ଡବାସୀ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା -ଟିଟିଲାଗଡ ସହରକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ପାର୍ଶରେ ନିଶାନ୍ତ ବାର ଖୋଲିବାକୁ ପ୍ରୟାସ ଚାଲିଛି। ୱାର୍ଡବାସୀ…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଭିତରକନିକାରେ ୯୨ ବଉଳା କୁମ୍ଭୀର ବସା ଚିହ୍ନଟ

ରାଜନଗର,୧୧ା୭(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ସୁଦ୍ଧା ନଦୀ, ନାଳରେ ବାସ କରୁଥିବା ବିରଳ ବଉଳା କୁମ୍ଭୀରଙ୍କ ୯୨ ବସା ଚିହ୍ନଟ ହୋଇଥିବା ଶୁକ୍ରବାର ବନବିଭାଗ ସୂତ୍ରରୁ…

ଜୀବିତ ରୋଗୀଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଆଉ ତା’ପରେ…

କାମାକ୍ଷାନଗର, ୧୧।୭ (ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଜୀବିତ ରୋଗୀଙ୍କୁ ଚିକିତ୍ସା…

ସାତୁଲୀ ୟୁଥ୍ କ୍ଲବ୍ କ୍ରିକେଟ ଟୁର୍ନାମେଣ୍ଟ: ସେମିଫାଇନାଲରେ ଅଙ୍ଗାରଗାଁର ଦମଦାର ବିଜୟ, ଫାଇନାଲରେ…

ଗଞ୍ଜାମ,୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସନ୍ତୋଷପୁର ପଞ୍ଚାୟତ ଅଧୀନସ୍ଥ ସାତୁଲୀ ୟୁଥ୍ କ୍ଲବ୍ ଆନୁକୂଲ୍ୟରେ ଚାଲିଥିବା କ୍ରିକେଟ ଟୁର୍ନାମେଣ୍ଟର ଶୁକ୍ରବାର ଦିନ ସେମିଫାଇନାଲ ମ୍ୟାଚ୍ ଅନୁଷ୍ଠିତ ହୋଇଯାଇଛି।…

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ସମଣା ଘାଟରୁ ଉଠୁନି ଗୋଟେ ମୁଠା ବାଲି; ତଥାପି ପୋଲିସ,ପ୍ରଶାସନ, ମୁଖ୍ୟମନ୍ତ୍ରୀଙ୍କୁ ମିଛ ଟାର୍ଗେଟ: ପ୍ରତିବାଦରେ ଗର୍ଜିଲେ…

ହାଟଡିହୀ,୧୦।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ସମଣା ବାଲିଘାଟକୁ ନେଇ ଚାଲିଥିବା ଇଚ୍ଛାକୃତ ଅପପ୍ରଚାର ଓ ଷଡ଼ଯନ୍ତ୍ର ବିରୋଧରେ ଗ୍ରାମବାସୀ ସ୍ୱର ଉତ୍ତୋଳନ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri