ତୁଟିଲା ଟୋକନ ବିବାଦ: ନଡ଼ିଆ ଫଟାଇ ଧାନବିକ୍ରିର ଶୁଭାରମ୍ଭ କଲେ ଚାଷୀ

ବରଗଡ଼ ଅଫିସ,୨୨।୧୧: ରାଜ୍ୟ ସରକାରଙ୍କ ଟୋକନ ବ୍ୟବସ୍ଥାକୁ ନେଇ ଗତ କିଛିଦିନ ଧରି ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାରେ ଦେଖାଯାଇଥିବା ଅଚଳାବସ୍ଥା ଆପାତତଃ ଦୂର ହୋଇଛି। ଗୁରୁବାର ବରଗଡ଼ ଜିଲା ଅତାବିରା ଥାନା ଗୋଡଭଗା ସମଲେଶ୍ବରୀ ମନ୍ଦିର ସମ୍ମୁଖ ରାଜପଥ ଉପରେ ଚାଲିଥିବା ଚାଷୀଙ୍କ ଆନ୍ଦୋଳନସ୍ଥଳରେ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ, ଜିଲା ଯୋଜନା କମିଟି ଅଧ୍ୟକ୍ଷ ତଥା ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ, ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ପ୍ରମୁଖ ପହଞ୍ଚି ବିନା ଟୋକନରେ ମଣ୍ଡିକୁ ଆସିଥିବା ସମସ୍ତ ଧାନ କିଣାଯିବ ବୋଲି ନିର୍ଭର ପ୍ରତିଶ୍ରୁତି ଦେଇଥିଲେ। ପରେ ଚାଷୀ ମହଲରେ ଆଶ୍ବସ୍ତି ପରିଲକ୍ଷିତ ହୋଇଥିବା ବେଳେ ଧାନ କିଣାବିକା ସ୍ବାଭାବିକ ହେବାରେ ଲାଗିଛି।
ଏହି କ୍ରମରେ ଶୁକ୍ରବାର ବରଗଡ଼ ନିୟନ୍ତ୍ରିତ ବଜାର କମିଟି (ଆର୍‌ଏମ୍‌ସି) ଅଧୀନ କଲାପାଣି ମଣ୍ଡିରୁ ଧାନ ଉଠାଣ ତଥା ବିକ୍ରି ଆରମ୍ଭ ହୋଇଛି। ବରାହଗୋଡା ଗ୍ରାମର ଚାଷୀ କୃଷ୍ଣ ସାହୁ ନଡ଼ିଆ ଫଟାଇ ଧାନବିକ୍ରିର ଶୁଭାରମ୍ଭ କରିଥିଲେ। ଏହାପରେ ଗତ ୧୬ ତାରିଖରୁ ଉକ୍ତ ମଣ୍ଡିକୁ ସେ ଆଣିଥିବା ୧୬୦ ପକେଟ ଧାନ ବିକ୍ରି ହୋଇଥିଲା। ଧାନ ବିକ୍ରିର ଶୁଭାରମ୍ଭ ସମୟରେ ବିଧାୟକ ଦେବେଶ ଆଚାର୍ଯ୍ୟ, ଆରଏମସି ସମ୍ପାଦକ ଦୁର୍ଗାପ୍ରସାଦ ଛୁରିଆ, ସହକାରୀ ସମବାୟ ନିବନ୍ଧକ ଶରତ ଚନ୍ଦ୍ର ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri