‘ତୁମେ ଫେରିଆସ ଇର୍ଫାନ’: ଦୀପିକା

ମୁମ୍ବାଇ: ବଲିଉଡ୍‌ ଅଭିନେତା ଇର୍ଫାନ୍‌ ଖାଁ ଜୀବିତ ନ ଥିଲେ ମଧ୍ୟ ଅନେକଙ୍କ ମନରେ ସେ ଆଜିବି ଜୀବିତ ହୋଇ ରହିଛନ୍ତି। ତାଙ୍କ ମୃତ୍ୟୁକୁ କେହି ସହଜରେ ଗ୍ରହଣ କରିପାରୁ ନାହାନ୍ତି। ବଲିଉଡ୍‌ ସେଲିବ୍ରିଟି ହୁଅନ୍ତୁ ଅବା ସାଧାରଣ ଜନତା ସଭିଙ୍କ ହୃଦୟରେ ଯୁଗ ଯୁଗ ଧରି ବସା ବାନ୍ଧି ରହିବ ଇର୍ଫାନଙ୍କ ଜୀବନ୍ତ ଅଭିନୟ। ନିକଟରେ ବଲିଉଡ୍‌ ନାୟିକା ଦୀପିକା ପାଦୁକୋନ ଏମିତି ଏକ ଭିଡିଓ ଶେୟାର କରିଛନ୍ତି ଯାହାକୁ ଦେଖିବା ପରେ ପୁଣି ଇର୍ଫାନଙ୍କ ପାଇଁ ସମସ୍ତଙ୍କ ଆଖିରେ ଲୁହ ଆସିଯାଇଛି। ‘ପିକୁ’ ଫିଲ୍ମରେ ଇର୍ଫାନଙ୍କ ସହ ଦୀପିକା ବ୍ୟାଡମିଣ୍ଟନ ଖେଳିବାର ଏକ ଭିଡିଓକୁ ସୋସିଆଲ ମିଡିଆରେ ଶେୟାର କରିବା ସହ ଏକ ଇମୋଜି ଦେଇ ଲେଖିଛନ୍ତି, ପ୍ଲିଜ୍‌ ତୁମେ ଫେରିଆସ ଇର୍ଫାନ’।

୨୦୧୫ ମେ’ ୮ରେ ‘ପିକୁ’ ରିଲିଜ ହୋଇଥିବା ବେଳେ ଏହାର ୫ ବର୍ଷ ପୂର୍ତ୍ତି ଅବସରରେ ଦୀପିକା ଇର୍ଫାନଙ୍କ ସହ ଥିବା ତାଙ୍କ ଭିଡିଓଟିକୁ ଶେୟାର କରିଛନ୍ତି। ଯାହା ଦର୍ଶକଙ୍କ ଆଖିରେ ଲୁହ ଭରି ଦେଇଛି। ୨୯ ଏପ୍ରିଲ ୨୦୨୦ରେ ଇର୍ଫାନଙ୍କ ପରଲୋକ ହୋଇଥିବା ବେଳେ ଏବେବି ଏହାକୁ କେହି ସହଜରେ ଗ୍ରହଣ ପରିପାରୁ ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶାସକ, ଶାସନ ଓ ସଭ୍ୟତା

ତ କିଛି ବର୍ଷ ପୂର୍ବେ ‘ମୋଗଲ ତାମସା’ର ଏକ ମଞ୍ଚାଭିନୟ ଦେଖିବାର ସୁଯୋଗ ପାଇଥିଲି, ଯାହାକୁ ପରିଚାଳନା କରୁଥିଲେ ଭଦ୍ରକର ବାଦଲ ସିକଦାର। ନୃତ୍ୟ ଓ ଅଭିନୟର…

୬୩ ବର୍ଷ ତଳେ ପେଟ୍ରୋଲ ଦର ଥିଲା ୭୨ ପଇସା, ରସିଦ୍‌ ପ୍ରଦାନ କରି ଅବସରପ୍ରାପ୍ତ ଏସ୍‌ବିଆଇ ଅଧିକାରୀ କହିଲେ…

କଟକ ସଦର,୨୪ା୮(ସୁଶାନ୍ତ କୁମାର ଜେନା): ବର୍ତ୍ତମାନ ପେଟ୍ରୋଲ ଦର ସ୍ଥାନ ବିଶେଷରେ ୧୧୦ ଟଙ୍କାରେ ପହଞ୍ଚିଲାଣି। ଦର ବଢ଼ିବା ସହିତ ଚାହିଦା ମଧ୍ୟ ଦିନକୁ ଦିନ ବୃଦ୍ଧି…

ରାଜ୍ୟରୁ ୨୪ ହଜାର ଶିଶୁ ନିଖୋଜ: ୨୦୨୪ରେ ସର୍ବାଧିକ ୬,୨୨୩ ନିଖୋଜ, ୮୭% ଝିଅ

ଭୁବନେଶ୍ୱର,୨୪।୮(ତ୍ରିନାଥ ମହାନ୍ତି ): ଯାଜପୁର ଜିଲାର ପିହୁ ହେଉ ଅବା ନୟାଗଡ଼ର ପରୀ। ରାଜ୍ୟର ବିଭିନ୍ନ ଜିଲାରୁ କୋମଳମତି ଶିଶୁ ନିଖୋଜ ହୋଇଯାଉଛନ୍ତି। ସେମାନଙ୍କୁ ଖୋଜିବା ପାଇଁ…

ପିଆଜ ଦର ବୃଦ୍ଧି ଉପରେ ସରକାରଙ୍କ ବଡ଼ ଆକ୍ସନ, ଏବେ ଏଇଠୁ ଆସିଲା ପରେ ମିଳିବ ଶସ୍ତା ପିଆଜ

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବୃଦ୍ଧିରେ ପୁଣି ଥରେ ଚେପା ହେଲେଣି ସାଧାରଣ ପରିବାରର। ଦେଶର ଅନେକ ସ୍ଥାନରେ ଦର ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଏହି ବୃଦ୍ଧିକୁ…

ବେଆଇନ ଗଛକଟା, ଲଘୁ ଖଣିଜ ସମ୍ପଦ ଲୁଟ୍‌, ମାସକ ମଧ୍ୟରେ ରିପୋର୍ଟ ଲୋଡ଼ିଲେ ଏନ୍‌ଜିଟି

ଭୁବନେଶ୍ୱର,୨୪।୮(ରବିନାରାୟଣ ଜେନା): ରାଜ୍ୟରେ ଲଘୁ ଖଣିଜ ସମ୍ପଦ ମନଇଚ୍ଛା ଖୋଳା ଚାଲିଛି। ସରକାରୀ ନୀତି ଗୋଟିଏ କଥା କହୁଥିବାବେଳେ ଲିଜ୍‌ଧାରୀମାନେ ସେସବୁକୁ ଭ୍ରୂକ୍ଷେପ ନ କରି ଯେଉଁଠି…

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri