ତୁଳୁ-ମାର୍କଣ୍ଡି ରାସ୍ତାରେ ପାଣି

ଗୋପାଳପୁର,୩୦ା୯-ଗତ କିଛିଦିନ ଧରି ଗଞ୍ଜାମ ଜିଲାରେ ହୋଇଥିବା ଲଗାଣ ବର୍ଷାରେ ଗ୍ରାମାଞ୍ଚଳର ରାସ୍ତାଘାଟ, ଚାଷଜମି ଏବେଯାଏ ଜଳମଗ୍ନ ହୋଇ ରହିଛି। ଫଳରେ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏବେବି କେତେକ ସ୍ଥାନରେ ବର୍ଷା ଲାଗି ରହିଛି। ରଙ୍ଗେଇଲୁଣ୍ଡା ବ୍ଲକ ମାର୍କଣ୍ଡି ପଞ୍ଚାୟତ ତୁଳୁ ଠାରୁ ମାର୍କଣ୍ଡି ସଂଯୋଗ କରୁଥିବା ରାସ୍ତା ଉପରେ ବର୍ଷାଜଳ ପ୍ରବାହିତ ହେଉଛି। ଫଳରେ ଲୋକେ ବିପଦସଙ୍କୁଳ ଅବସ୍ଥାରେ ଯାତାୟାତ କରୁଛନ୍ତି।
ପ୍ରକାଶ ଯେ, ତୁଳୁ-ମାର୍କଣ୍ଡି ରାସ୍ତାରେ ରହିଛି ପାଟନାଳର ଏକ ପୋଲ। ଘୋଡକା ନାଳର ପାଣି ଏହି ପାଟନାଳ ଦେଇ ସମୁଦ୍ରରେ ପଡିଥାଏ। ଜୋରରେ ବର୍ଷାହେଲେ ପାଟନାଳଦେଇ ପାଣି ନିଷ୍କାସନ ହୋଇ ନ ପାରି ରାସ୍ତା ଉପରେ ସୁଅ ଛୁଟେ। ଫଳରେ ମାର୍କଣ୍ଡି ଗ୍ରାମବାସୀଙ୍କ ଚିନ୍ତା ବଢିଯାଏ। ବିପଦସଙ୍କୁଳ ଅବସ୍ଥାରେ ଜୀବନକୁ ବାଜି ଲଗାଇ ଯାତାୟାତ କରନ୍ତି। ଅନେକ ସମୟରେ ଦୁର୍ଘଟଣା ମଧ୍ୟ ଘଟେ। ଏହାକୁ ଦୃଷ୍ଟିରେ ରଖି ୨୦୧୨ରେ ରଣ୍ଢା, ତୁଳୁ ଓ ମାର୍କଣ୍ଡି ଦେଇ ରାସ୍ତା ନିର୍ମାଣ ପାଇଁ ୯ କୋଟି ଟଙ୍କା ମଞ୍ଜୁର ହୋଇଥିଲା। ତୁଳୁ ପର୍ଯ୍ୟନ୍ତ ରାସ୍ତା ସମ୍ପୂର୍ଣ୍ଣ ହୋଇଥିବାବେଳେ ପାଟନାଳ ଉପରେ ଏକ ପୋଲ ହୋଇଛି। ମାତ୍ର ଏହାର ସଂଯୋଗୀକରଣ ରାସ୍ତା ଜମିବାବଦ ଯୋଗୁ ସମ୍ପୂର୍ଣ୍ଣ ହୋଇପାରୁନାହିଁ। ପ୍ରାୟ ୪ ବର୍ଷ ହେଲା କାମ ବନ୍ଦ ରହିଛି। ଏନେଇ ପ୍ରଶାସନ ପକ୍ଷରୁ କୌଣସି ତତ୍ପରତା ଦେଖାଯାଉନାହିଁ। ମାର୍କଣ୍ଡି ଗ୍ରାମରେ ପ୍ରାୟ ନୋଳିଆ ସମ୍ପ୍ରଦାୟର ଲୋକେ ରୁହନ୍ତି।
ଏ ସମ୍ପର୍କରେ ପୂର୍ତ୍ତ ବିଭାଗର ଉପ ନିର୍ବାହୀଯନ୍ତ୍ରୀ ରାମଚନ୍ଦ୍ର ସେଠୀଙ୍କୁ ପଚାରିବାରୁ, ଏନେଇ ଉଚ୍ଚ ପଦାଧିକାରୀଙ୍କୁ ଜଣାଇ ଦିଆଯାଇଛି। ଜମିଜମା ସମସ୍ୟା ରହିଥିବାଯୋଗୁ କାମ ସମ୍ପୂର୍ଣ୍ଣ ହୋଇପାରୁନଥିଲା। ଏବେ ଏହି ଜମି ସମସ୍ୟାର ସମାଧାନ ହୋଇଯାଇଛି। ବର୍ଷା କମିଲେ ଖୁବଶୀଘ୍ର ଉକ୍ତ କାର୍ଯ୍ୟ ଆରମ୍ଭ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri