Posted inଖେଳ

ତୃତୀୟ ଟେଷ୍ଟ: ଦକ୍ଷିଣ ଆଫ୍ରିକା ଫଲୋଅନ୍‌

ପୋର୍ଟ ଏଲିଜାବେଥ,୨୦।୧- ଏଠାରେ ଚାଲିଥିବା ଇଂଲଣ୍ଡ ବିପକ୍ଷ ତୃତୀୟ ଟେଷ୍ଟ ମ୍ୟାଚ୍‌ରେ ଘରୋଇ ଦକ୍ଷିଣ ଆଫ୍ରିକା ଫଲୋଅନ୍‌ ହୋଇ ପରାଜୟ ଦ୍ୱାରରେ ପହଞ୍ଚିଛି। ଟସ୍‌ ଜିତି ଇଂଲଣ୍ଡ ପ୍ରଥମ ଇନିଂସରେ ୧୫୨ ଓଭରରେ ୯ ଉଇକେଟ ହରାଇ ୪୯୯ ରନ କରି ପାଳି ଘୋଷଣା କରିଥିଲା। ଜବାବରେ ଦକ୍ଷିଣ ଆଫ୍ରିକା ପ୍ରଥମ ଇନିଂସରେ ୮୬.୪ ଓଭରରେ ୨୦୯ ରନ କରି ଅଲଆଉଟ ହୋଇ ୨୯୦ ରନ ପଛରେ ପଡି ଫଲୋଅନ୍‌ ହୋଇଥିଲା। ଫଲୋଅନ ହୋଇ ଦ୍ୱିତୀୟ ଇନିଂସ ଆରମ୍ଭ କରି ଦକ୍ଷିଣ ଆଫ୍ରିକା ଚତୁର୍ଥ ଦିବସ ଖେଳ ଶେଷ ସୁଦ୍ଧା ୬୨ ଓଭରରେ ୬ ଉଇକେଟ ହରାଇ ୧୦୨ ରନ ସଂଗ୍ରହ କରି ବିପଦରେ ପଡିଛି। ମ୍ୟାଚ୍‌ ଆଉ ଗୋଟିଏ ଦିନ ବାକିଥିବା ବେଳେ ଫଲୋଅନ୍‌ ଏଡାଇବା ପାଇଁ ଦକ୍ଷିଣ ଆଫ୍ରିକା ୪ ଉଇକେଟ ହାତରେ ରଖି ଆଉ ୧୮୮ ରନ ଆବଶ୍ୟକ କରୁଛି। ଷ୍ଟମ୍ପ ଅପସାରଣ ବେଳକୁ ଭର୍ନନ ଫିଲାଣ୍ଡର ୧୩ ଓ କେଶବ ମହାରାଜ ୫ ରନକରି ଅପରାଜିତ ରହିଛନ୍ତି। ଦଳ ତରଫରୁ ଅଧିନାୟକ ଫାଫ୍‌ ଡୁପ୍ଲେସି ସର୍ବାଧିକ ୩୬ ରନ କରିଥିବାବେଳେ ବାକି ସମସ୍ତେ ବିଫଳ ହୋଇଥିଲେ। ଇଂଲଣ୍ଡ ପକ୍ଷରୁ ବୋଲିଂରେ ଜୋ ରୁଟ୍‌ ସର୍ବାଧିକ ୪, ମାର୍କ ଉଡ୍‌ ଦୁଇଟି ଉଇକେଟ ଅକ୍ତିଆର କରିଥିଲେ। ଅସମାପ୍ତ ପ୍ରଥମ ଇନିଂସ ସ୍କୋର ୨୦୮/୬ରୁ ଦକ୍ଷିଣ ଆଫ୍ରିକା ଖେଳ ଆରମ୍ଭ କରି ଆଉ ମାତ୍ର ୧ ରନରେ ବାକି ୪ ଉଇକେଟ ହରାଇ ଅଲଆଉଟ ହୋଇଥିଲା।
ସଂକ୍ଷିପ୍ତ ସ୍କୋର:
ଇଂଲଣ୍ଡ ପ୍ରଥମ ଇନିଂସ- ୧୫୨ ଓଭରରେ ୪୯୯/୯ ଇନିଂସ ଘୋଷଣା।
ଦକ୍ଷିଣ ଆଫ୍ରିକା ପ୍ରଥମ ଇନିଂସ- ୮୬.୪ ଓଭରରେ ୨୦୯ ରନ ଅଲଆଉ।
ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଇନିଂସ- ୬୨ ଓଭରରେ ୧୦୨/୬ ଫଲୋଅନ
(ଡୁପ୍ଲେସି- ୩୬, ଫିଲାଣ୍ଡର- ୧୩*, ମହାରାଜ- ୫*, ରୁଟ୍‌-୪/୩୧, ଉଡ୍‌- ୨/୨୩)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଜି ଆର୍ଜେଣ୍ଟିନା ପାଇଁ ମେସିଙ୍କ ଶେଷ ମ୍ୟାଚ୍‌

ବୁଏନସ ଆରିଜ,୬ା୧୦: ଫୁଟବଲ ସୁପରଷ୍ଟାର ଲିଓନେଲ ମେସି ମଙ୍ଗଳବାର ଇଷ୍ଟାଡିଓ ମାନୁମେଣ୍ଟାଲଠାରେ ବେନିନ ବିପକ୍ଷରେ ଆର୍ଜେଣ୍ଟିନା ପାଇଁ ତାଙ୍କର ବିଦାୟୀ ମ୍ୟାଚ୍‌ ଖେଳିବେ। ଡିଏଗୋ ମାରାଡୋନାଙ୍କ ପରେ…

ହରମନପ୍ରୀତ କୌରଙ୍କ ପରେ ଭାରତୀୟ ଦଳର ପରବର୍ତ୍ତୀ ଅଧିନାୟିକା କିଏ? ନାମ ଆସିଲା ସାମ୍ନାକୁ

ନୂଆଦିଲ୍ଲୀ,୬।୧୦: ଗୁଆହାଟୀରେ ଅନୁଷ୍ଠିତ BCCI ସମୀକ୍ଷା ବୈଠକର ମାତ୍ର ଗୋଟିଏ ଦିନ ପରେ, ହରମନପ୍ରୀତ କୌର ସମସ୍ତ ଫର୍ମାଟରୁ ଅଧିନାୟକ ପଦ ଛାଡ଼ିବାକୁ ନିଷ୍ପତ୍ତି ନେଇ ସମସ୍ତଙ୍କୁ…

ବିଦାୟ ନେଲେ ଅଜିତ ଅଗରକର, ପରବର୍ତ୍ତୀ ମୁଖ୍ୟ ଚୟନକର୍ତ୍ତା କିଏ ହେବେ? ରେସ୍‌ରେ ଅଛନ୍ତି ଏମାନେ..

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟେରେ ବଡ଼ ଧରଣର ପରିବର୍ତ୍ତନ ହେବାକୁ ଯାଉଛି। ବିସିସିଆଇ (BCCI)ର ବରିଷ୍ଠ ଚୟନ କମିଟିର ମୁଖ୍ୟ ଅଜିତ ଅଗରକରଙ୍କ କାର୍ଯ୍ୟକାଳ ଅକ୍ଟୋବର ୪ ରେ…

ହଠାତ ଏମିତି ଏକ ନିଷ୍ପତ୍ତି ନେଇ ସମସ୍ତଙ୍କୁ ଚମକାଇ ଦେଲେ ଏହି କ୍ରିକେଟର, ଏକ ଭାବପ୍ରବଣ ସୋସିଆଲ ମିଡିଆ ପୋଷ୍ଟ ମାଧ୍ୟମରେ କହିଲେ…

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟକ ପଦରୁ ସମସ୍ତ ଫର୍ମାଟରେ ଓହରିଯିବାକୁ ନିଷ୍ପତ୍ତି ନେଇଛନ୍ତି। ସେ ଏକ ଭାବପୂର୍ଣ୍ଣ ପୋଷ୍ଟ ମାଧ୍ୟମରେ ଏହି…

‘ମିଡିଆ ଚାପ ଯୋଗୁ ବୈଭବ ସୂର୍ଯ୍ୟବଂଶୀଙ୍କ ଚୟନ ହୋଇଥିଲା…’ କୋଚ ଗମ୍ଭୀରଙ୍କୁ ନେଇ ଚାଞ୍ଚଲ୍ୟକର ଦାବି କଲେ ଅଭିଜ୍ଞ ଖେଳାଳି

ନୂଆଦିଲ୍ଲୀ,୬।୧୦: ପୂର୍ବତନ କ୍ରିକେଟର ସୁବ୍ରମଣ୍ୟମ ବଦ୍ରିନାଥ ଦାବି କରିଛନ୍ତି ଯେ ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ଗଣମାଧ୍ୟମର ଚାପ ଯୋଗୁ ବୈଭବ ସୂର୍ଯ୍ୟବଂଶୀଙ୍କୁ…

ଆଜି ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପ୍ରଥମ ଟି୨୦: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ଲକ୍ଷ୍ନୌ,୬ା୧୦(ପିଟି): ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜର ପ୍ରଥମ ମ୍ୟାଚ୍‌ ମଙ୍ଗଳବାର ଖେଳାଯିବ। ଗତ ଶନିବାର ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ହାସଲ କରିଥିବା…

ଯାହା କୋହଲି-ସୂର୍ଯ୍ୟକୁମାର କରିପାରି ନ ଥିଲେ ତାହା କରିଦେଖାଇବେ ଶ୍ରେୟସ ଆୟର: ବଡ଼ ରେକର୍ଡର ସୁଯୋଗ

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ଟିମ ଇଣ୍ଡିଆର ଅଧିନାୟକ ଶ୍ରେୟସ ଆୟରଙ୍କ ପାଇଁ ଏକ ବଡ଼ ସୁଯୋଗ ନେଇ ଆସିଛି। ଏହି ସିରିଜ୍ରେ ସେ ଏମିତି…

ସୂର୍ଯ୍ୟକୁମାରଙ୍କୁ ଲାଗିଲା ଝଟକା: ସବୁଠୁ ବିଦା, ଅନ୍ଧାରରେ କ୍ୟାରିୟର

ମୁମ୍ବାଇ,୬।୧୦: ଭାରତର ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ପାଇଁ ଏବେ ଚିନ୍ତା ବଢ଼ିଛି। ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ଏବେ ମୁମ୍ବାଇର ରଣଜୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?