ନୂଆଦିଲ୍ଲୀ,୨୬-୧୧: ୨୦୧୯-୨୦ ଆର୍ଥତ୍କ ବର୍ଷରେ ଦ୍ୱିତୀୟ ତ୍ରୈମାସରେ ଦେଶର ଜିଡ଼ିପି ଅଭିବୃଦ୍ଧି ୬ ବର୍ଷର ସର୍ବନିମ୍ନ ସ୍ତର ୫%କୁ କମିଛି। ଏହା ତୃତୀୟ ତ୍ରୈମାସରେ ଆହୁରି ଖସିବ ବୋଲି ସିଙ୍ଗାପୁର ଭିତ୍ତିକ ଡିବିଏସ୍ ବ୍ୟାଙ୍କ ପକ୍ଷରୁ ଅନୁମାନ କରାଯାଇଛି। ବ୍ୟାଙ୍କ ଏହାର ରିପୋର୍ଟରେ କହିଛି ଯେ, ଅକ୍ଟୋବର-ଡିସେମ୍ବରରେ ଭାରତା ବିକାଶ ହାର ହ୍ରାସ ଘଟି ୪.୩% ରହିପାରେ। ଘରୋଇ କ୍ଷେତ୍ର ଆର୍ଥତ୍କ କାର୍ଯ୍ୟକଳାପ ହ୍ରାସ ହେବା ଯୋଗୁ ଏହା ବିଭିନ୍ନ କ୍ଷେତ୍ର ଉପରେ ପ୍ରଭାବ ପକାଉଛି। ଏଥିଯୋଗୁ ଚାହିଦା ମଧ୍ୟ ପ୍ରଭାବିତ ସ୍ଥିତିରେ ରହିବ ବୋଲି ଆକଳନ କରାଯାଉଛି। ଏହି ସମୟରେ ନୂଆ ପ୍ରକଳ୍ପ ଘୋଷଣା ସର୍ବନିମ୍ନ ସ୍ତରରେ ରହିଛି। କଞ୍ଜ୍ୟୁମର ଡ୍ୟୁରେବଲ୍ସ, କ୍ୟାପିଟାଲ ଗୁଡସ ଏବଂ ବିଭିନ୍ନ ସାମଗ୍ରୀ କ୍ଷେତ୍ରରେ ଉତ୍ପାଦନ ହାର ମନ୍ଥର ରହିଛି। ଲୋକମାନଙ୍କର ରୋଜଗାର ଭଳି ପ୍ରସଙ୍ଗ ଉପଭୋକ୍ତାଙ୍କ ମନୋଭାବ ଉପରେ ଗଭୀର ପ୍ରଭାବ ପକାଉଥିବା ରିଜର୍ଭ ବ୍ୟାଙ୍କ ଏହାର ରିପୋର୍ଟରେ ଉଲ୍ଲେଖ କରିଛି। ପ୍ରତ୍ୟକ୍ଷ ଏବଂ ପରୋକ୍ଷ ଟିକସ ସଂଗ୍ରହ କମ୍ ହେଉ ଥିବାରୁ ଏହା ଚାହିଦାରେ ହ୍ରାସକୁ ଦର୍ଶାଉଛି। ବ୍ୟାଙ୍କ ଏବଂ ଅଣ ବ୍ୟାଙ୍କିଙ୍ଗ ବିତ୍ତ ପ୍ରତିଷ୍ଠାନଗୁଡିକରେ ଋଣ ଅଭିବୃଦ୍ଧି ପୂର୍ବ ତୁଳନାରେ ମନ୍ଥର ସ୍ଥିତିରେ ରହିଛି। ଏଭଳି ସ୍ଥିତିରେ ସନ୍ତୁଳନ ରକ୍ଷା ଲାଗି ବିତ୍ତିୟ ଖର୍ଚ୍ଚ ତ୍ୱରିତ ହେବାର ସମ୍ଭାବନା ରହିଛି। ସାଧାରଣ ନିର୍ବାଚନ ଯୋଗୁ ଋଣ ପ୍ରଦାନ ହାର ୬ ମାସ ମଧ୍ୟରେ ଧିମା ରହିଥିଲା। ଅଣ ତୈଳ ଏବଂଅଣ ସୁନା ସାମଗ୍ରୀ ଆମଦାନୀ ହ୍ରାସ ହେବା ଯୋଗୁ ଏହା ବ୍ୟବସାୟ କ୍ଷେତ୍ରରେ ସନ୍ତୁଳନ ଆସିବା ଦିଗରେ ସହାୟକ ହୋଇପାରେ।
ଇଲେକ୍ଟ୍ରୋନିକ୍ସ ହବ୍ ହେବ ଭାରତ: ଘରୋଇ ଉତ୍ପାଦନ ବୃଦ୍ଧି ପାଇଁ କେନ୍ଦ୍ର ସରକାରଙ୍କ ୪.୬ ବିଲିୟନ ଡଲାର ଅନୁଦାନ
ନୂଆଦିଲ୍ଲୀ,୨ା୧: ଭାରତ ସରକାର ଦେଶର ଇଲେକ୍ଟ୍ରୋନିକ୍ସ ଯୋଗାଣ ଶୃଙ୍ଖଳାକୁ ଅଧିକ ସୁଦୃଢ଼ କରିବା ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଶୁକ୍ରବାର ଆଇଟି (IT) ମନ୍ତ୍ରଣାଳୟ...
ଯିବାକୁ ପଡିବନି RTO: ଏଣିକି ଘରେ ବସି ରିନ୍ୟୁ ହେବ ଡ୍ରାଇଭିଂ ଲାଇସେନ୍ସ, ଜାଣନ୍ତୁ ପୂରା ପ୍ରକ୍ରିୟା
ନୂଆଦିଲ୍ଲୀ,୨।୧: ଯଦି ଆପଣଙ୍କର ଡ୍ରାଇଭିଂ ଲାଇସେନ୍ସ (DL) ୨୦୨୬ରେ ଶେଷ ହେବାକୁ ଯାଉଛି, ତେବେ ଚିନ୍ତା କରିବାର କୌଣସି ଆବଶ୍ୟକତା ନାହିଁ। ଭାରତରେ ଆପଣଙ୍କର ଡ୍ରାଇଭିଂ...
ନୂଆବର୍ଷରେ ଖୁସି ଖବର, ଶସ୍ତା ହେଲା ଘରୋଇ ଗ୍ୟାସ
ନୂଆଦିଲ୍ଲୀ,୨।୧: ନୂଆବର୍ଷ ଆରମ୍ଭ ହେବା ପୂର୍ୱରୁ, ଗ୍ୟାସ ଗ୍ରାହକଙ୍କ ପାଇଁ ଏକ ଖୁସି ଖବର। ସାର୍ୱଜନୀନ କ୍ଷେତ୍ରର କମ୍ପାନୀ ଗେଲ ଗ୍ୟାସ ଲିମିଟେଡ ଘରୋଇ ରୋଷେଇ...
ଏହି ନୂଆବର୍ଷରେ ଘର ତିଆରି ହେବ ମହଙ୍ଗା, ବୃଦ୍ଧି ପାଇବ ସିମେଣ୍ଟ ଦର, ବ୍ୟାଗ୍ ପିଛା…
ନୂଆଦିଲ୍ଲୀ,୨ା୧: ନୂଆବର୍ଷ ଅବସରରେ ମୁଦ୍ରାସ୍ଫୀତି ସମ୍ପର୍କରେ ନିରାଶାଜନକ ଖବର ଆସିଛି। ପ୍ରକୃତରେ କମ୍ପାନୀଗୁଡ଼ିକ ସିମେଣ୍ଟର ମୂଲ୍ୟ ବୃଦ୍ଧି କରିବାକୁ ପ୍ରସ୍ତୁତ ହେଉଛନ୍ତି। ଏକ ରିପୋର୍ଟ ଅନୁଯାୟୀ,...
LICକୁ ଲାଗିଲା ଝଟକା: ୨ ଦିନରେ ବୁଡିଗଲା ୧୧୪୦୦ କୋଟି ଟଙ୍କା, ଜାଣନ୍ତୁ କେମିତି…
ନୂଆଦିଲ୍ଲୀ,୨।୧: ସରକାରଙ୍କ ସିଗାରେଟ୍ ବିଡ଼ି ଏବଂ ପାନ ମସଲା ଗୁଟଖାର ମୂଲ୍ୟ ବୃଦ୍ଧି ନିଷ୍ପତ୍ତି ପରେ, ITC ଶେୟାରରେ ତୀବ୍ର ହ୍ରାସ ଘଟୁଛି। ଏହା ଉଲ୍ଲେଖନୀୟ...
ଡିସେମ୍ବରରେ ବଢ଼ିଲା GST ସଂଗ୍ରହ: ୧.୭୪ ଲକ୍ଷ କୋଟି ଟଙ୍କା ଛୁଇଁଲା ରାଜସ୍ୱ
ନୂଆଦିଲ୍ଲୀ,୧।୧: ଦେଶରେ ବସ୍ତୁ ଓ ସେବା କର (GST) ସଂଗ୍ରହ କ୍ଷେତ୍ରରେ ପୁଣି ଉତ୍ସାହଜନକ ଅଭିବୃଦ୍ଧି ଦେଖିବାକୁ ମିଳିଛି। ଗତ ନଭେମ୍ବର ମାସର ମନ୍ଥରତା ପରେ...
ସିଗାରେଟ୍, ବିଡ଼ି, ପାନ ମସଲା ହେବ ମହଙ୍ଗା: ଏହି ତାରିଖରୁ ଲାଗୁ ହେବାକୁ ଯାଉଛି ନୂଆ TAX
ନୂଆଦିଲ୍ଲୀ,୧।୧: ଯଦି ସିଗାରେଟ, ବିଡ଼ି, ପାନ ମସଲା ଇତ୍ୟାଦି ଆପଣଙ୍କ ଅଭ୍ୟାସର ଅଂଶ ଏବଂ ଆପଣ ଏହା ବିନା କିଛି ଅଭାବ ଅନୁଭବ କରୁଛନ୍ତି, ତେବେ...
Stock Market Today: ନୂଆବର୍ଷର ପ୍ରଥମ ଦିନରେ ଉପର ମୁହାଁ ଷ୍ଟକ ମାର୍କେଟ, ମାଲେମାଲ ନିବେଶକ
ନୂଆଦିଲ୍ଲୀ,୧।୧: ନୂତନ ବର୍ଷର ପ୍ରଥମ ଦିନ, ଜାନୁଆରୀ ୧, ୨୦୨୬ ରେ ଭାରତୀୟ ଷ୍ଟକ୍ ବଜାର ଜୋରଦାର ଆରମ୍ଭ ହୋଇଛି । ସକାଳ ପ୍ରାୟ ୯ଟା...
Archives


