Posted inଜାତୀୟ

ତୃତୀୟ ଦିନରେ ଡାକ୍ତରଙ୍କ ଆନ୍ଦୋଳନ

ନୂଆଦିଲ୍ଲୀ୨।୮: ଦିଲ୍ଲୀରେ ନ୍ୟାଶନାଲ ମେଡିକାଲ କମିଶନ ବିଲ୍‌(ଏନ୍‌ଏମ୍‌ସି) ବିରୋଧରେ ଡାକ୍ତରଙ୍କ ବିରୋଧ ଜାରି ରହିଛି। ଦିଲ୍ଲୀ ଏମ୍ସ ଡାକ୍ତରଙ୍କ ଆନ୍ଦୋଳନ ଶୁକ୍ରବାରକୁ ତୃତୀୟ ଦିନରେ ପହଞ୍ଚିଛି। ଆନ୍ଦୋଳନ ଯୋଗୁ ଡାକ୍ତରମାନେ କାର୍ଯ୍ୟରେ ଯୋଗଦେଉ ନ ଥିବାରୁ ରୋଗୀସେବା ବ୍ୟାହତ ହୋଇଛି। ଏହି ବିଲ୍‌ ଡାକ୍ତରଙ୍କ ସପକ୍ଷରେ ଥିବା ସହ ଆନ୍ଦୋଳନରେ ନ ଯିବା ପାଇଁ କେନ୍ଦ୍ର ସ୍ବାସ୍ଥ୍ୟ ରାଷ୍ଟ୍ରମନ୍ତ୍ରୀ ଅଶ୍ୱିନୀ ଚୌବେ ଡାକ୍ତରଙ୍କୁ ନିବେଦନ କରିଥିବା ସତ୍ତ୍ୱେ ମଧ୍ୟ ସେମାନେ ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରଖିଛନ୍ତି। ସୂଚନାଯୋଗ୍ୟ, ୨୯ ଜୁଲାଇକୁ ଏନ୍‌ଏମ୍‌ସି ବିଲ୍‌ ଲୋକ ସଭାରେ ଗୃହୀତ ହୋଇଥିବା ବେଳେ ଗୁରୁବାର ରାଜ୍ୟ ସଭାରେ ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ଏହାକୁ ଅନୁମୋଦନ କରାଇବାରେ ସଫଳ ହୋଇଛନ୍ତି। ଏନେଇ ସାରା ଦେଶର ଡାକ୍ତରମାନେ ବିରୋଧ କରିବା ସହ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏହି ବିଲ୍‌ ପାରିତ ହେବା ପରେ ଆସନ୍ତା ୩ବର୍ଷ ମଧ୍ୟରେ ନ୍ୟାଶନାଲ ମେଡିକାଲ କମିଶନ ଗଠନ କରାଯିବ। ଏହା ପୂର୍ବରୁ ମେଡିକାଲ କାଉନସିଲ ଅଫ ଇଣ୍ଡିଆ ନିକଟରେ ଆଡମିଶନ, ମେଡିକାଲ ଶିକ୍ଷା ଏବଂ ଡାକ୍ତରଙ୍କ ସହ ଜଡିତ ଥିବା ସମସ୍ତ କାର୍ଯ ରହିଥିଲା। କିନ୍ତୁ ଏହି ବିଲ୍‌ ଅନୁମୋଦନ ହେବା ପରେ ଏହି ସବୁ କାର୍ଯ୍ୟ ଏନ୍‌ଏମ୍‌ସି ହାତକୁ ଚାଲିଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

ଚାଷୀଙ୍କ ପାଇଁ ଖୁସି ଖବର, ଏହି ଦିନ ମିଳିବ PM KISANର ୨୩ତମ କିସ୍ତି

ନୂଆଦିଲ୍ଲୀ,୧୬।୬: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନାର ୨୩ତମ କିସ୍ତିକୁ ନେଇ ସାରା ଦେଶର ଚାଷୀ ଅପେକ୍ଷା କରିଛନ୍ତି । ଏବେ ଦେଶର କୋଟି କୋଟି ଚାଷୀଙ୍କୁ…

୧୬ମାସ ପରେ ଟ୍ରମ୍ପଙ୍କୁ ଭେଟିଲେ ମୋଦି, ଦେଖୁଦେଖୁ କରିଦେଲେ…

ନୂଆଦିଲ୍ଲୀ,୧୬।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ G7 ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଛି। ଦୁଇ…

ଘର ବାରିପଟେ କ୍ରିକେଟ ଖେଳୁଥିଲେ, ଆକାଶରୁ ଖସିଲା ମୃତ୍ୟୁ; ବଜ୍ରପାତରେ ଚାଲିଗଲା ୧୭ ବର୍ଷୀୟ…

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଅନ୍ତର୍ଗତ ଦଶିପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଆକସ୍ମିକ ବଜ୍ରପାତ କାରଣରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri