ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଚାର ଆଉ ୪ ଦିନ: ଭୋଟରଙ୍କୁ ମନାଇବାକୁ ଜୋରଦାର କସରତ

ଅନୁଗୋଳ ଅଫିସ, ୧୮।୪- ତୃତୀୟ ପର୍ଯ୍ୟାୟ ମତଦାନ ଆସନ୍ତା ୨୩ ତାରିଖରେ ଅନୁଷ୍ଠିତ ହେବ। ତେଣୁ ପ୍ରଚାର ପାଇଁ ପ୍ରାର୍ଥୀଙ୍କ ହାତରେ ଆଉ ମାତ୍ର ୪ ଦିନ ସମୟ। ଏହା ଭିତରେ ସେମାନେ ଯେମିତି ହେଉ ଭୋଟରଙ୍କୁ ମନାଇବାକୁ ଲକ୍ଷ୍ୟ ରଖିଛନ୍ତି। ତେଣୁ ସକାଳୁ ରାତି ଯାଏ ପ୍ରମୁଖ ୩ ଦଳର ପ୍ରାର୍ଥୀମାନେ ଜୋରଦାର କସରତ ଆରମ୍ଭ କରିଦେଇଛନ୍ତି।

ଦୁଇଦିନ ତଳେ ଭାଜପା ତାହାର ଷ୍ଟାର ପ୍ରଚାରକ ତଥା ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଆଣି ଅନୁଗୋଳରେ ପ୍ରଚାର କରିଥିଲା। ଏହାଛଡ଼ା ଦଳର ଅନ୍ୟ ଷ୍ଟାର ପ୍ରଚାରକ ତଥା ସିନେ ତାରକାମାନେ ବିଭିନ୍ନ ନିର୍ବାଚନମଣ୍ଡଳୀରେ ପ୍ରଚାରର ମଙ୍ଗ ଧରିଛନ୍ତି। ସେହିପରି ବିଜେଡିର ଷ୍ଟାର ପ୍ରଚାରକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଅନୁଗୋଳ ଜିଲା ଗସ୍ତରେ ଆସି ପ୍ରଚାର କାର୍ଯ୍ୟକୁ ଜୋରଦାର କରିବେ। ସେ ପାଲଲହଡ଼ା ଓ ଅନୁଗୋଳ ନିର୍ବାଚନମଣ୍ଡଳୀରେ ସଭାମାନ କରି ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ। କିନ୍ତୁ କଂଗ୍ରେସର ଷ୍ଟାର ପ୍ରଚାରକ ଭାବେ କିଏ ଜିଲାରେ ପ୍ରଚାର କରିବେ ତାହା ଏଯାଏ ଜଣାପଡ଼ି ନାହିଁ। ତେବେ କେବଳ ଷ୍ଟାର ପ୍ରଚାରକଙ୍କ ଉପରେ ନିର୍ଭର ନ କରି ବା ସେମାନଙ୍କୁ ଅପେକ୍ଷା ନ କରି ବିଜେଡି, ଭାଜପା ଓ କଂଗ୍ରେସ ଦଳର ପ୍ରାର୍ଥୀମାନେ ଗଁା ଗଁା ବୁଲି ପ୍ରଚାର ଚଳାଇଛନ୍ତି। ସମୟ ସରି ସରି ଆସୁଥିବାରୁ ସେମାନେ କିପରି ଅଧିକରୁ ଅଧିକ ଭୋଟରଙ୍କୁ ଭେଟି ସମର୍ଥନ ପାଇପାରିବେ ସେଥିପାଇଁ ପ୍ରୟାସ ଜାରି ରଖିଛନ୍ତି। ବିଭିନ୍ନ ଉନ୍ନୟନ କାର୍ଯ୍ୟ ପାଇଁ ପ୍ରତିଶ୍ରୁତି ରଖିବା ସହ ବିପକ୍ଷ ଦଳର ପ୍ରାର୍ଥୀଙ୍କ ଦୋଷ ଦୁର୍ବଳତା ବଖାଣୁଛନ୍ତି। ଅନୁଗୋଳର ଭାଜପା ପ୍ରାର୍ଥୀ ପ୍ରତାପ ଚନ୍ଦ୍ର ପ୍ରଧାନ ଅନ୍ୟ ଦଳରୁ ନେତା ଓ କର୍ମୀଙ୍କୁ ଆଣି ଭାଜପାରେ ମିଶ୍ରଣ କରାଇବା କାର୍ଯ୍ୟ ଜାରି ରଖିବା ସହ ବିଭିନ୍ନ ଅଞ୍ଚଳରେ ଜୋରଦାର ପ୍ରଚାର ଚଳାଇଛନ୍ତି। କଂଗ୍ରେସ ପ୍ରାର୍ଥୀ ବିପ୍ଳବ ଜେନା ମଧ୍ୟ ଦୁଆର ଦୁଆର ବୁଲି ଲୋକଙ୍କ ସମସ୍ୟା ଦୂର କରିବାକୁ ପ୍ରତିଶ୍ରୁତି ଦେଉଛନ୍ତି। ଏପରି କି ୧୫ ବର୍ଷ ଧରି ବିଜେଡି ବିଧାୟକ ଯାହା କରିପାରି ନାହାନ୍ତି ତାଙ୍କୁ ସୁଯୋଗ ମିଳିଲେ ତାହା କରି ଦେଖାଇଦେବେ ବୋଲି କହିବୁଲୁଥିବା ଦେଖାଯାଉଛି। ସେହିପରି ବିଜେଡି ପ୍ରାର୍ଥୀ ରଜନୀକାନ୍ତ ସିଂ କ୍ଷମତାକୁ ଆସିଲେ ଲୋକମାନଙ୍କ ଅସୁବିଧା ସବୁ ଦୂର କରାଯିବ ବୋଲି ପ୍ରତିଶ୍ରୁତିମାନ ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ମୋହନା ପୋଲିସ ପକ୍ଷରୁ ନୂତନ ଜଳଛତ୍ର ଉଦଘାଟନ: ସଚେତନ ବାର୍ତ୍ତା ଦେଲେ ଥାନା ଅଧିକାରୀ

ମୋହନା,୭।୪: ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲା ମୋହନା ଥାନା ପକ୍ଷରୁ ଆଜି ନୂତନ ଜଳଛତ୍ର ଖୋଲାଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri