ତୃତୀୟ ପର୍ଯ୍ୟାୟ ରଥକାଠ ପହଞ୍ଚିଲା : ୨ରେ ରଥକାଠ ଚିରଟ ଅନୁକୂଳ

ପୁରୀ ଅଫିସ,୩୧ା୩: ଚଳିତବର୍ଷ ରଥଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ତିନି ରଥ ନିର୍ମାଣ ଲାଗି ସୋମବାର ପୁରୀରେ ତୃତୀୟ ପର୍ଯ୍ୟାୟ ରଥକାଠ ପହଞ୍ଚତ୍ଛି। ନୟାଗଡ଼ ଜିଲା ଦଶପଲ୍ଲା ବନାଞ୍ଚଳରୁ ୨୧ ଖଣ୍ଡ କାଠ ଆସିଛି। ଏଥିରେ ୨୦ ଫୁଟିଆ ଅସନ ୯ ଖଣ୍ଡ, ୧୨ ଫୁଟିଆ ଅସନ ୬ ଖଣ୍ଡ, ୨୦ ଫୁଟିଆ ଧଉରା ୬ ଖଣ୍ଡ ରହିଛି ବୋଲି ଶ୍ରୀମନ୍ଦିର ମୁଖ୍ୟ ତତ୍ତ୍ବାବଧାରକ ସୁଦର୍ଶନ ମେକାପ କହିଛନ୍ତି।
ରଥ ସଂହିତା ଅନୁଯାୟୀ, ତିନିରଥ ନିର୍ମାଣ ଲାଗି ୮୬୫ ଖଣ୍ଡ କାଠ ଆବଶ୍ୟକ ହୋଇଥାଏ। ଗତବର୍ଷ ଆସିଥିବା କାଠ ମଧ୍ୟରୁ ୧୯୩ ଖଣ୍ଡ ବଳକା ରହିଛି। ଏଥର ୬୭୨ ଖଣ୍ଡ କାଠ ଆସିବ। ଏଥିମଧ୍ୟରୁ ୨୬୬ ଖଣ୍ଡ କାଠ କଟକ ଖପୁରିଆସ୍ଥିତ ସ’ ମିଲ୍‌କୁ ଏବଂ ୪୦୬ ଖଣ୍ଡ କାଠ ରଥଖଳାକୁ ଆସିବ। ବର୍ତ୍ତମାନ ସୁଦ୍ଧା ୧୨୫ ଖଣ୍ଡ କାଠ ପହଞ୍ଚତ୍ଛି। ଆସନ୍ତା ୨ତାରିଖ ରାମନବମୀରେ ମୁଖ୍ୟ ତତ୍ତ୍ବାବଧାରକ ମେକାପଙ୍କ ସମେତ ରଥ ଅମିନ ଲକ୍ଷ୍ମଣ ମହାପାତ୍ର ଓ ଜେଟିପି ରାମଚନ୍ଦ୍ର ମହାରଣା ଧୂପ, ଦୀପ, ମାଳ, ମାହାର୍ଦ୍ଦ ନଡ଼ିଆ ଆଦି ନେଇ କଟକ ଖପୁରିଆ ସ’ ମିଲକୁ ଯିବେ। ସେଠାରେ ପୂଜାର୍ଚ୍ଚନା ପରେ ରଥକାଠ ଚିରଟ ଅନୁକୂଳ ହେବ। ଏହାପରେ ଆସନ୍ତା ମାସ ୨୬ ତାରିଖ ପବିତ୍ର ଅକ୍ଷୟ ତୃତୀୟାରେ ରଥ ନିର୍ମାଣ ଅନୁକୂଳ କରାଯିବ। ତେବେ ଏଥର ମହାମାରୀ କରୋନା ନେଇ ରଥଯାତ୍ରା ସଂକ୍ରାନ୍ତରେ ବିଭିନ୍ନ ପ୍ରକାର ଆଲୋଚନା ଚାଲିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?