ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ପରଠୁ କରୋନା ଆକ୍ରାନ୍ତ ସଂଖ୍ୟାରେ ଦ୍ରୁତ ଅଭିବୃଦ୍ଧି; ୧୩ ଦିନରେ ଚିହ୍ନଟ ହୋଇଛନ୍ତି ୫୭୪ ନୂଆ ପଜିଟିଭ୍‌

ଭୁବନେଶ୍ୱର,୧୬।୫(ବ୍ୟୁରୋ): ରାଜ୍ୟରେ ହୁ ହୁ ହୋଇ ବଢ଼ୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଶନିବାର ଆଉ ୬୫ଜଣ ପଜିଟିଭ୍‌ ଚିହ୍ନଟ ହେବା ପରେ ଏବେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୩୭ରେ ପହଞ୍ଚିଲାଣି। ହେଲେ ଏହି ସଂଖ୍ୟାକୁ ଯଦି ଅନୁଧ୍ୟାନ କରାଯାଏ ତେବେ ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ସମୟରେ ଆକ୍ରାନ୍ତଙ୍କ ସଂଖ୍ୟାରେ ଦ୍ରୁତ ଅଭିବୃଦ୍ଧି ପରିଲକ୍ଷିତ ହୋଇଛି। ମେ’ ୩ ତାରିଖ(ଦ୍ୱିତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ର ଶେଷ ଦିନ)ରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ୧୬୩ ଥିଲା। ଏବେ ଏହା କ୍ରମଶଃ ବୃଦ୍ଧି ପାଇ ୭୩୭ ଛୁଇଁଲାଣି। ଅର୍ଥାତ ୧୩ ଦିନରେ ୫୭୪ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ଶତକଡ଼ା ୩୫୦% ବୃଦ୍ଧି ବୋଲି ଜଣାପଡ଼ିଛି।

ସୂଚନାଯୋଗ୍ୟ, ନମୂନା ପରୀକ୍ଷା ରିପୋର୍ଟରେ ୪ ତାରିଖରେ ୧୭୦, ୫ ତାରିଖରେ ୧୭୭, ୬ ତାରିଖରେ ୨୦୫, ୭ ତାରିଖରେ ୨୪୫, ୮ ତାରିଖରେ ୨୮୫, ୯ ତାରିଖରେ ୩୫୨, ୧୦ ତାରିଖରେ ୩୯୧, ୧୧ ତାରିଖରେ ୪୩୭, ୧୨ ତାରିଖରେ ୫୩୮, ୧୩ ତାରିଖରେ ୬୧୧, ୧୪ ତାରିଖରେ ୬୭୨, ୧୫ ତାରିଖରେ ୭୩୭ଜଣ ମୋଟ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ୫୬୭ଟି ଆକ୍ଟିଭ୍‌ କେସ୍‌ ରହିଛି। ସେହିଭଳି ୧୬୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଏବଂ ୪ଜଣଙ୍କ ମୃତ୍ୟୁ ଘଟିଛି। ଅପରପକ୍ଷେ ଜିଲାଓ୍ବାରୀ ସମୀକ୍ଷା ଯଦି କରାଯାଏ ତେବେ ଗଞ୍ଜାମରେ ସର୍ବାଧିକ ୨୭୬ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହା ପରେ ଯାଜପୁରରେ ୧୨୧, ବାଲେଶ୍ୱରରେ ୧୦୨, ଖୋର୍ଦ୍ଧାରେ ୫୬, ଭଦ୍ରକରେ ୪୬, କେନ୍ଦ୍ରାପଡ଼ାରେ ୨୬, ସୁନ୍ଦରଗଡ଼ରେ ୨୬, ପୁରୀରେ ୧୮, ଅନୁଗୋଳରେ ୧୫, ମୟୂରଭଞ୍ଜରେ ୧୧, କଟକରେ ୧୦, ନୟାଗଡ଼ ୬, ଜଗତସିଂହପୁରରେ ୫, ବୌଦ୍ଧ-କେନ୍ଦୁଝରରେ ୪ ଲେଖାଏ, ବଲାଙ୍ଗୀର-ଦେବଗଡ଼-ଝାରସୁଗୁଡ଼ା-କଳାହାଣ୍ଡିରେ ୨ ଲେଖାଏ, କୋରାପୁଟ-ଢେଙ୍କାନାଳରେ ଜଣେ ଲେଖାଏ ଆକ୍ରାନ୍ତ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଟକ ବାରବାଟୀରେ ମୁହାଁମୁହିଁ ହେବେ ଭାରତ-ଶ୍ରୀଲଙ୍କା, ଏହି ଦିନ ହେବ ମ୍ୟାଚ୍

କଟକ,୨୬ା୩: ବିସିସିଆଇ ୨୦୨୬-୨୭ ଘରୋଇ ସିଜିନ୍ ପାଇଁ ଟିମ୍ ଇଣ୍ଡିଆର କାର୍ଯ୍ୟସୂଚୀ ଘୋଷଣା କରିଛି। ଏହି ସିଜିନ୍ ମଧ୍ୟରେ, ଭାରତୀୟ ଦଳ ମୋଟ ୨୨ଟି ମ୍ୟାଚ୍ ଖେଳିବ,…

ସାମରିକ ଆକ୍ରମଣରେ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ କରିଥିବା ମୁଖ୍ୟ କାର୍ପଟଦାର ନିହତ!

ଜେରୁଜେଲମ,୨୬।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଇସ୍ରାଏଲ ଏକ ବଡ଼ ଦାବି କରିଛି। ଜଣେ ଇସ୍ରାଏଲୀ ସାମରିକ ଅଧିକାରୀଙ୍କ ଅନୁଯାୟୀ, ଇରାନର IRGC ନୌସେନାର ମୁଖ୍ୟ ଆଲିରେଜା…

ପଞ୍ଚାୟତ ନିର୍ବାଚିତ ପ୍ରତିନିଧିଙ୍କୁ ଅଣଦେଖାର ପ୍ରତିବାଦ, ମୁଖ୍ୟ ଫାଟକ ସାମ୍ନାରେ ଧାରଣା ଦେଇ…

ପଟ୍ଟାଙ୍ଗି,୨୬ା୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପଞ୍ଚାୟତ ନିର୍ବାଚିତ ଜନପ୍ରତିନିଧିଙ୍କୁ ଅଣଦେଖା ପ୍ରତିବାଦ କରି ବ୍ଲକ ମୁଖ୍ୟ ଫାଟକ ସମ୍ମୁଖରେ ଜିଲାପରିଷଦ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

ଏହିସବୁ ବ୍ୟକ୍ତିଙ୍କୁ ମିଳିବ ମାଗଣା ରେଳ ସେବା: ରେଳ ବିଭାଗର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୩: ପ୍ରତିରକ୍ଷା ସାହସିକତା ପୁରସ୍କାର ବିଜେତା ଓ ପରିବାରଙ୍କ ପାଇଁ ଖୁସିଖବର। ରେଳ ବିଭାଗ ପକ୍ଷରୁ ଗୁରୁବାର ଏକ ବଡ଼ ଘୋଷଣା କରାଯାଇଛି। ସାହସିକତା ପୁରସ୍କାର ପ୍ରାପ୍ତଙ୍କୁ…

ଜଳଖିଆ ହେଲା କାଳ! ଝାଡାବାନ୍ତି ପରେ ହସ୍ପିଟାଲରେ ୧୯ଛାତ୍ରୀଛାତ୍ର

ସୁନ୍ଦରଗଡ,୨୬।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ବ୍ଲକ ଅନ୍ତର୍ଗତ ଲହଣ୍ଡାବୁଡ ପଞ୍ଚାୟତ ହାଇସ୍କୁଲ ର ୧୯ଜଣ ଛାତ୍ରୀଛାତ୍ର ଝାଡାବାନ୍ତିରେ ଆକ୍ରାନ୍ତହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ଅସୁସ୍ଥଙ୍କ…

ସାଇକେଲରେ ବିଦ୍ୟାଳୟ ଯାଉଥିଲେ ଦୁଇ ଛାତ୍ର, ପାଚେରିରେ ପିଟି ହୋଇ…

ମୋହନା,୨୬ା୩(ମନ୍ମଥ ମିଶ୍ର): ସାଇକେଲରେ ବିଦ୍ୟାଳୟକୁ ଯିବା ବେଳେ ପାଚେରିରେ ପିଟି ହୋଇ ଦୁଇ ଛାତ୍ର ଗୁରୁତର ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା…

କୋଲକାତାରେ ନିର୍ବାଚନ ପୂର୍ବରୁ ରକ୍ତପାତ! TMC କାର୍ଯ୍ୟକର୍ତ୍ତାଙ୍କୁ ହତ୍ୟା

କୋଲକାତା,୨୬।୩: ପଶ୍ଚିମବଙ୍ଗର ରାଜଧାନୀ କୋଲକାତାରେ ନିର୍ବାଚନ ପୂର୍ବରୁ ହିଂସାର ଆଉ ଏକ ଘଟଣା ସାମ୍ନାକୁ ଆସିଛି। ବୁଧବାର ବିଳମ୍ବିତ ରାତିରେ, ଫୁଲବାଗାନ ଅଞ୍ଚଳର ବାଘଜାତୀନରେ ତୃଣମୂଳ କଂଗ୍ରେସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri