ମହାସ୍ନାନ ପରେ ଶ୍ରୀଜୀଉଙ୍କ ଗଜାନନ ବେଶ

ସଜନାଗଡ଼, ୧୭ା୬(ଡି.ଏନ.ଏ.)-ଓଡ଼ିଶାର ତୃତୀୟ ଶ୍ରୀକ୍ଷେତ୍ର କୁହାଯାଉଥିବା ନୀଳଗିରିରେ ସୋମବାର ସ୍ନାନପୂର୍ଣ୍ଣିମା ମହାସମାରୋହରେ ପାଳିତ ହୋଇଯାଇଛି। ସୋମବାର ପୂର୍ବାହ୍ନରେ ମଙ୍ଗଳ ଆଳତୀ ପରେ ଶ୍ରୀଜୀଉଙ୍କୁ ରତ୍ନବେଦୀରୁ ସେବାୟତମାନେ ଧାଡ଼ି ପହଣ୍ଡି କରି ସ୍ନାନମଣ୍ଡପରେ ବିଜେ କରାଇବା ପରେ ଅବକାଶ ନୀତି ବଢ଼ିଥିଲା । ପରେ ଚତୁର୍ଦ୍ଧାମୂର୍ତ୍ତିକୁ ପାରମ୍ପରିକ ରୀତିନୀତି ଅନୁସାରେ କୂଅରୁ ୧୦୮କୁମ୍ଭ ସୁବାଷିତ ଜଳରେ ଶ୍ରୀଅଙ୍ଗକୁ ମହାସ୍ନାନ କରାଯାଇଥିଲା। ସ୍ନାନ ମଧ୍ୟରେ ରୋଷ, ହୋମ, ସୂର୍ଯ୍ୟପୂଜା, ଦ୍ୱାରପାଳ ପୂଜା ଅନୁଷ୍ଠିତ ହୋଇଥିଲା। ସ୍ନାନ ପରେ ସକାଳ ଧୂପ ଅନୁଷ୍ଠିତ ହୋଇଥିଲା । ଘଣ୍ଟ, ଘଣ୍ଟା, ବାଜା, ମହୁରୀ, ମୃଦଙ୍ଗ ବାଦ୍ୟରେ ନୀଳଗିରି କମ୍ପି ଉଠିଥିଲା । ମହାପ୍ରଭୁଙ୍କ ସ୍ନାନଯାତ୍ରା ଦେଖିବାକୁ ନୀଳଗିରିରେ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିଥିଲା। ଏଥିପାଇଁ ଆବଶ୍ୟକ ବ୍ୟବସ୍ଥା ମନ୍ଦିର ପ୍ରଶାସନ ପକ୍ଷରୁ କରାଯାଇଥିଲା। ଏହାପରେ ଦିଅଁମାନଙ୍କୁ ପରମ୍ପରା ଅନୁଯାୟୀ ଅପରାହ୍ନରେ ଗଜାନନ ବେଶରେ ସଜ୍ଜିତ କରାଯାଇଥିଲା। ଏହି ଦିବସକୁ ଜଗନ୍ନାଥଙ୍କ ଜନ୍ମଦିବସ ରୂପେ ମଧ୍ୟ ପାଳନ କରାଯାଇଛି। ଏହି ଅବସରରେ ନୀଳଗିରି ଠାକୁରମାହାଲ ନିର୍ବାହୀ ଅଧିକାରୀ, ପୂଜକ, ସେବାୟତ ସମେତ କର୍ମଚାରୀ ପ୍ରଭୁଙ୍କ କାର୍ଯ୍ୟ ପରିଚାଳନାରେ ସହଯୋଗ କରିଥିଲେ। ଶାନ୍ତିଶୃଙ୍ଖଳା ରକ୍ଷା କରିବା ଲାଗି ନୀଳଗିରି ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଯୋଗାଇ ଦେଇଥିଲେ ଏବଂ ମଧ୍ୟରାତ୍ରିରେ ଶ୍ରୀ ଜୀଉଙ୍କୁ ଅଣସର ଘରକୁ ୧୪ ଦିନ ପାଇଁ ବିଜେ କରାଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଗ୍‌ରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ପାପଡ଼ାହାଣ୍ଡି, ୭।୯ (ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍‌ ମୈଦଲପୁର ଥାନା ପୋଲିସ ସୋମବାର ରାସ୍ତାକଡ଼ରେ ପଡ଼ିଥିବା ବ୍ୟାଗ୍‌ରୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରିଛି।…

ସଇଁତଳାକୁ ଏନଏସି ମାନ୍ୟତା ଦାବି ଜୋର ଧରିଲା:ସାମିଲ ହେଲେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ କାର୍ଯ୍ୟକର୍ତ୍ତା

ବଲାଙ୍ଗୀର, ୭।୯(ସୁନିଲ କୁମାର ମହାନ୍ତି): ସଇଁତଳାକୁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି) ମାନ୍ୟତା ପ୍ରଦାନ ଦାବିରେ ଚାଲିଥିବା ଧାରଣା ଆଜି ଷଷ୍ଠ ଦିନରେ ପହଞ୍ଚିଛି। ଏହି ଧାରଣାସ୍ଥଳରେ…

ଇଶାନଙ୍କ ବଡ଼ ଉପଲବ୍ଧି: ସ୍ବତନ୍ତ୍ର କ୍ଲବ୍‌ରେ ହେଲେ ସାମିଲ

ଚେନ୍ନାଇ,୭ା୯: ଭାରତୀୟ ବ୍ୟାଟର ଇଶାନ କିଷନ ସୋମବାର ମହାନ ଭାରତୀୟ ବ୍ୟାଟର କ୍ଲବରେ ସ୍ଥାନ ପାଇଛନ୍ତି। ସେ ଦେଶର ଷଷ୍ଠ ବ୍ୟାଟର ଭାବେ ଦୁଲୀପ ଟ୍ରଫି ଫାଇନାଲରେ…

ଏହି ୩ ରାଶିଙ୍କ ଉପରେ ପଡିଲା କେତୁଙ୍କ ଶୁଭ ଦୃଷ୍ଟି: ୯୦ ଦିନ ଯାଏ ରହିଛି ଗୋଲ୍ଡେନ ଟାଇମ, ପ୍ରତି କାମରେ ମିଳିବ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ କେତୁଙ୍କୁ ମୋକ୍ଷ, ଆଧ୍ୟାତ୍ମିକତା ଓ ଅନ୍ତର୍ଜ୍ଞାନର କାରକ ଗ୍ରହ ବୋଲି ମନେ କରାଯାଏ। ବର୍ତ୍ତମାନ କେତୁ ସିଂହ ରାଶିରେ ମଘା ନକ୍ଷତ୍ରରେ ଅବସ୍ଥାନ କରୁଛନ୍ତି।…

ଭାରତୀୟ କ୍ରିକେଟ ପାଇଁ ଐତିହାସିକ ଦିନ ହେବ ଅକ୍ଟୋବର ୩: ଜାଣନ୍ତୁ କାହିଁକି..

ନୂଆଦିଲ୍ଲୀ,୭।୯: ଭାରତୀୟ କ୍ରିକେଟ ପାଇଁ ଆସନ୍ତା ୩ ଅକ୍ଟୋବର ଏକ ଐତିହାସିକ ଦିନ ହୋଇପାରେ। ଯଦି ଟିମ ଇଣ୍ଡିଆ ୨୦୨୬ ଏସିଆନ ଗେମ୍ସରେ ପୁରୁଷ କ୍ରିକେଟରେ ଗୋଲ୍ଡ…

ଆପତ୍ତିଜନକ ଇଙ୍ଗିତ କରିବା ପାକିସ୍ତାନ ଅଧିନାୟିକାଙ୍କୁ ପଡ଼ିଲା ମହଙ୍ଗା

ଦୁବାଇ, ୭ା୯: ପାକିସ୍ତାନ ଅଧିନାୟିକା ଫାତିମା ସାନାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୧୦ ପ୍ରତିଶତ ଜରିମାନା କରାଯାଇଛି। ଶନିବାର ଚଳିତ ମହିଳା ଟି୨୦ କ୍ରିକେଟ ଏସିଆ କପ୍‌ର…

୧୮୬ ଯାତ୍ରୀଙ୍କୁ ନେଇ ଯାଉଥିଲା ବିମାନ, ମଝି ଆକାଶରେ ଘଟିଲା…

ନୂଆଦିଲ୍ଲୀ,୭।୯: ସୋମବାର କୁଆଲାଲମ୍ପୁରରୁ ଜେଦ୍ଦା ଯାଉଥିବା ମାଲେସିଆ ଏୟାରଲାଇନ୍ସର ଏକ ବିମାନର ଇଞ୍ଜିନରେ ବୈଷୟିକ ତ୍ରୁଟି ଦେଖାଦେବାରୁ ଏହାକୁ ଚେନ୍ନାଇ ଅଭିମୁଖେ ଡାଇଭର୍ଟ କରାଯାଇଥିଲା। ବିମାନରେ ୧୮୬…

ଭଉଣୀଙ୍କୁ ଗୁଳି କରି ହତ୍ୟା କରିଥିଲେ ଭାଇ, କୋର୍ଟ ଶୁଣାଇଲେ କଠୋର ଦଣ୍ଡ

କେନ୍ଦୁଝର,୭ା୯ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଦୌରାଜଜ୍‌ ଗୋପାଳ ଚନ୍ଦ୍ର ବେହେରା ସୋମବାର ଏକ ହତ୍ୟା ମାମଲାରେ ଶୁଣାଣି କରି ଅଭିଯୁକ୍ତ ପ୍ରସନ୍ନ ବାରିକଙ୍କୁ ଆଜୀବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri