ତୃପ୍ତି ହୋଟେଲ ମାଲିକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିବା ଘଟଣା : ପ୍ରତିବାଦରେ ଟାୟାର ଜାଳି ରାସ୍ତା ଅବରୋଧ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର,୩୧।୭(ବ୍ୟୁରୋ): ରସୁଲଗୁଡ଼ସ୍ଥିତ ତୃପ୍ତି ହୋଟେଲ ମାଲିକ ବୁଲୁ ସାମନ୍ତରାୟଙ୍କୁ ମଙ୍ଗଳବାର ରାତିରେ ଆକ୍ରମଣ କରି ସୁନାଚେନ୍‌, ବ୍ରେସଲେଟ୍‌ ଓ ଟଙ୍କା ଲୁଟି ନେଇଥିଲେ ଦୁର୍ବୃତ୍ତ। ଏହାର ପ୍ରତିବାଦ ସହ ଅଭିଯୁକ୍ତଙ୍କ ଗିରଫ ଦାବିରେ ବୁଧବାର ପୂର୍ବାହ୍ନରେ ସ୍ଥାନୀୟ ବାସିନ୍ଦା ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି। ଫଳରେ ଭୁବନେଶ୍ୱର-କଟକ, ଭୁବନେଶ୍ୱର ପୁରୀ ମଧ୍ୟରେ ଯାତାୟାତ ବାଧାପ୍ରାପ୍ତ ହୋଇଛି। ଉଭୟପଟୁ ଆସୁଥିବା ଶତାଧିକ ଗାଡ଼ିମୋଟର ଦୀର୍ଘ ସମୟ ଧରି ଅଟକି ରହିଛି।

ସୂଚନାଯୋଗ୍ୟ, ତୃପ୍ତି ହୋଟେଲ ମାଲିକ ବୁଲୁ ରାତି ପ୍ରାୟ ସାଢ଼େ ୧୨ଟାରେ ହୋଟେଲ ବନ୍ଦ କରି ପାଲାମଣ୍ଡପ ନିକଟସ୍ଥ ଘରକୁ ଫେରୁଥିଲେ। ଘରଠାରୁ ଅଳ୍ପ ଦୂରରେ ଏକ ପଲସର ବାଇକରେ ୩ ଜଣ ଦୁର୍ବୃତ୍ତ ମୁହଁରେ କଳାକପଡ଼ା ବାନ୍ଧି ଆଙ୍କ ଆଗରେ ଅଟକି ଥିଲେ। ସେମାନଙ୍କ ମଧ୍ୟରୁ ଜଣେ ବନ୍ଧୁକ ବାହାର କରି ବୁଲୁଙ୍କୁ ଦେଖାଇଥିଲେ। ଏହି ସମୟରେ ବୁଲୁ ବାଇକ୍‌ ଛାଡ଼ି ଦୌଡ଼ିବାରୁ ମାରଣାସ୍ତ୍ରରେ ତାଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଥିଲେ। ଏଥିରେ ତାଙ୍କ ବେକ, ହାତ, ପେଟ ଓ ଜଙ୍ଘରେ ଗଭୀର ଆଘାତ ଲାଗିଛି। ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ସବୁଆଡ଼ୁ ଘେରିଗଲାଣି ଚାଇନା

ଭାରତର ପଶ୍ଚିମରେ ଥିବା ଆରବ ସାଗରକୁ ଚାଇନା ପ୍ରବେଶ କରିବା ପାଇଁ ଚାଇନା-ପାକିସ୍ତାନ ଅର୍ଥନୈତିକ କରିଡର (ସିପିଇସି) ସୃଷ୍ଟି କରାଯାଇଛି। ସେଥିରେ ରାସ୍ତା ନିର୍ମାଣଠାରୁ ଆରମ୍ଭ କରି…

ସାରା ରାଜ୍ୟରେ ବର୍ଷା ବିତ୍ପାତ: ବଦଳିଗଲା ସ୍ମାର୍ଟସିଟି ଭୁବନେଶ୍ୱରର ଚିତ୍ର, ଜୀବନଯାତ୍ରା…

ଭୁବନେଶ୍ୱର,୬ା୭(ବନ୍ଦନା ସେଠୀ): ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ସାଧାରଣ ଜୀବନଯାତ୍ରାକୁ ଗୁରୁତର ପ୍ରଭାବିତ କରିଛି। ତିନିଦିନର ଲଗାଣ ବର୍ଷାରେ ବିଭିନ୍ନ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବହୁ…

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri