ତେଲକୋଇରେ ପ୍ରାଥମିକ ଶିକ୍ଷା ବିପର୍ଯ୍ୟସ୍ତ: ଗୋଟିଏ କୋଠରିରେ ଚାଲିଛି ୩ ଶ୍ରେଣୀ

ତେଲକୋଇ, ୩।୧୧(ଡି.ଏନ.ଏ.)-କେନ୍ଦୁଝର ଜିଲା ତେଲକୋଇ ବ୍ଲକରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ଏକପ୍ରକାର ବିପର୍ଯ୍ୟସ୍ତ ହୋଇପଡିଛି । ବିଭିନ୍ନ ପ୍ରାଥମିକ ବିଦ୍ୟାଳୟରେ ଆବଶ୍ୟକ ଶ୍ରେଣୀଗୃହ ଭଳି ଭିତ୍ତିଭୂମି ନାହିଁ । ଗୋଟିଏ ଗୋଟିଏ କୋଠରିରେ ୩ଟି ଶ୍ରେଣୀର ପିଲାଙ୍କୁ ଏକାଠି ବସାଇ ପାଠପଢ଼ା ଯାଉଛି । ଆବଶ୍ୟକ ଶିକ୍ଷକ ନିଯୁକ୍ତି ଦିଆ ନ ଯିବାରୁ ଜଣେ ଶିକ୍ଷକଙ୍କ ଦ୍ୱାରା ସ୍କୁଲ ଅଫିସ କାର୍ଯ୍ୟ ସହିତ ମଧ୍ୟାହ୍ନ ଭୋଜନ ଓ ପାଠପଢ଼ା କାର୍ଯ୍ୟ ପରିଚାଳନା କରାଯାଉଛି। ଏଥିଲାଗି ଶିକ୍ଷା ବ୍ୟବସ୍ଥାର ମୂଳଦୁଆ କୁହାଯାଉଥିବା ପ୍ରାଥମିକ ଶିକ୍ଷା ଦୋହଲି ଯିବାରେ ଲାଗିଛି। ବାରମ୍ବାର ଦାବି ଓ ଅଭିଯୋଗ ସତ୍ତ୍ୱେ ସମସ୍ୟାର କୌଣସି ପ୍ରତିକାର ହେଉ ନାହିଁ ।
ଏହି ବ୍ଲକ ଅଧୀନ ସିରିଗିଡ଼ା ପଞ୍ଚାୟତ ଅଧୀନରେ ପୁରୁଷୋତ୍ତମପୁର ପ୍ରାଥମିକ ବିଦ୍ୟାଳୟରେ ୧ମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୫୭ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ଶ୍ରେଣୀଗୃହ ଅଭାବ ଯୋଗୁ ଗୋଟିଏ କୋଠରିରେ ୧ମରୁ ୩ୟ ଶ୍ରେଣୀପର୍ଯ୍ୟନ୍ତ ଛାତ୍ରୀଛାତ୍ର ବସି ପାଠପଢ଼ୁଛନ୍ତି। ବିଦ୍ୟାଳୟରେ ମାତ୍ର ଜଣେ ଶିକ୍ଷକ ଥିବାରୁ ତାଙ୍କ ପକ୍ଷେ କେବଳ ପିଲାଙ୍କୁ ଜଗିବା ସାର ହେଉଛି। ଆଦୌ ପାଠପଢ଼ା ଯାଉ ନ ଥିବରୁ ଅଭିଭାବକଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଶିକ୍ଷାନୁଷ୍ଠାନର ଏଭଳି ସମସ୍ୟା ଦେଖି ଅନେକ ଅଭିଭାବକ ପିଲାଙ୍କୁ ସ୍କୁଲ ଛାଡୁ ନ ଥିବା କହିଛନ୍ତି। । ଅନ୍ୟପକ୍ଷରେ ବ୍ଲକରେ ଦୀର୍ଘଦିନ ହେବ ଶିକ୍ଷା ବିଭାଗର କେହି ଉଚ୍ଚ ଅଧିକାରୀ ନ ଥିବାରୁ କେନ୍ଦୁଝର ସଦର ବ୍ଲକର ବିଇଓ ଦାୟିତ୍ୱରେ ରହିଛନ୍ତି। ପ୍ରଶାସନିକ ଅବ୍ୟବସ୍ଥା ଯୋଗୁ ପ୍ରାଥମିକ ଶିକ୍ଷାରେ ଏଭଳି ଅବ୍ୟବସ୍ଥା ଦେଖା ଦେଇଥିବା ସ୍ଥାନୀୟ ସରପଞ୍ଚ ଜିଙ୍ଗପାଟ ପିଙ୍ଗୁଆ ଅଭିଯୋଗ କରିଛନ୍ତି। ଦାୟିତ୍ୱରେ ଥିବା ବିଇଓ ଜଗବନ୍ଧୁ ସାହୁଙ୍କୁ ପଚାରିବାରୁ ଶିକ୍ଷକ ଓ ଶ୍ରଣୀ ଅଭାବ ସମସ୍ୟା ନେଇ ଜିଲାପାଳଙ୍କୁ ଜଣାଇ ଦିଆଯାଇଛି । ଖୁବ୍‌ଶୀଘ୍ର ଏ ଦିଗରେ ପଦକ୍ଷେପ ନିଆଯିବ ।


Enter your email to get our daily news in your inbox.

All Right Reserved By Dharitri.Com

କିଏ ଏହି ମହିଳା ଖେଳାଳି? ଯାହାଙ୍କ ବ୍ୟାଟରେ ଅଟୋଗ୍ରାଫ୍ ଦେଲେ ମୋଦି

ନୂଆଦିଲ୍ଲୀ,୧୦।୭: ଅଷ୍ଟ୍ରେଲିଆ ଗସ୍ତର ତୃତୀୟ ଦିନରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡ ପରିଦର୍ଶନ କରିଥିଲେ, ଯେଉଁଠାରେ ସେ ଅନେକ ଖେଳାଳିଙ୍କୁ ଭେଟିଥିଲେ। ସେ ଯେଉଁ…

ପୋଲିସକୁ ଚିହ୍ନିବେ କେମିତି? କନଷ୍ଟେବଳଙ୍କଠାରୁ ଆରମ୍ଭ କରି ଆଇଜି-ଡିଜି ପର୍ଯ୍ୟନ୍ତ ଜାଣନ୍ତୁ ଏହି…

ପୋଲିସ ବିଭାଗରେ ଅନେକ ପଦ ପଦବୀ ରହିଛି। ମାତ୍ର ସାଧାରଣ ଲୋକଟିଏ ଏହି ଖାକି ପୋଷାକରୁ ସେମାନେ କିଏ କେଉଁ ପଦବୀରେ ଅଛନ୍ତି ଜାଣିବା ପାଇଁ ବେଳେବେଳେ…

ଆନ୍ଧ୍ରପ୍ରଦେଶରେ କରୋନା ଆକ୍ରାନ୍ତ ଚିହ୍ନଟ! ଟିକା ନେବା ପରେ ବି ୪ ସଂକ୍ରମିତ, ୨ ଜଣଙ୍କ ଜୀବନ ଗଲା…

ଅମରାବତୀ,୧୦।୭: ଆନ୍ଧ୍ରପ୍ରଦେଶରୁ ଆସିଛି ଚିନ୍ତାଜନକ ଖବର। ଦେଶରେ ପୁଣିଥରେ ମାରାତ୍ମକ କରୋନା ଭାଇରସ ଫେରିବାର ସଙ୍କେତ ମିଳିଛି। ରାଜ୍ୟର କଡ଼ପ୍ପା ଜିଲାରେ କୋଭିଡ-୧୯ର କିଛି ନୂଆ ମାମଲା…

ଗୋଟିଏ ପରେ ଗୋଟିଏ ଭୁଲ କରୁଛନ୍ତି ଗୌତମ ଗମ୍ଭୀର-ଶ୍ରେୟସ ଆୟର! ଟିମ ଇଣ୍ଡିଆର ପରିସ୍ଥିତି ଆହୁରି ଖରାପ ହୋଇ ଯିବନାହିଁ ତ…

ନୂଆଦିଲ୍ଲୀ,୧୦।୭: ୨୦୨୬ ଟି୨୦ ବିଶ୍ୱକପ ଜିତିବା ପରେ ଭାରତୀୟ କ୍ରିକେଟ ଦଳ ବିଜୟରେ ଅଭ୍ୟସ୍ତ ହୋଇଯାଇଥିଲା; ସିରିଜ ହାରିବା ପ୍ରଶ୍ନବାଚୀ ବାହାରେ ଥିଲା। ତା’ପରେ ଶ୍ରେୟସ ଆୟର…

୨୦ ଦିନରେ ୨ ପିଢିକୁ ହରାଇଲା ଆମ ପରିବାର…ରାଷ୍ଟ୍ରପତିଙ୍କୁ ଭାବପ୍ରବଣ ଇମେଲ ପଠାଇଲେ କେତନଙ୍କ ପିତା

ପୁନେ,୧୦।୭: ମହାରାଷ୍ଟ୍ରର ପୁଣେରୁ ହାଇପ୍ରୋଫାଇଲ କେତନ ଅଗ୍ରୱାଲ ହତ୍ୟା ମାମଲାରେ ନ୍ୟାୟ ପାଇଁ ଆବେଦନ ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟରେ ପହଞ୍ଚିଛି। କେତନଙ୍କ ପିତା ବିଶାଲ ଅଗ୍ରୱାଲ…

ଟଙ୍କିକିଆ ମୁଦ୍ରା ତିଆରି କରିବାରେ ଏତିକି ଟଙ୍କା ଖର୍ଚ୍ଚ କରନ୍ତି ସରକାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୭: ଟଙ୍କିକିଆ ମୁଦ୍ରା ଦୈନନ୍ଦିନ କାରବାରରେ ସବୁଠୁ ଅଧିକ ବ୍ୟବହାର ହୁଏ। ଏହାକୁ ତିଆରି କରିବାର ଖର୍ଚ୍ଚ ଏହାର ମୂଲ୍ୟଠାରୁ ଅଧିକ। ଭାରତୀୟ ରିଜର୍ଭ ବ୍ୟାଙ୍କ ଦ୍ୱାରା…

ପାଣ୍ଡିଆନଙ୍କ ଭେନେଜୁଏଲା ଗସ୍ତକୁ ନେଇ ବଢିଲାଣି ଚର୍ଚ୍ଚା, ଭୂମିକମ୍ପ ପରେ କାହିଁକି ଭେନେଜୁଏଲା ଯାତ୍ରା କରିଥିଲେ ଭାରତର ‘ସାଇକ୍ଲୋନ ମ୍ୟାନ’? ଜାଣନ୍ତୁ…

ନୂଆଦିଲ୍ଲୀ/କାରାକସ,୧୦।୭: ପୂର୍ବତନ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଘନିଷ୍ଠ ସହଯୋଗୀ ଏବଂ ବିପର୍ଯ୍ୟୟ ପରିଚାଳନା ବିଶେଷଜ୍ଞ ଭିକେ ପାଣ୍ଡିଆନ ସମ୍ପ୍ରତି ଭୂମିକମ୍ପ ପ୍ରଭାବିତ ଭେନେଜୁଏଲା ଗସ୍ତ କରିଥିଲେ।…

ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ଏକାଦଶ ଗ୍ରାମସଭା: ଏକର ପିଛା ଏତିକି କୋଟି ଦାବି କଲେ ଗ୍ରାମବାସୀ, ସମସ୍ତେ ଚକିତ

ପାଟଣା,୧୦।୭(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ତହସିଲ ଅର୍ନ୍ତଗତ ଚେମେଣା ଓ ଯମୁନା ପଶି ପଞ୍ଚାୟତର ୧୨ଟି ମୌଜାର ଜମିକୁ ନେଇ ଜେଏସଡବ୍ଲୁ ଓ ପୋସ୍କୋ ପ୍ରସ୍ତାବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri