ଡାବୁଗାଁ,୪ା୫(ଡି.ଏନ୍.ଏ.): ତେଲଙ୍ଗାନାରୁ ୩୬ ଶ୍ରମିକ ଆସି ରବିବାର ସନ୍ଧ୍ୟାରେ ନବରଙ୍ଗପୁର ଜିଲା ଡାବୁଗାଁରେ ପହଞ୍ଚିଛନ୍ତି। ଡାବୁଗାଁ ବ୍ଲକ୍ ଅଧୀନ ଜବାଗୁଡ଼ା, ବୋରିଗାଁ ଓ ବଡ଼ଓଲମା ପଞ୍ଚାୟତର ବିଭିନ୍ନ ଗ୍ରାମରୁ ୩୬ ଶ୍ରମିକ ତେଲଙ୍ଗାନା ରାଜ୍ୟର ଗୋଦାବରୀ ଜିଲାରେ କାମ କରୁଥିଲେ। ଲକ୍ଡାଉନ୍ ଯୋଗୁ ସେଠାରେ କାମ ବନ୍ଦ ହୋଇଯାଇଥିଲା। ବହୁ କଷ୍ଟରେ ସେଠାରେ ରହିଥିବାବେଳେ ଏବେ ବାଧ୍ୟ ହୋଇ ନିଜସ୍ବ ଉଦ୍ୟମରେ ଏକ ଟାଟା ମ୍ୟାଜିକ୍ ଭଡ଼ା କରି ଗାଁକୁ ଫେରିଛନ୍ତି। ସମସ୍ତ ପ୍ରମାଣପତ୍ର ଧରି ସେମାନେ ଫେରିଛନ୍ତି। ଏଠାରେ ଜିଲା ପ୍ରଶାସନ ପକ୍ଷରୁ ସେମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଥିଲା। ପରେ ବ୍ଲକ୍ ପ୍ରଶାସନ ପକ୍ଷରୁ ଶ୍ରମିକମାନଙ୍କୁ ଜବାଗୁଡ଼ା ଅସ୍ଥାୟୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସଙ୍ଗରୋଧରେ ରଖାଯାଇଛି। ଏମାନଙ୍କ ମଧ୍ୟରେ ଜବାଗୁଡ଼ା ପଞ୍ଚାୟତର ୧୩ ମହିଳା ଓ ୫ ପୁରୁଷ, ବୋରିଗାଁ ପଞ୍ଚାୟତର ୪ ମହିଳା ଏବଂ ବଡ଼ଓଲମା ପଞ୍ଚାୟତର ୧୨ ମହିଳା ଓ ୨ ଜଣ ପୁରୁଷ ରହିଛନ୍ତି।
Posted inHome, ଆମ ଜିଲା ଖବର, ନବରଙ୍ଗପୁର View All
ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ
ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି...
ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା
ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...
ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…
ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ...
ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି
ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...
ବଲାଙ୍ଗିର ଫଳ ବଜାରରେ ଜଳିଗଲା ୫୦ରୁ ଊର୍ଦ୍ଧ୍ବ ଦୋକାନ
ବଲାଙ୍ଗିର,୮।୧୨: ସୋମବାର ବଲାଙ୍ଗିର ସହରର ଫଳ ବଜାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଜିଲାପାଳଙ୍କ ଅଫିସ୍ ନିକଟରେ ଥିବା ପୌର ସଂସ୍ଥା ଅଧୀନରେ ଥିବା...
‘ନେତାଜୀ-ଟାଗୋରଙ୍କୁ ସମ୍ମାନ ଦେଇ ଜାଣି ନାହାଁନ୍ତି…’, ବନ୍ଦେ ମାତରମ ଆଲୋଚନାକୁ ନେଇ ଭାଜପା ଉପରେ ଖପ୍ପା ହେଲେ ମମତା
କୋଲକାତା,୮।୧୨: ସଂସଦରେ ବନ୍ଦେ ମାତରମ ଉପରେ ଉଷ୍ମ ବିତର୍କ ମଧ୍ୟରେ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସିଧାସଳଖ ଭାଜପାକୁ କାଠଗଡ଼ାରେ ଠିଆ କରିଥିଲେ। କୋଲକାତାରେ ଏକ...
ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା
ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...
ଜାଣିଶୁଣି କରାଯାଇଥିଲା କି ଇଣ୍ଡିଗୋ ସଙ୍କଟ? ସରକାର ଜାରି କଲେ ନୋଟିସ, ଯାଞ୍ଚ ଆରମ୍ଭ
ନୂଆଦିଲ୍ଲୀ,୮।୧୨: ସରକାର ନୂତନ ଫ୍ଲାଇଟ ଡ୍ୟୁଟି ସମୟ ସୀମା (FDTL) ନିୟମ କାର୍ଯ୍ୟକାରୀ କରିବାରେ ଇଣ୍ଡିଗୋର ଅଭିଯୋଗ ଅବହେଳାର ତଦନ୍ତ କରିବେ। ଅଭିଯୋଗ ହୋଇଛି ଯେ...
Archives


