ତେଲଙ୍ଗାନାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ : ଲକ୍‌ଡାଉନ ଯୋଗୁ ଆସି ପାରିଲାନି ମୃତଦେହ

ପାଟଣା, ୨୨ା୫(ସ୍ବ.ପ୍ର.)-କରୋନା ପାଇଁ ପ୍ରବାସୀ ଓଡ଼ିଆଙ୍କ ଦୁଃଖ ଦୁର୍ଦ୍ଦଶା ଜନିତ କରୁଣ କାହାଣୀର ଫର୍ଦ୍ଦ ବଢ଼ିବାରେ ଲାଗିଛି। କେନ୍ଦୁଝର ଜିଲା ପାଟଣା ଥାନା ସାହାରପଡା ବ୍ଲକ ମାଛଗଡ଼ ପଞ୍ଚାୟତ ଦୁଧନାଳୀ ଗ୍ରାମର ଗୌରାଙ୍ଗ ମୁଣ୍ଡାଙ୍କର ତେଲଙ୍ଗାନାରେ ବୁଧବାର ବିଳମ୍ବିତ ରାତିରେ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିଲା। ଲକ୍‌ଡାଉନ୍‌ ଯୋଗୁ ମୃତଦେହ ଭିଟାମାଟିକୁ ଆସି ନ ପାରିବାରୁ ସାଥୀ ଶ୍ରମିକମାନେ ଗୁରୁବାର ସେଠାରେ ତାଙ୍କର ଶବ ଦାହ କରିଛନ୍ତି।
ସୂଚନା ଅନୁଯାୟୀ, ଦୁଧନାଳୀ ଗ୍ରାମର ୭ଜଣ ଯୁବକ ତେଲଙ୍ଗାନା ରାଜ୍ୟର ରାଙ୍ଗାରେଡି ଥାନା ଆପ୍ରପାଲି ଗ୍ରାମରେ ଜଣେ ଠିକାଦାରଙ୍କ ନିକଟରେ ଶ୍ରମିକ ଭାବରେ କାର୍ଯ୍ୟ କରୁଥିଲେ। ଓଡ଼ିଶା ଆସିବା ପାଇଁ ରେଜିଷ୍ଟ୍ରେସନ କରିଥିଲେ ମଧ୍ୟ ସେଠାକାର ପ୍ରଶାସନ ସେମାନଙ୍କୁ ଆସିବା ପାଇଁ ଅନୁମତି ଦେବାରେ ବିଳମ୍ବ କରିଥିଲେ। ବୁଧବାର ଗୌରାଙ୍ଗଙ୍କର ଛାତିରେ ଯନ୍ତ୍ରଣା ହେବାରୁ ତାଙ୍କ ସାଙ୍ଗମାନେ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରିଥିଲେ। କିନ୍ତୁ ଚିକିତ୍ସାଧୀନ ଅବସ୍ଥାରେ ବୁଧବାର ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ଘଟିଥିଲା। ଗୌରାଙ୍ଗଙ୍କର ଅକାଳ ମୃତ୍ୟୁ ଖବର ମିଳିବା ପରେ ତାଙ୍କ ଗାଁରେ ଶୋକାକୁଳ ପରବେଶ ସୃଷ୍ଟି ହୋଇଛି। ସେ ପଠାଉଥିବା ଟଙ୍କାରେ ତାଙ୍କ ପରିବାର ଚଳୁଥିଲା। ଘରେ ତାଙ୍କ ବାପା, ମା’, ସ୍ତ୍ରୀଙ୍କ ସହ ଦୁଇ ସନ୍ତାନ ଅଛନ୍ତି। ଗୌରାଙ୍ଗଙ୍କ ଅସହାୟ ପରିବାରକୁ ସହାୟତା ଯୋଗାଇ ଦେବାକୁ ସ୍ଥାନୀୟ ଅଞ୍ଚଳବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କଲେ କାକା: ଘର ପଛପଟକୁ ନେଇ…

ପାଟଣା,୧୯ା୯(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ସମ୍ପର୍କୀୟ କାକା ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ…

ଘରେ ବାହାର ପଟୁ ତାଲା ପକାଇ ୫ ଛେଳି ଚୋରି, ୨ ଜଣଙ୍କୁ ଧରି…

ପାଟଣା,୧୮ା୯(ବୀରକିଶୋର ଦାଶ): କିଛିଦିନ ହେବ ପାଟଣା, ଘଟଗାଁ, ତୁରୁମୁଙ୍ଗା ଥାନା ଅଞ୍ଚଳର ପାଟଣା ଓ ସାହାରପଡ଼ା ବ୍ଲକ ଅଞ୍ଚଳରେ ଛେଳି ଚୋରି ବୃଦ୍ଧି ପାଇଛି। ବହୁ ସଂଖ୍ୟକ…

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଝଲସିଲା ମନ୍ଦିର ପ୍ରାଙ୍ଗଣ

ପାଟଣା,୧୭।୯(ବୀର କିଶୋର ଦାଶ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ବିଭିନ୍ନ ମନ୍ଦିର ଏବଂ ଧାର୍ମିକ ଅନୁଷ୍ଠାନରେରେ ଗୁରୁବାର ସନ୍ଧ୍ୟାରେ ପ୍ରଦୀପ…

ମହିଳାଙ୍କ ଅଶ୍ଳୀଳ ଫଟୋ ଭାଇରାଲ, ଧରାପଡ଼ିଲେ ଅଭିଯୁକ୍ତ

ବଞ୍ଚୋ,୧୭।୯(ପ୍ରଦୋଷ ବିଶ୍ୱାଳ ): ଜଣେ ମହିଳାଙ୍କ ଅଶ୍ଳୀଳ ଫଟୋ ଭାଇରାଲ କରିବା ଅଭିଯୋଗରେ କେନ୍ଦୁଝର ଜିଲା ଘସିପୁରା ଥାନା ପୋଲିସ ଗୁରୁବାର ଜଣେ ଯୁବକଙ୍କୁ ଗିରଫ କରିଛି।…

ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିନରେ ୭ଶହ ଚାରାରୋପଣ

ପାଟଣା,୧୭।୯(ବୀର କିଶୋର ଦାଶ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ପାଟଣା ରେଞ୍ଜରେ ‘ମା’ ପାଇଁ ଗଛଟିଏ’ କାର୍ଯ୍ୟକ୍ରମ ରେ ଗୁରୁବାର ମୋଟ ୭ଶହ ଚାରା…

ହାଟଡିହୀରେ ଶିକ୍ଷକ ସଂଘର ମହାମନ୍ଥନ! ନୂଆ ଆବାହକ ହେଲେ ଶଶି ଭୂଷଣ ପୁହାଣ, ସମସ୍ୟାର ସମାଧାନ ପାଇଁ ସଜବାଜ

ହାଟଡିହୀ/ଛେନାପଦୀ, ୧୬/୯ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଣା ମଠଠାରେ ଏନପିଏସ ଶିକ୍ଷକ ସଂଘର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବରିଷ୍ଠ ଶିକ୍ଷକ ଶଶି…

ବଜ୍ରପାତରେ ଦୁଇ ପରିବାରର ଚାଲିଗଲା ୨ ଜୀବନ

ବଞ୍ଚୋ/ଆନନ୍ଦପୁର,,୧୬ା୯(ପ୍ରଦୋଷ ବିଶ୍ୱାଳ/ ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଞ୍ଚଳରେ ବୁଧବାର ବଜ୍ରପାତ ଘଟି ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଅଚାନକ ବଜ୍ରପାତରେ ଦୁଇଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?