Posted inଖେଳ

ତେଲେଙ୍ଗନା, ଆନ୍ଧ୍ରକୁ ସିନ୍ଧୁଙ୍କ ଆର୍ଥିକ ସହାୟତା

ନୂଆଦିଲ୍ଲୀ,୨୬।୩(ପି.ଟି.)- କୋଭିଡ-୧୯ ସଂକ୍ରମଣକୁ ରୋକିବା ପାଇଁ ଅଲିମ୍ପିକ୍ସ ପଦକ ବଜୟିନୀ ତଥା ମହିଳା ବ୍ୟାଡମିଣ୍ଟନ ତାରକା ପି.ଭି. ସିନ୍ଧୁ ତେଲେଙ୍ଗାନା ଓ ଆନ୍ଧ୍ର ସରକାରଙ୍କୁ ୫ ଲକ୍ଷ ଟଙ୍କା ଲେଖାଏ ଦାନ କରିଛନ୍ତି। ଉଭୟ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଏହି ଅର୍ଥ ପ୍ରଦାନ କରିଛନ୍ତି। ଏ ନେଇ ସିନ୍ଧୁ ନିଜ ଟୁଇଟର ହ୍ୟାଣ୍ଡଲରେ ଉଲ୍ଲେଖ କରି ଜଣାଇଛନ୍ତି। ଉଲ୍ଲେଖଥାଉ କି, ତେଲେଙ୍ଗନା ୨୦୧୪ରେ ଆନ୍ଧ୍ରଠାରୁ ଅଲଗା ହୋଇ ନୂଆ ରାଜ୍ୟର ମାନ୍ୟତା ପାଇଥିଲା।
କୋଭିଡ-୧୯ କାରଣରୁ ସାରା ବିଶ୍ୱରେ ଏପର୍ଯ୍ୟନ୍ତ ୨୧,୦୦୦ ଲୋକ ପ୍ରାଣ ହରାଛନ୍ତି ଓ ୪,୦୦,୦୦୦ ଲୋକ ସଂକ୍ରମିତ ହୋଇଛନ୍ତି। ଭାରତରେ ମଧ୍ୟ କୋଭିଡ-୧୯ ସଂକ୍ରମଣ ସଂଖ୍ୟା ୬୦୦ ପାର କରିସାରିଲାଣି ଓ ଏପର୍ଯ୍ୟନ୍ତ ୧୩ଜଣ ଲୋକ ପ୍ରାଣ ହରାଇଲେଣି। ଏପ୍ରିଲ ୧୪ ପର୍ଯ୍ୟନ୍ତ ସାରା ଦେଶରେ କେନ୍ଦ୍ର ସରକାର ଲକ୍‌ ଡାଉନ ଘୋଷଣା କରିଛନ୍ତି। କରୋନା ଭାଇରସ ସଂକ୍ରମଣ କାରଣରୁ ସାରା ବିଶ୍ୱରେ ସବୁପ୍ରକାର କ୍ରୀଡ଼ା ଆୟୋଜନକକୁ ସ୍ଥଗିତ କରାଯାଇଛି। ଅଲିମ୍ପିକ୍ସ, ୟୁରୋ ଚାମ୍ପିୟନଶିପ ୨୦୨୦ ସମେତ ଏକାଧିକ ମେଗା ଇଭେଣ୍ଟକୁ ସ୍ଥଗିତ ରଖାଯାଇଛି।
୨୦୧୬ ରିଓ ଅଲିମ୍ପିକ୍ସରେ ସିନ୍ଧୁ ରୌପ୍ୟ ପଦକ ହାସଲ କରିଥିଲେ। ନିଜ ର଼୍ୟାଙ୍କିଙ୍ଗ ବଳରେ ସିନ୍ଧୁ ଟୋକିଓ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ହାସଲ କରିଛନ୍ତି। ଇତିମଧ୍ୟରେ ବ୍ୟାଡମିଣ୍ଟନର ସର୍ବୋଚ୍ଚ ପ୍ରସାଶନିକ ସଂସ୍ଥା ବିଡବ୍ଲ୍ୟୁଏଫ୍‌ ମାର୍ଚ୍ଚ ୧୬ରୁ ଏପ୍ରିଲ ୧୨ ପର୍ଯ୍ୟନ୍ତ ସବୁ ପ୍ରକାର ଟୁର୍ନାମେଣ୍ଟକୁ କରୋନା ଭାଇରସ କାରଣରୁ ସ୍ଥଗିତ ରଖିଛି କିମ୍ବା ବାତିଲ କରିଛି। ଏଥିମଧ୍ୟରେ ୩ଟି କଣ୍ଟିନେଣ୍ଟାଲ ଚାମ୍ପିୟନଶିପ୍‌ ସାମିଲ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛେଲବାହାଲ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ: ବାଲିଘାଟ ଲିଜ୍‌ ଋଦ୍ଦ ଦାବି

ଲୋଇସିଂହା,୧୧।୪(ସୁଶାନ୍ତ ବାରିକ):ପାନୀୟ ଜଳ ଯୋଗାଣ ବ୍ୟାହତ ଯୋଗୁ ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲ ବାଲିଘାଟ ଲିଜ୍‌କୁ ରଦ୍ଦ କରିବାକୁ ଛେଲବାହାଲ ଗ୍ରାମବାସୀ ସ୍ଥାନୀୟ ବିଧାୟକ…

ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ସ୍ତ୍ରୀ, ଏମିତି ରଚିଥିଲେ ଷଡ଼ଯନ୍ତ୍ର

ଭୋପାଳ,୧୧ା୪: ରୋମାଞ୍ଚକର କ୍ରାଇମ୍‌ ଥ୍ରିଲର ଭଳି ଲାଗୁଥିବା ଏକ ସତ୍ୟ ଘଟଣା ମଧ୍ୟପ୍ରଦେଶର ଧର୍‌ ଅଞ୍ଚଳରେ ସାମନାକୁ ଆସିଛି, ଯାହା ପଛରେ ପ୍ରତାରଣା, ଅପମାନ ଓ ସୁଚିନ୍ତିତ…

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

‘ଇରାନ କେବଳ ଆଲୋଚନା ପାଇଁ ବଞ୍ଚିଛି’, ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ ଟ୍ରମ୍ପଙ୍କ ଧମକ

ଓ୍ବାଶିଂଟନ୍‌,୧୧।୪: ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଧମକ ଦେଇଛନ୍ତି। ଟ୍ରମ୍ପ କହିଛନ୍ତି , ଇରାନ କେବଳ ଆଲୋଚନା ପାଇଁ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

ବିମାନର ପ୍ରତ୍ୟେକ ସିଟ୍‌ରେ ଲାଗିଛି ପିଲାଙ୍କ ଫଟୋ ସହ ବ୍ୟାଗ-ଜୋତା, କାହିଁକି ଏମିତି କରି ପାକିସ୍ତାନରେ ପହଞ୍ଚିଲା ଇରାନ, ସବୁ ଦେଖିକି…

ନୂଆଦିଲ୍ଲୀ,୧୧।୪: ଇରାନ-ଆମେରିକା ଶାନ୍ତି ଆଲୋଚନା ପାଇଁ ଇସଲାମାବାଦ ପ୍ରସ୍ତୁତ। ଇରାନ ପ୍ରତିନିଧି ଦଳ ପାକିସ୍ତାନରେ ପହଞ୍ଚିଛନ୍ତି। ଆଜି ଶନିବାର ଦିନ ଇରାନ ଏବଂ ଆମେରିକା ଆଲୋଚନା ଟେବୁଲରେ…

ମୃତ୍ୟୁର ମିତ୍ର ଓ ଶାନ୍ତିର ସନ୍‌ମାର୍ଗ

ଆଧୁନିକ ଆମେରିକାର ଜନକ ବୋଲି କୁହାଯାଉଥିବା ବିଶିଷ୍ଟ ଲେଖକ, ଦାର୍ଶନିକ, ବୈଜ୍ଞାନିକ ତଥା ରାଷ୍ଟ୍ରନୀତିଜ୍ଞ ବେଞ୍ଜାମିନ ଫ୍ରାଙ୍କ୍‌ଲିନ କହୁଥିଲେ- ”ଦୁନିଆରେ କିଏ କେଉଁଠି କେବେ ଗୋଟେ ଭଲ…

ମହାତ୍ମା ଜ୍ୟୋତିରାଓ ଫୁଲେ: ଭାରତର ମାର୍ଗଦର୍ଶନ କରୁଥିବା ଏକ ଆଲୋକବର୍ତ୍ତିକା

ଆଜି ୧୧ ଏପ୍ରିଲ। ଆମ ସମସ୍ତଙ୍କ ପାଇଁ ଅତି ସ୍ବତନ୍ତ୍ର ଦିନ। ଆଜି ହେଉଛି ଭାରତର ମହାନ୍‌ ସମାଜ ସଂସ୍କାରକ ତଥା ଅନେକ ପିଢ଼ି ପାଇଁ ମାର୍ଗଦର୍ଶକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri