ତେଲ ଟ୍ୟାଙ୍କରରୁ ଚୋରା କେନ୍ଦୁପତ୍ର ଜବତ

ସଜନାଗଡ଼/ସୋର/ବାହାନଗା,୨୯।୮(ଡି.ଏନ.ଏ.)-ଅଭିନବ ଉପାୟରେ କେନ୍ଦୁପତ୍ର ଚୋରାଚାଲାଣ ହେବା ଘଟଣା ପଦାକୁ ଆସିଛି। ବୁଧବାର ଏକ କମ୍ପାନୀର ତେଲ ଟ୍ୟାଙ୍କରରେ କେନ୍ଦୁପତ୍ର ଲୋଡ଼ ହୋଇ ଆସୁଥିବା ବନବିଭାଗ ବିଶେଷ ସୂତ୍ରରୁ ଖବରପାଇଥିଲା। ବାଲେଶ୍ୱର ଡିଏଫ୍‌ଓ ବିଶ୍ୱରାଜ ପଣ୍ଡାଙ୍କ ନିର୍ଦ୍ଦେଶ କ୍ରମେ କୁଲଡ଼ିହା ରେଞ୍ଜର ତଥା ଏସିଏଫ୍‌ଓ ଲକ୍ଷ୍ମଣ ପ୍ରଧାନ ସଦଳବଳ ସୋର ଥାନାଧିକାରୀଙ୍କ ସାହାଯ୍ୟରେ ୫ନଂ. ଜାତୀୟ ରାଜପଥ ବାରିକପୁର ସ୍ଥିତ ଏକ ଢାବା ନିକଟରେ ରାସ୍ତାକଡ଼ରେ ଅଟକିଥିବା ତେଲଟ୍ୟାଙ୍କର(ନଂ. ନମ୍ବର ଓଆର୍‌-୦୫ଡ଼ି-୩୧୮୫)କୁ ସନ୍ଦେହ କରି ଯାଞ୍ଚ କରାଯାଇଥିଲା। ସେତେବେଳେ ଗାଡ଼ି ଚାଳକ କିମ୍ବା ହେଲପର୍‌ ନ ଥିଲେ । ତନଖି କରିବାରୁ ଟ୍ୟାଙ୍କରରେ ବିଡ଼ା ବିଡ଼ା କେନ୍ଦୁପତ୍ର୍ର ରହିଥିବା ଜଣାପଡିଥିଲା। ପରେ ଟ୍ୟାଙ୍କରକୁ ଜବତ କରି ନୀଳଗିରି କୁଲଡ଼ିହା ରେଞ୍ଜର ଅଫିସ୍‌କୁ ଅଣାଯାଇ ସେଥିରୁ କେନ୍ଦୁପତ୍ର ଜବତ କରାଯାଇଥିଲା। ଏହାର ଆନୁମାନିକ ମୂଲ୍ୟ ୨ଲକ୍ଷ ଟଙ୍କା ପାଖାପାଖି ହେବ । ଏନେଇ ଏକ ମାମଲା (ନଂ. ୨୧/୧୯) ରୁଜୁ କରାଯାଇଥିବା ବନ ବିଭାଗ କହିଛି। ଏହି କେନ୍ଦୁପତ୍ର ପଶ୍ଚିମବଙ୍ଗକୁ ଚାଲାଣ ହେଉଥିଲା ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri