ତ୍ରିପାକ୍ଷିକ ଆଲୋଚନାରୁ ବାହାରିଲାନି ନିଷ୍କର୍ଷ

କେନ୍ଦୁଝର, ୧୨।୧୦ (ସ୍ବ.ପ୍ର./ଡି.ଏନ.ଏ.)- ଓଡିଶା ସ୍ପଞ୍ଜ କାରଖାନା ଶ୍ରମିକଙ୍କ ସମସ୍ୟା ନେଇ ଶୁକ୍ରବାର ତ୍ରିପାକ୍ଷିକ ବୈଠକ ଅନୁଷ୍ଠିତ ହୋଇଥିଲା। କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ମିନି କନଫରେନ୍ସ ହଲ୍‌ଠାରେ ଅନୁଷ୍ଠିତ ଏହି ବୈଂକରେ ଓଡିଶା ସ୍ପଞ୍ଜ କାରଖାନା କର୍ତ୍ତୃପକ୍ଷ, କର୍ମଚାରୀ ସଂଘ ଓ ଜିଲା ପ୍ରଶାସନର ଅଧିକାରୀମାନେ ଯୋଗ ଦେଇ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ। ପଳାଶପଙ୍ଗାସ୍ଥିତ ଓଏସ୍‌ଆଇଏଲ୍‌ କାରଖାନା ପୁନଃ ଚାଲୁ କରିବା ଏବଂ ଶ୍ରମିକମାନଙ୍କ ପକ୍ଷରୁ ଆସିଥିବା ବିଭିନ୍ନ ପ୍ରସ୍ତାବ ଉପରେ ଦୀର୍ଘ ସମୟ ଧରି ଆଲୋଚନା ହୋଇଥିଲା। କେତେକ ଦାବି ପ୍ରସ୍ତାବରେ ସହମତି ପ୍ରକାଶ ପାଇଥିଲେ ମଧ୍ୟ ଶ୍ରମିକଙ୍କୁ ଦରମା ଦେବା ପ୍ରସ୍ତାବ ନେଇ ଆଲୋଚନା ଆଗେଇ ପାରି ନ ଥିଲା। ଏଣୁ ଏହି ତ୍ରିପାକ୍ଷିକ ବୈଠକ ସଫଳ ହୋଇ ପାରି ନ ଥିବା ଜଣାପଡିଛି।
ଜିଲା ଶ୍ରମ ଅଧିକାରୀ ଅଜୟ କୁମାର ପ୍ରଧାନ ଏହି ସୂଚନା ଦେଇ ଖୁବ୍‌ଶୀଘ୍ର ଆଉ ଏକ ତାରିଖ ଘୋଷଣା କରି ଏ ଦିଗରେ ନିଷ୍ପତ୍ତି ନିଆଯିବ ବୋଲି କହିଛନ୍ତି। ତ୍ରିପାକ୍ଷିକ ବୈଠକରେ କେନ୍ଦୁଝର ଜିଲାପାଳ ଆଶିଷ ଠାକ୍‌ରେ ଅଧ୍ୟକ୍ଷତା କରିଥିଲେ। ପ୍ରଭାଗୀୟ ଶ୍ରମ ଆୟୁକ୍ତ ଲକ୍ଷ୍ମୀଧର ରଥ,ଜିଲା ଶ୍ରମ ଅଧିକାରୀ ଅଜୟ କୁମାର ପ୍ରଧାନ, ଓଡିଶା ସ୍ପଞ୍ଜ ଆଇରନ କାରଖାନାର ନିର୍ଦ୍ଦେଶକ ମୁନିର ମହାନ୍ତି, ଇଡି ସଞ୍ଜିବ କପୁର, ଫାଇନାନସର ପବନ ଅଗ୍ରୱାଲ, କାରଖାନାର ଆସିଷ୍ଟାଣ୍ଟ ଜେନେରାଲ ଅଫିସର ସୋମନାଥ ଧିର ପ୍ରମୁଖ ଯୋଗ ଦେଇଥିଲେ। ସେହିପରି ଶ୍ରମିକ ପ୍ରତିନିଧିଭାବେ ଏଆଇଟିୟୁସି ରାଜ୍ୟ ସାଧାରଣ ସମ୍ପାଦକ ରାମକୃଷ୍ଣ ପଣ୍ଡା, ସମ୍ପାଦକ ମହେଶ୍ୱର ରାଉତ, ଜିଲା ସଭାପତି ବିଦ୍ୟାଧର ମହାନ୍ତଙ୍କ ସମତେ ବହୁ କର୍ମଚାରୀ ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ଉଲ୍ଲେଖନୀୟ ଯେ, ୨୦୧୨ ଅକ୍ଟୋବର ପର୍ଯ୍ୟନ୍ତ ସମସ୍ତ ପ୍ରାପ୍ୟ ଚୁକ୍ତିନାମା ସ୍ବାକ୍ଷର ହେବା ପୂର୍ବରୁ ଅର୍ଥ ଜମା କରିବାକୁ କମ୍ପାନୀ ଆଲୋଚନା ବେଳେ ସହମତି ପ୍ରକାଶ କରିଥିଲା। କମ୍ପାନୀରେ ମୋଟ ୪୫୩ କର୍ମଚାରୀଙ୍କ ମଧ୍ୟରୁ ବତ୍ତର୍ର୍ମାନ ଯେଉଁମାନଙ୍କୁ ୫୮ ବର୍ଷ ହୋଇନାହିଁ ସେମାନଙ୍କୁ ପୁନଃ ନିଯୁକ୍ତି ଦେବାକୁ ସ୍ଥିରି ହୋଇଥିଲା। ଏହା ବ୍ୟତୀତ ଅକ୍ଟୋବର ୨୦୧୨ଠାରୁ ଡିସେମ୍ବର ୨୦୧୮ ମସିହା ପର୍ଯ୍ୟନ୍ତ କର୍ମଚାରୀଙ୍କ ସମ୍ପୂର୍ଣ୍ଣ ଗ୍ରାଚ୍ୟୁଇଟି ଏବଂ ପିଏଫ ଦେବା ପାଇଁ ସହମତି ପ୍ରକାଶ ପାଇଥିଲା। ଏହି ସମୟ ମଧ୍ୟରେ ୭୪ ମାସର ଦରମା ଦେବା ନେଇ ପ୍ୟାକେଜ ପ୍ରସ୍ତାବ ଦିଆଯାଇଥିଲା। ଦରମା ବାବଦକୁ ଏକକାଳୀନ ପରିଶୋଧ ନିମନ୍ତେ କମ୍ପାନୀପକ୍ଷରୁ ୪ଲକ୍ଷ ଟଙ୍କାର ପ୍ରସ୍ତାବ ଦିଆଯାଇଥିଲା। ପୂର୍ବରୁ କର୍ମଚାରୀମାନେ ଅଗ୍ରିମ ଆକାରରେ ୧ଲକ୍ଷ ୯୨ହଜାର ଟଙ୍କା ନେଇଥିବାବେଳେ ଆଉ ୨ଲକ୍ଷ ୮ହଜାର ଟଙ୍କା ଦେବାକୁ କମ୍ପାନୀ ପକ୍ଷରୁ କୁହାଯାଇଥିଲା। ଏହି ପ୍ରସ୍ତାବରେ ଶ୍ରମିକ ପ୍ରତିନିଧି ଏବଂ ଉପସ୍ଥିତ କର୍ମଚାରୀ ରାଜି ନ ହୋଇ ୮ଲକ୍ଷ ଟଙ୍କା ଦେବାକୁ ଦାବି କରିଥିଲେ। ଫଳରେ ଏ ନେଇ କୌଣସି ନିଷ୍କର୍ଷ ବାହାରି ପାରି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ

ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ…

ବହୁ ପ୍ରତୀକ୍ଷାର ଅନ୍ତ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଖୋଲିଲା ଶାଳପଡ଼ା ଓଭରବ୍ରିଜ୍‌

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଦୀର୍ଘଦିନର ପ୍ରତୀକ୍ଷା ପରେ ଶେଷରେ ଶାଳପଡ଼ା ଓଭରବ୍ରିଜ ଶୁକ୍ରବାର ସାଧାରଣ ଲୋକଙ୍କ ପାଇଁ ଖୋଲାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଆସନ୍ତା ୧୨ ତାରିଖର ଗସ୍ତକୁ ଦୃଷ୍ଟିରେ…

ପ୍ରେମରେ ପ୍ରତାରଣା ପାଇବା ପରେ ଟାଓ୍ବାର ଉପରକୁ ଚଢିଗଲେ ଯୁବକ, ତା’ପରେ ଘଟିଲା…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): ପ୍ରେମରେ ପ୍ରତାରଣା ପାଇବା ପରେ ଯୁବକ ୩୩ କେଭି ଟାୱାରରେ ଚଢି ଜୀବନ ହାରିବା ପାଇଁ ଚେଷ୍ଟା କରୁଥିବାବେଳେ ପୋଲିସ ପହଞ୍ଚି…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଛେଳି ଚରାଇବାକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ଗୁପ୍ତାଙ୍ଗକୁ ଝୁଣି ପକାଇଲା…

ଆନନ୍ଦପୁର/ବଞ୍ଚୋ(ସୁଶାନ୍ତ କୁମାର ସାହୁ/ ପ୍ରଦୋଷ କୁମାର ବିଶ୍ୱାଳ ): ଛେଳି ଚରାଇ ଯାଇଥିବା ବ୍ୟକ୍ତିଙ୍କ ଗୁପ୍ତାଙ୍ଗକୁ ଝୁଣି ପକାଇଲା ଭାଲୁ । ଗୁରୁତର ବ୍ୟକ୍ତି ଡାକ୍ତରଖାନାରେ ଭର୍ତ୍ତି…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri