Posted inଖେଳ

ତ୍ରିରାଷ୍ଟ୍ରୀୟ ଦିନିକିଆ ସିରିଜ: ବାଂଲାଦେଶର ସହଜ ବିଜୟ

ଡବ୍ଲିନ୍‌,୧୬।୫- ଏଠାରେ ଚାଲିଥିବା ତ୍ରିରାଷ୍ଟ୍ରୀୟ ଦିନିକିଆ ସିରିଜରେ ବୁଧବାର ଖେଳାଯାଇଥିବା ଆୟର୍ଲାଣ୍ଡ ବିପକ୍ଷ ମ୍ୟାଚ୍‌ରେ ବାଂଲାଦେଶ ୪୨ଟି ବଲ ବାକି ରଖି ୬ ଉଇକେଟରେ ଅତି ସହଜରେ ବିଜୟ ହାସଲ କରିଛି। ଟସ୍‌ ଜିତି ଘରୋଇ ଆୟର୍ଲାଣ୍ଡ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୫୦ ଓଭରରେ ୮ ଉଇକେଟ ହରାଇ ୨୯୨ ରନ ସଂଗ୍ରହ କରିଥିଲା। ଜବାବରେ ବାଂଲାଦେଶ ୪୩ ଓଭରରେ ୪ ଉଇକେଟ ହରାଇ ୨୯୪ ରନ କରି ବିଜୟୀ ହୋଇଛି। ଏଥିସହ ବାଂଲାଦେଶର ଫାଇନାଲ ଆଶା ଆହୁରି ଦୃଢ ହୋଇଛି। ବାଂଲାଦେଶ ତରଫରୁ ତାମିମ ଇକବାଲ ୫୭, ଲିଟନ ଦାସ ୭୬, ସାକିବ ଅଲ ହାସନ ୫୦, ମୁସଫିକର ରହିମ ୩୫, ମହମୁଦୁଲ୍ଲା ଅପରାଜିତ ୩୫ ରନ ସଂଗ୍ରହ କରିଥିଲେ। ବୋଲିଂରେ ଘରୋଇ ଦଳ ତରଫରୁ ବୋଏଡ ରନ୍‌କିନ ୨, ମାର୍କ ଆଡାଏର ଓ ବେରୀ ମ୍ୟାକକାର୍ଥୀ ଗୋଟିଏ ଲେଖାଏ ଉଇକେଟ ହାସଲ କରିଥିଲେ।
ପ୍ରଥମେ ବ୍ୟାଟିଂ କରିଥିବା ଆର୍ୟଲାଣ୍ଡ ତରଫରୁ ଓପନର ପଲ ଷ୍ଟିର୍ଲିଂ ସର୍ବାଧିକ ୧୩୦, ଅଧିନାୟକ ଓ୍ବିଲିୟମ ପୋର୍ଟଫିଲ୍ଡ ୯୪ ରନ ସଂଗ୍ରହ କରିଥିବା ବେଳେ ଅନ୍ୟମାନେ ବିଫଳ ହୋଇଥିଲେ। ବୋଲିଂରେ ବାଂଲାଦେଶ ତରଫରୁ ଆମୁ ଜାଏଦ ସର୍ବାଧିକ ୫, ମହମ୍ମଦ ସୈଫୁଦିନ ୨ ଓ ରୁବେଶ ହୁସେନ ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତସ୍କୋର:
ଆୟର୍ଲାଣ୍ଡ ୫୦ ଓଭରରେ ୨୯୨/୮
(ଷ୍ଟିର୍ଲିଂ- ୧୩୦, ପୋର୍ଟରଫିଲ୍ଡ- ୯୪, ଜାଏଦ- ୫/୫୮, ସୈଫୁଦିନ- ୨/୪୩)।
ବାଂଲାଦେଶ ୪୩ ଓଭରରେ ୨୯୪/୪
(ଲିଟନ- ୭୬, ତାମିମ- ୫୭, ସାକିବ- ୫୦, ମୁସଫିକର- ୩୫, ମହମୁଦୁଲ୍ଲା- ୩୫*, ରାନକିନ୍‌- ୨/୪୮)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

ହାର୍ଦ୍ଦିକଙ୍କ ପରେ ଜାଡେଜା ହାସଲ କଲେ ଏହି ମାଇଲଖୁଣ୍ଟ

ଗୁଆହାଟୀ,୧୧ା୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ବିପକ୍ଷ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଏକ ମାଇଲଖୁଣ୍ଟ ହାସଲ କରିଛନ୍ତି। ସେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ…

ହାଇଦ୍ରାବାଦ୍‌କୁ ହରାଇ ପଞ୍ଜାବର ତୃତୀୟ ବିଜୟ

ଚଣ୍ଡିଗଡ଼,୧୧ା୪: ଅଧିନାୟକ ଶ୍ରେୟସ ଆୟାରଙ୍କ ଅପରାଜିତ ୬୯ ରନର ଇନିଂସ ବଳରେ ପଞ୍ଜାବ କିଙ୍ଗ୍ସ ଏକ ହାଇସ୍କୋରିଂ ଆଇପିଏଲ୍‌ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ୍‌କୁ ପରାସ୍ତ କରିଛି। ପଞ୍ଜାବର…

ଭାରତକୁ ମିଳିଲା ୧୩ ସ୍ବର୍ଣ୍ଣ ପଦକ

ଶିମ୍‌ଲା, ୧୧ା୪: ଭାରତୀୟ ଟେବୁଲ ଟେନିସ ଖେଳାଳି ସାଉଥ ଏସିଆନ ୟୁଥ୍‌ ଟେବୁଲ ଟେନିସ ଚାମ୍ପିୟନଶିପ୍‌ରେ ଆଧିପତ୍ୟ ବିସ୍ତାର କରି ସମସ୍ତ କାଟେଗୋରିରେ ମୋଟ ୧୩ ସ୍ବର୍ଣ୍ଣ…

ଗୋଟିଏ IPL ମ୍ୟାଚ ଖେଳି ଏତେ ଟଙ୍କା ରୋଜଗାର କରନ୍ତି ବୈଭବ, ଜାଣିଲେ ଉଡିଯିବ ହୋସ୍‌

ନୂଆଦିଲ୍ଲୀ,୧୧।୪: ଆଇପିଏଲ ୨୦୨୬ର ୧୬ ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଆରସିବିକୁ ୬ ଉଇକେଟ୍‌ରେ ପରାସ୍ତ କରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ରାଜସ୍ଥାନ ରୟାଲ୍ସର ପ୍ରତିନିଧିତ୍ୱ କରୁଥିବା…

ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ସ୍ବତନ୍ତ୍ର ବାର୍ତ୍ତା ଲେଖିଲେ କୋହଲି, ୨ଟି ଶବ୍ଦରେ କହିଦେଲେ…

ନୂଆଦିଲ୍ଲୀ,୧୧।୪: ବିଶ୍ୱର ପ୍ରସିଦ୍ଧ ବୋଲରଙ୍କ ବିରୋଧରେ ମଧ୍ୟ ପ୍ରଥମ ବଲରୁ ଷ୍ଟ୍ରାଇକ କରିବାର କ୍ଷମତା ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ବ୍ୟାପକ ପ୍ରଶଂସା ମିଳୁଛି। ଏହି ବ୍ୟାଟସମ୍ୟାନଙ୍କୁ ଦେଖିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri