Posted inଖେଳ

ତ୍ରିରାଷ୍ଟ୍ରୀୟ ମହିଳା ଟି୨୦: ହାରିଲା ଭାରତ

କାନବେରା,୨।୨(ପି.ଟି.)- ଚଳିତ ତ୍ରିରାଷ୍ଟ୍ରୀୟ ମହିଳା ଟି୨୦ ସିରିଜ୍‌ରେ ଭାରତୀୟ ଦଳ ପ୍ରଥମ ପରାଜୟ ବରଣ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ୪ ଉଇକେଟରେ ଭାରତକୁ ହରାଇ ଦେଇଛି। ଆସନ୍ତା ୭ ତାରିଖରେ ଭାରତୀୟ ଦଳ ତା’ର ପରବର୍ତ୍ତୀ ମ୍ୟାଚ୍‌ରେ ଇଂଲଣ୍ଡକୁ ମେଲବୋର୍ନଠାରେ ଭେଟିବ।
ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ଆରମ୍ଭରୁ ବିପର୍ଯ୍ୟୟର ସମ୍ମୁଖୀନ ହେବାରୁ ଧାର୍ଯ୍ୟ ୨୦ ଓଭରରେ ୯ ଉଇକେଟ ହରାଇ ୧୦୩ ରନ୍‌ କରିଥିଲା। ଦୁଇ ସିନିୟର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନା (୩୫), ଅଧିନାୟିକା ହରମନପ୍ରୀତ କୌର (୨୮) ଓ ରାଧା ଯାଦବ (୧୧)ଙ୍କୁ ଛାଡ଼ି ଅନ୍ୟ କେହି ଦୁଇ ଅଙ୍କ ଛୁଇଁ ପାରି ନ ଥିଲେ। ଘରୋଇ ବୋଲରଙ୍କ ମଧ୍ୟରେ ଏଲିସେ ପେରି ୪ ଉଇକେଟ ଅକ୍ତିଆର କରିଥିଲେ। ୧୦୪ ରନ୍‌ର ଛୋଟିଆ ବିଜୟଲକ୍ଷ୍ୟ ନେଇ ଓହ୍ଲାଇଥିବା ଅଷ୍ଟ୍ରେଲିଆ ମଧ୍ୟ ୩୦ ରନ୍‌ ମଧ୍ୟରେ ୩ ଉଇକେଟ ହରାଇ ଥିଲା। କିନ୍ତୁ ପେରିଙ୍କ ୪୯ ରନ୍‌ର ଇନିଂସ ଯୋଗୁ ଘରୋଇ ଦଳ ୧୮.୫ ଓଭରରେ ୬ ଉଇକେଟ ହରାଇ ବିଜୟ ଲକ୍ଷ୍ୟ ହାସଲ କରି ନେଇଥିଲା। ଭାରତୀୟ ଦଳ ପାଇଁ ରାଜେଶ୍ୱରୀ ଗାଏକ୍ୱାଡ ୨ ଉଇକେଟ ହାତେଇଥିବାବେଳେ ଦୀପ୍ତି ଶର୍ମା, ଶିକ୍ଷା ପାଣ୍ଡେ, ରାଧା ଯାଦବ ଓ ଅରୁନ୍ଧତି ରେଡ୍ଡୀ ପ୍ରତ୍ୟେକେ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ। ବିଜୟୀ ଦଳ ପାଇଁ ଉଭୟ ବଲ ଓ ବ୍ୟାଟରେ ଭଲ ପ୍ରଦର୍ଶନ କରିଥିବା ପେରିଙ୍କୁ ଫ୍ଲେୟାର ଅଫ୍‌ ଦି ମ୍ୟାଚ୍‌ ବିବେଚିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

ପ୍ରଶାସନର କଡ଼ା କାର୍ଯ୍ୟାନୁଷ୍ଠାନ: ବିଭିନ୍ନ ଦେକାନରେ ଅଚାନକ ଚଢାଉ, ଆଦାୟ ହେଲା ଏତିକି ଟଙ୍କା ଜରିମାନା

ଜମନକିରା, ୧୪।୭: (ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲାରେ ତମାଖୁ ନିୟନ୍ତ୍ରଣ ଏବଂ ସର୍ବସାଧାରଣ ସ୍ଥାନରେ ଧୂମ୍ରପାନ ରୋକିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri