ତ୍ରିସ୍ତରୀୟ ସୁରକ୍ଷାରେ ବିଧାନସଭା

ଭୁବନେଶ୍ୱର,୧୪।୨(ବ୍ୟୁରେ): ଶୁକ୍ରବାରଠାରୁ ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ହେବ। ଏଥିପାଇଁ କମିଶନରେଟ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ବିଧାନସଭା ଚାରିପଟେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏଥର କମିଶନରେଟ ପୋଲିସ ଓ ଗୋଇନ୍ଦା ବିଭାଗ ପକ୍ଷରୁ ୨ ପ୍ରକାର ସୁରକ୍ଷା ବ୍ୟବସ୍ଥା କରାଯାଇଥିବା ପୋଲିସ ଡିଜି ଅଭୟ ସୂଚନା ଦେଇଛନ୍ତି। ଗୁରୁବାର ଅପରାହ୍ନ ପ୍ରାୟ ୪ଟାରେ ଡିଜିପିି ଅଭୟ, ଗୋଇନ୍ଦା ବିଭାଗ ନିର୍ଦ୍ଦେଶକ ସତ୍ୟଜିତ୍‌ ମହାନ୍ତି ଓ ପୋଲିସ କମିଶନର ସୁଧାଂଶୁ ଷଡଙ୍ଗୀ ବିଧାନସଭା ପରିସରରେ ସୁରକ୍ଷା ସ୍ଥିତି ଅନୁଧ୍ୟାନ କରିଥିଲେ। ଏଥିସହ ଦାୟିତ୍ୱରେ ଥିବା ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ। ଏହାପରେ ସୁରକ୍ଷା ସଂକ୍ରାନ୍ତ ରିହର୍ସାଲ କରାଯାଇଥିଲା। ଅଧିବେଶନ ଆରମ୍ଭ ପୂର୍ବରୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ଙ୍କୁ ପୂର୍ବାହ୍ନ ୧୦ଟା ୩୦ରେ ଗାର୍ଡ ଅଫ୍‌ ଅନର ଦିଆଯିବ। ତେଣୁ ଏହା ଉପରେ ପୂର୍ବାଭ୍ୟାସ ମଧ୍ୟ କରାଯାଇଥିଲା। ରିହର୍ସାଲ ସମୟରେ ପୋଲିସ କମିଶନର ଷଡ଼ଙ୍ଗୀ ଗାର୍ଡ ଅଫ୍‌ ଅନର ଅଭ୍ୟାସ କରୁଥିବା ପୋଲିସ କର୍ମଚାରୀଙ୍କ ତ୍ରୁଟି ଧରିବା ସହ ଠିକ୍‌ କରି ଦେଖାଇଥିଲେ। ସେହିଭଳି ବିଧାନସଭା ଭିତରେ ଓ ବାହାରେ ବୋମା ନିଷ୍କ୍ରିୟକାରୀ ଟିମ୍‌ ଏବଂ ସନ୍ଧାନୀ କୁକୁର ଦ୍ୱାରା ଯାଞ୍ଚ କରାଯାଇଥିଲା।
ଡିଜିପି ଅଭୟ କହିଛନ୍ତି, କମିଶନରେଟ ପୋଲିସ ଏବଂ ଗୋଇନ୍ଦା ପୋଲିସ ପକ୍ଷରୁ ବିଧାନସଭା ଓ ଆଖପାଖ ଅଞ୍ଚଳରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ୩ କଣ୍ଟ୍ରୋଲରୁମ୍‌ ଓ ସମନ୍ବିତ କଣ୍ଟ୍ରୋଲ ରୁମ୍‌ର ବ୍ୟବସ୍ଥା କରାଯାଇଛି। ସୁରକ୍ଷା ଦାୟିତ୍ୱରେ ପ୍ରାୟ ୩୦ ପ୍ଲାଟୁନ ପୋଲିସ ଫୋର୍ସ ଓ ୯୦ ଅଫିସର ରହିବେ। ଏହାସହ ୨ ସ୍ପେଶାଲ ଟାକ୍ଟିକାଲ ୟୁନିଟ, ଷ୍ଟ୍ରାଇକିଂ ଫୋର୍ସ ଓ କ୍ୟୁଆର୍‌ଟି ମୁତୟନ ରହିବେ। ରୁଫ୍‌ ଟପ୍‌ ସିକ୍ୟୁରିଟି ସହ ବିଭିନ୍ନ ସ୍ଥାନରେ ସାଦା ପୋଷାକଧାରୀ ପୋଲିସ ପୂରା ସ୍ଥିତି ଉପରେ ନଜର ରଖିବେ। ପୋଲିସ କମିଶନର ଷଡ଼ଙ୍ଗୀ କହିଛନ୍ତି, ବିକ୍ଷୋଭକାରୀଙ୍କ ପାଇଁ ଗାନ୍ଧୀ ମାର୍ଗରେ ବ୍ୟାପକ ପୋଲିସ ଫୋର୍ସ ରଖାଯାଇଛି। ଏହାସହ ସିସିଟିଭି ମଧ୍ୟ ଲଗାଯାଇଛି। ଏଥର କାଠ ବଦଳରେ ଲୁହାର ବ୍ୟାରିକେଡ କରାଯାଇଛି। ପ୍ରତିବର୍ଷ ଗଛ କଟାଯାଇ ବ୍ୟାରିକେଡ କରାଯାଉଥିଲା। ଫଳରେ ପରିବେଶ ଉପରେ ଏହାର କୁପ୍ରଭାବ ପଡୁଥିଲା। ଅନ୍ୟପକ୍ଷରେ ବିଧାନସଭା ନିୟମିତ ହେଉଥିବାରୁ ସ୍ଥାୟୀଭାବେ ଲୁହାର ବାରିକେଡ୍‌ କରାଯାଇଛି। ଯାହାକି ସବୁ ଦୁଷ୍ଟିରୁ ଭଲ। ବିକ୍ଷୋଭକାରୀଙ୍କୁ ଅଟକାଇବା ସହ ଗଛ କଟାଯିବାରୁ ମଧ୍ୟ ମୁକ୍ତି। ଏହା ଏକ ଭଲ ପ୍ରୟାସ ବୋଲି କମିଶନର ଷଡ଼ଙ୍ଗୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

ଆମେରିକା-ଇରାନ ଯୁଦ୍ଧରେ ମଧ୍ୟସ୍ଥତା କରିବା ପରେ ଏତେ ବଡ଼ ପୁରସ୍କାର ମାଗିଦେଲା ପାକିସ୍ତାନ, ସାରା ବିଶ୍ୱ ଚକିତ

ଇସଲାମାବାଦ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତିରେ ସାମିଲ ହେବାରେ ପାକିସ୍ତାନ ଅତ୍ୟନ୍ତ ଖୁସି। ପାକିସ୍ତାନୀ ଗଣମାଧ୍ୟମ ଦାବି କରିଛି ଯେ ଏହି ସଙ୍କଟକୁ ଏଡାଇବାରେ ଇସଲାମାବାଦ…

ଆକ୍ସନ ମୋଡରେ ବନବିଭାଗ, ବେଆଇନ କରତକଳ ଉପରେ ଚଢ଼ାଉ, ମାଲିକ ଫେରାର

ଧାମନଗର,୯।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଅଞ୍ଚଳରେ ଚାଲୁଥିବା ବେଆଇନ କରତକଳ ଗୁଡିକୁ ଧରିବା ପାଇଁ ବନ ବିଭାଗ ଅଣ୍ଟା ଭିଡିଛି । ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନ…

ଶେଖ ହାସିନାଙ୍କୁ ପ୍ରତ୍ୟର୍ପଣ କର: ଭାରତରେ ପହଞ୍ଚି ଏମିତି କହିଲେ ବାଂଲାଦେଶ ବୈଦେଶିକ ମନ୍ତ୍ରୀ, ମିଳିଲା ଏମିତି ଜବାବ

ଢାକା,୯।୪: ଗତ ବର୍ଷ ଭାରତ-ବାଂଲାଦେଶ ସମ୍ପର୍କରେ ଉତ୍ତେଜନା ଶୀର୍ଷରେ ପହଞ୍ଚିବା ପରେ ବାଂଲାଦେଶ ଏବେ ସମ୍ପର୍କ ଉନ୍ନତ କରିବା ପାଇଁ ପଦକ୍ଷେପ ନେଉଛି। ଏହି ପରିପ୍ରେକ୍ଷୀରେ ବାଂଲାଦେଶର…

‘ଏଥର ଏପରି ଗୁଳି ବର୍ଷା କରିବୁ…’ ଯୁଦ୍ଧବିରତି ମଧ୍ୟରେ ଟ୍ରମ୍ପ ଇରାନକୁ କାହିଁକି ଧମକ ଦେଲେ?

ଓ୍ବାଶିଂଟନ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ବୟାନ ଦେଇଛନ୍ତି । ଆମେରିକା ରାଷ୍ଟ୍ରପତି ପୁଣି ଥରେ…

ରେଳ ଷ୍ଟେଶନରୁ ଶିଶୁ ଚୋରି ଘଟଣାରେ ନୂଆ ଟ୍ବିଷ୍ଟ୍‌: ବାପା ହିଁ ରଚିଥିଲେ ଷଡଯନ୍ତ୍ର: ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା

ନିରାକାରପୁର,୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳଷ୍ଟେଶନରେ ଶିଶୁ ଚୋରି ଘଟଣାରେ ନୂଆ ଟ୍ବିଷ୍ଟ୍‌। ଶିଶୁ ଚୋରି କାହାଣୀ ବାପା ନିଜେ ରଚିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri