ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା, ମୁତୟନ ହେବେ ୨୪ ପ୍ଲାଟୁନ୍‌ ଫୋର୍ସ

ଛତ୍ରପୁର,୨୨ା୫(ଡି.ଏନ.ଏ)- ଚଳିତମାସ ୨୩ରେ ଗଞ୍ଜାମ ଜିଲାରେ ହୋଇଥିବା ଭୋଟର ଗଣତି ହେବ। ଏନେଇ ହୋଇଥିବା ପ୍ରସ୍ତୁତି ସମ୍ପର୍କରେ ମଙ୍ଗଳବାର ସନ୍ଧ୍ୟାରେ ଛତ୍ରପୁରସ୍ଥିତ ଜିଲାପାଳଙ୍କ ସମ୍ମିଳନୀ ଗୃହରେ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଏଥିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ, ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରଏ ଓ ବ୍ରହ୍ମପୁର ଏସ୍‌ପି ପିନାକ ମିଶ୍ର ଯୋଗଦେଇ ସୂଚନା ଦେଇଛନ୍ତି। ଜିଲାର ଛତ୍ରପୁରସ୍ଥିତ ଅନ୍‌ସ୍ଲୋ ସରକାରୀ ହାଇସ୍କୁଲ ପରିସରରେ ପୋଲସରା, କବିସୂର୍ଯ୍ୟନଗର, ଖଲିକୋଟ , ଛତ୍ରପୁର ଓ ହିଞ୍ଜିଳି ନିର୍ବାଚନମଣ୍ଡଳୀରେ ହୋଇଥିବା ଭୋଟର ଗଣତି ହେବ। ସେହିପରି ବ୍ରହ୍ମପୁରସ୍ଥିତ ପଲିଟେକନିକରେ ବ୍ରହ୍ମପୁର ଓ ଗୋପାଳପୁର, ଆଇଟିଆଇରେ ସାନଖେମୁଣ୍ଡି, ଦିଗପହଣ୍ଡି ଓ ଚିକିଟି ଏବଂ ଭଞ୍ଜନଗର ସ୍ଥିତ କେଏସୟୁବି କଲେଜରେ ଭଞ୍ଜନଗର, ଆସିକା ଓ ସୋରଡା ନିର୍ବାଚନମଣ୍ଡଳୀର ଭୋଟ ଗଣତି ହେବ। ଗୋପାଳପୁର, ଚିକିଟି ଓ ସାନଖେମୁଣ୍ଡିର ନିର୍ବାଚନମଣ୍ଡଳୀର ଉଭୟ ବିଧାନସଭା ଓ ଲୋକସଭା ଆସନର ଇଭିଏମ୍‌ରେ ଭୋଟ ଗଣତି ୧୦ଟି ଟେବୁଲରେ ହେବ। ନିର୍ବାଚନ କମିଶନ ଏଥିପାଇଁ ଅନୁମତି ଦେଇଛନ୍ତି। ଅନ୍ୟ ଗୁଡିକର ୭ ଟେବୁଲ୍‌ରେ ଗଣତି ହେବ ବୋଲି ଜିଲାପାଳ ସୂଚନା ଦେଇଛନ୍ତି। ଆସିକା ଲୋକସଭାର ପୋଷ୍ଟାଲ ବାଲଟ ଜିଲାପାଳଙ୍କ ସମ୍ମିଳନୀ ଗୃହରେ ଏବଂ ବ୍ରହ୍ମପୁର ଲୋକସଭାର ପୋଷ୍ଟାଲ ବାଲଟ ଡିଆରଡିଏରେ ଗଣତି ହେବ। ଏଥିପାଇଁ ସକାଳ ୮ ଟା ଧାର୍ଯ୍ୟ ହୋଇଛି। ସକାଳ ୮ ଟା ୩୦ରୁ ଇଭିଏମ୍‌ର ଭୋଟ ଗଣତି ଆରମ୍ଭ ହେବ ବୋଲି କୁହାଯାଇଛି। ଆସିକା ଲୋକସଭା ଆସନ ପାଇଁ ୨୦୮୬ ପୋଷ୍ଟାଲ ବାଲଟ ଓ ବ୍ରହ୍ମପର ଲୋକସଭା ଆସନ ପାଇଁ ୧୨୭୯ ପୋଷ୍ଟାଲ ବାଲଟ ପହଞ୍ଚତ୍ଛି। ଭୋଟ ଗଣତିର ମନିଟରିଂ ପାଇଁ ଜିଲାକୁ ୧୨ ଜଣ ପର୍ଯ୍ୟବେକ୍ଷକ ଆସିଛନ୍ତି। ଜଣେ ପର୍ଯ୍ୟବେକ୍ଷକ ଆସିନଥିବାରୁ ହିଞ୍ଜିଳି ଓ ଖଲ୍ଲିକୋଟ ପାଇଁ ଜଣେ ପର୍ଯ୍ୟବେକ୍ଷକଙ୍କୁ ଦାୟିତ୍ୱ ଦିଆଯାଇଛି। ଭୋଟ ଗଣତି ପାଇଁ ୨୫୮ ଜଣ କାଉଣ୍ଟିଙ୍ଗ ସୁପରଭାଇଜର, ୨୦୬ ଆସିଷ୍ଟାଣ୍ଟ ସୁପରଭାଇଜର ଓ ୨୩୨ ଜଣ ମାଇକ୍ରୋ ଅବଜରଭରଙ୍କୁ ନିଯୁକ୍ତି ଦିଆଯାଇଥିବା ଜିଲାପାଳ କହିଛନ୍ତି। ଅପରପକ୍ଷରେ ପ୍ରାର୍ଥୀ, ପ୍ରାର୍ଥୀଙ୍କ ଏଜେଣ୍ଟ ଓ ଗଣମାଧ୍ୟମ ପ୍ରତିନିଧିଙ୍କୁ ମୋବାଇଲ ଫୋନ୍‌ ଗଣତି କେନ୍ଦ୍ର ମୁଖ୍ୟ ଗେଟ୍‌ ଭିତରକୁ ନେବାକୁ ବାରଣ ରହିଛି। ଏପରିକି ପେନ୍‌ ଓ ପେପର ମଧ୍ୟ ଭିତରକୁ ନେବାକୁ ବାରଣ ରହିଥିବା ଜିଲାପାଳ କହିଛନ୍ତି। ଗଣତି କେନ୍ଦ୍ର ବାହାରେ ମିଡିଆ ସେଲ୍‌ ରହିବ। ଭୋଟ ଗଣତି ପରିପ୍ରେକ୍ଷୀରେ କେନ୍ଦ୍ରରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ରହିବ। ଉଭୟ ବ୍ରହ୍ମପୁର ଓ ଗଞ୍ଜାମ ପୋଲିସ ପକ୍ଷରୁ ୨୪ ପ୍ଲାଟୁନ୍‌ ଫୋର୍ସ ମୁତୟନ ରହିବେ। ଏଥିସହ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଗଂଜାମ ଏସ୍‌ପି କହିଛନ୍ତି ଛତ୍ରପୁର ଓ ଭଞ୍ଜନଗରରେ ହେବାକୁ ଥିବା ଭୋଟ ଗଣତି ପାଇଁ ୨ ଜଣ ଅତିରିକ୍ତ ଏସପି, ୫ ଡିଏସପି, ୮ ଇନ୍ସପେକ୍ଟର, ୧୭ ସବଇନ୍ସପେକ୍ଟର, ୩୩ ଏଏସଆଇ, ୧୦୯ ଓଆର୍‌ , ୧୧୫ ହୋମଗାର୍ଡ, ୧୩ ପ୍ଲାଟୁନ୍‌ ଫୋର୍ସ ମୁତୟନ କରାଯିବ। ଏଥିସହ ଟ୍ରାଫିକ୍‌ ଓ ପାର୍କିଂ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ସେହିପରି ବ୍ରହ୍ମପୁର ଏସ୍‌ପି ସୂଚନା ଦେଇଛନ୍ତି ଯେ, ୨ ଜଣ ଅତିରିକ୍ତ ଏସ୍‌ପି, ୬ ଡିଏସପି, ୧୦ ଇନ୍ସପେକ୍ଟର, ୭୦ ଏସଆଇ ଓ ଏଏସଆଇ, ୧୦ ହୋମଗାର୍ଡ ଓ ୧୧ ପ୍ଲାଟୁନ୍‌ ଫୋର୍ସ ମୁତୟନ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

ଘୋଡ଼ାହାଡ଼ ନଦୀରେ ଗାଧୋଇବା ବେଳେ ବୃଦ୍ଧ ନିଖୋଜ: କୂଳରେ ପଡ଼ିଛି ଆଶାବାଡ଼ି, କୁମ୍ଭୀର ଭୟରେ…

ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ଭାଣିଜୀଙ୍କୁ ମାରିଦେଲେ ମାଇଁ! ପାଇଖାନାରୁ ମିଳିଲା…

ଜଗନ୍ନାଥପ୍ରସାଦ,୯।୪(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଛାମୁଣ୍ଡା ଗ୍ରାମ ଲକ୍ଷ୍ମଣ ପଲ୍ଲୀ ଗ୍ରାମର ଗଣେଶ ମହାରଣାଙ୍କ ବାରିପଟେ ଥିବା ଅସ୍ଥାୟୀ ପାଇଖାନା ଭିତରୁ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri