Posted inଖେଳ

ତ୍ରି-ରାଷ୍ଟ୍ରୀୟ ଟି୨୦: ଆଫଗାନିସ୍ତାନକୁ ଜିତାଇଲେ ନବି

ଢାକା, ୧୫।୯- ସ୍ଥାନୀୟ ଶେର୍‌ ଇ ବାଂଲା ନ୍ୟାଶନାଲ ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତ୍ରି-ରାଷ୍ଟ୍ରୀୟ ଟି୨୦ ସିରିଜର ଏକ ମ୍ୟାଚ୍‌ରେ ଆଫଗାନିସ୍ତାନ ୨୫ ରନରେ ଘରୋଇ ବାଂଲାଦେଶକୁ ପରାସ୍ତ କରିଛି। ଟସ୍‌ ଜିତି ବ୍ୟାଟିଂ କରିଥିବା ଆଫଗାନିସ୍ତାନ ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ ମହମ୍ମଦ ନବିଙ୍କ ବିସ୍ଫୋରକ ଅପରାଜିତ ଅର୍ଦ୍ଧଶତକ ବଳରେ ନିର୍ଦ୍ଧାରିତ ୨୦ ଓଭରରେ ୬ ଉଇକେଟ୍‌ ହରାଇ ୧୬୪ ରନ୍‌ କରିଥିଲା। ନବି ୫୪ ବଲରୁ ୭ ଛକା ଓ ୩ ଚୌକା ବଳରେ ୮୪ ରନ କରିଥିବାବେଳେ ଅସଘର ଆଫଘାନ (୪୦) ତାଙ୍କୁ ଉପଯୁକ୍ତ ସହାୟତା କରିଥିଲେ। ବାଂଲାଦେଶ ପକ୍ଷରୁ ମହମ୍ମଦ ସୈଫୁଦ୍ଦିନ ୪ ଓ ଶାକିବ ଅଲ୍‌ ହାସନ ୨ଟି ଉଇକେଟ୍‌ ନେଇଥିଲେ। ଜବାବରେ ବାଂଲାଦେଶ ୧୯.୫ ଓଭରରେ ୧୩୯ ରନ କରି ଅଲ୍‌ଆଉଟ୍‌ ହୋଇଯାଇଥିଲା। ମହମ୍ମଦୁଲା ୪୪, ସବିର ରହମାନ ୨୪, ଆଫିଫ୍‌ ହୋସେନ ୧୬, ଶାକିବ ଓ ମୁସ୍ତାଫିଜୁର ରହମାନ ୧୫ ରନ କରିଥିଲେ। ବିଜୟୀ ଆଫଗାନିସ୍ତାନ ପକ୍ଷରୁ ମୁଜିବ ଉର୍‌ ରହମାନ ୪ ଏବଂ ଫରିଦ୍‌ ମଲିକ, ଗୁଲାବଦିନ ନାଇବ ଓ ଅଧିନାୟକ ରଶିଦ ଖାଁ ୨ଟି ଲେଖାଏ ଉଇକେଟ୍‌ ନେଇଥିଲେ। ଆଫଗାନିସ୍ତାନର ଏହା ଲଗାତର ୨ୟ ବିଜୟ। ଶନିବାର ଆଫଗାନିସ୍ତାନ ଏହାର ପ୍ରଥମ ମ୍ୟାଚ୍‌ରେ ଜିମ୍ବାଓ୍ବେକୁ ପରାସ୍ତ କରିଥିଲା। ଦୁଇ ବିଜୟ ସହ ଆଫଗାନିସ୍ତାନ ୮ ପଏଣ୍ଟ ପାଇ ଟେବୁଲର ଶୀର୍ଷରେ ରହିଛି। ବାଂଲାଦେଶ (୪) ଓ ଜିମ୍ବାଓ୍ବେ (୦) ଯଥାକ୍ରମେ ୨ୟ ଓ ୩ୟ ସ୍ଥାନରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

୦,୦,୦…ରେ ଆଉଟ ହୋଇଥିବା ଅଭିଷେକ ଶର୍ମାଙ୍କୁ ମିଳିଲା ଗୁରୁ ମନ୍ତ୍ର, ଗାଭାସ୍କର କହିଲେ…

ନୂଆଦିଲ୍ଲୀ,୧୯।୨: ଅଭିଷେକ ଶର୍ମା ୨୦୨୬ ଟି୨୦ ବିଶ୍ୱକପରେ ତିନୋଟି ଇନିଂସ ଖେଳିଛନ୍ତି, କିନ୍ତୁ ସେ ତାଙ୍କର ଖାତା ଖୋଲି ନାହାଁନ୍ତି। ସେ ତିନୋଟି ମ୍ୟାଚରେ ଶୂନ୍ୟରେ ଆଉଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri