ତ୍ୱରାନ୍ବିତ ହେବ ଏସ୍‌ସିବି ମେଡିକାଲ ସମ୍ପ୍ରସାରଣ

କଟକ ଅଫିସ,୨୬।୬: କଟକ ଏସ୍‌ସିବି ମେଡିକାଲ କଲେଜ ଏବଂ ହସ୍ପିଟାଲର ସମ୍ପ୍ରସାରଣ ଓ ଉନ୍ନତିକରଣ କାର୍ଯ୍ୟର ସମୀକ୍ଷା ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ମେଡିକାଲ କ୍ୟାମ୍ପସ ପରିସରରେ ରହିଥିବା ଆଉକିଛି ସରକାରୀ କ୍ବାର୍ଟର୍ସ ଖୁବଶୀଘ୍ର ଖାଲି କରାଯିବ। ଏଥିସହିତ ସମ୍ପ୍ରସାରଣ ପାଇଁ ବିଭିନ୍ନ ବିଭାଗ ଅଧୀନରେ ଥିବା କ୍ବାର୍ଟର୍ସକୁ ଆସନ୍ତା ଜୁଲାଇ ୭ ସୁଦ୍ଧା ଖାଲିକରିବା ଓ ଜବରଦଖଲ ଉଚ୍ଛେଦ କାର୍ଯ୍ୟକୁ ତ୍ୱରାନ୍ବିତ କରାଯିବା ଉପରେ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ(ଆର୍‌ଡିସି) ଅନିଲ କୁମାର ସାମଲ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଆର୍‌ଡିସି ସାମଲ ବଡ଼ ମେଡିକାଲ ସମ୍ପ୍ରସାରଣ ଅଗ୍ରଗତି କାର୍ଯ୍ୟରେ ସମୀକ୍ଷା କରିବା ସହିତ ଯେଉଁମାନେ ନିର୍ଦ୍ଧାରିତ ତାରିଖ ସୁଦ୍ଧା ଅଫିସ ଓ କ୍ୱାର୍ଟର୍ସ ଖାଲି ନ କରିବେ ସେମାନଙ୍କୁ ପାଣି ଓ ବିଦ୍ୟୁତ୍‌ ବନ୍ଦ କରିଦିଆଯିବ ବୋଲି ସେ କହିଥିଲେ। ସେହିପରି ସୁଇପର କଲୋନୀ ଓ ବେହେରା କଲୋନୀବାସୀଙ୍କ ସହିତ ଆଲୋଚନା କରି ଖୁବ୍‌ଶୀଘ୍ର ସେମାନଙ୍କୁ ପୁନର୍ବାସ ଓ ଥଇଥାନ କରାଯିବ। ବଡ ମେଡିକାଲ ସମ୍ପ୍ରସାରଣ କରାଯିବା ପରିପ୍ରେକ୍ଷୀରେ ଯେଉଁମାନେ ଅନଧିକାରଭାବେ ଜବରଦଖଲ କରି ରହିଛନ୍ତି ସେମାନଙ୍କୁ ସେହିସ୍ଥାନ ଖାଲିକରିବା ପାଇଁ କ୍ଷତିପୂରଣ ବାବଦରେ ସରକାରଙ୍କ ତରଫରୁ ୫୦ ହଜାର ଟଙ୍କା ଆର୍ଥିକ ସହାୟତା ଯୋଗାଇ ଦିଆଯାଉଥିବା ଜିଲାପାଳ ଭବାନୀ ଶଙ୍କର ଚୟନୀ ଏହି ସମୀକ୍ଷା ବୈଠକରେ ପ୍ରକାଶ କରିଥିଲେ। ଏସ୍‌ସିବି ମେଡିକାଲ ସମ୍ପ୍ରସାରଣ ନିମନ୍ତେ ମେଡିକାଲ ନିକଟ ତାଳଦଣ୍ଡା କେନାଲ ଉଭୟ ପାଶର୍‌ବ ରାସ୍ତା କାର୍ଯ୍ୟକୁ ତ୍ୱରାନ୍ବିତ ପାଇଁ ପୂର୍ତ୍ତ ଡିଭିଜନ ନଂ. ୧କୁ ନିର୍ଦ୍ଦେଶ ଦିଆଯାଇଥିବା ସେ କହିଛନ୍ତି। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ସିଏମ୍‌ସି କମିଶନର ଅନନ୍ୟା ଦାସ, ପୂର୍ତ୍ତବିଭାଗ ଅଧ୍ୟକ୍ଷଣ ଯନ୍ତ୍ରୀ ତାରାପ୍ରସାଦ ମିଶ୍ର, ରାଜସ୍ବ ଆୟୁକ୍ତଙ୍କ ସଚିବ ଧନଞ୍ଜୟ ହେମ୍ରମ, ଅତିରିକ୍ତ ଜିଲାପାଳ ପୂର୍ଣ୍ଣଚନ୍ଦ୍ର ମିଶ୍ର, ପର୍ତ୍ତବିଭାଗ ନିର୍ବାହୀ ଯନ୍ତ୍ରୀ ଏମ. ଆର. ଖାନ୍‌ଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri