ଥଇଥାନ ପାଇଁ ଜିଲାପାଳଙ୍କୁ ଭେଟିଲେ ବ୍ୟବସାୟୀ

ଭଦ୍ରକ ଅଫିସ, ୪।୭ – ଭଦ୍ରକ ସହରରୁ ଜବରଦଖଲ ଉଚ୍ଛେଦ ପରେ ରୋଜଗାର ହରାଇଥିବା ଦୋକାନୀମାନଙ୍କୁ ଥଇଥାନ ଦାବିରେ ସିପିଆଇ(ଏମ୍‌)ର ଜିଲା କମିଟି ବୁଧବାର ଜିଲାପାଳଙ୍କୁ ଭେଟିଥିଲା। କମିଟି ନେତୃତ୍ୱରେ ଶତାଧିକ ବ୍ୟବସାୟୀ ଏକତ୍ର ହୋଇ ଶୋଭାଯାତ୍ରାରେ ଯାଇ ଜିଲାପାଳ ଜ୍ଞାନରଞ୍ଜନ ଦାସଙ୍କୁ ଭେଟି ସେମାନଙ୍କୁ ତୁରନ୍ତ ଥଇଥାନ କରାଯିବାକୁ ଦାବି ଜଣାଇଥିଲେ। ଜିଲାପାଳ ଦାସ ସେମାନଙ୍କ ସହ ଆଲୋଚନା କରିଥିଲେ। ସର୍ବଦଳୀୟ ତଥା ବ୍ୟବସାୟୀ ସଂଘ ପ୍ରତିନିଧିଙ୍କ ସହ ବୈଠକ କରି ଆଲୋଚନା ପରେ ସେମାନଙ୍କୁ ଥଇଥାନ କରାଯିବ ବୋଲି ଜିଲାପାଳ ପ୍ରତିଶ୍ରୁତି ଦେଇଛନ୍ତି। ସହରକୁ ସରସ, ସୁନ୍ଦର କରିବା ପାଇଁ ରାସ୍ତା ପ୍ରଶସ୍ତିକରଣ ଏବଂ ଡ୍ରେନେଜ ପୁନଃ ନିର୍ମାଣ ସକାଶେ ସରକାରୀ ଜାଗାରେ ଥିବା ଦୋକାନ ଜବରଦଖଲମୁକ୍ତ ନିଶ୍ଚୟ କରାଯିବ ବୋଲି ଜିଲାପାଳ କହିଥିଲେ। ବ୍ୟବସାୟୀମାନେ ମଧ୍ୟ ଏହାକୁ ସମର୍ଥନ କରିଥିଲେ। ବ୍ୟବସାୟୀଙ୍କ ପ୍ରସ୍ତାବ ମୁତାବକ ପୁରୁଣା ବସ୍‌ଷ୍ଟାଣ୍ଡ, ବନ୍ତ ଛକରେ ଥିବା ମତ୍ସ୍ୟ ବିଭାଗ କାର୍ଯ୍ୟାଳୟ ନିକଟ, ଉପଜିଲାପାଳଙ୍କ ବାସସ୍ଥାନରେ ଥିବା ଖାଲି ଜାଗା ଏବଂ ବାଲଗୋପାଳ ମନ୍ଦିର ପଛପାଖ ଜାଗାରେ ମାର୍କେଟ୍‌ କମ୍ପ୍ଲେକ୍ସ ନିର୍ମାଣ କରି ବିସ୍ଥାପିତଙ୍କୁ ଥଇଥାନ କରାଯିବା ନେଇ ଏକ ସ୍ମାରକପତ୍ର ଜିଲାପାଳଙ୍କୁ ପ୍ରଦାନ କରାଯାଇଛି। କମିଟିର ଜିଲା ସମ୍ପାଦକ ଦିବ୍ୟସିଂହ ନାୟକ, ଆଞ୍ଚଳିକ କମିଟି ସମ୍ପାଦକ ରାଧା ଦାସ, ପ୍ରଫୁଲ୍ଲ ପାଢ଼ୀ, ଚନ୍ଦ୍ରଶେଖର ନାୟକ ଓ ବିନୋଦ ସାହୁ ପ୍ରମୁଖ ନେତୃତ୍ୱ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ପରାଜୟର ଗୁମର ଖୋଲିଲେ ଦଳୀୟ ବିଧାୟକ ଗୌତମବୁଦ୍ଧ ଦାସ, କହିଲେ ଅଧିକ…

ଭୁବନେଶ୍ୱର,୧୩ା୬: ପୁଣି ଥରେ ବିଜେଡି ପରାଜୟର କଥା ଦୋହରାଇଛନ୍ତି ବିଜେଡିର ଭୋଗରାଇ ବିଧାୟକ ଗୌତମବୁଦ୍ଧ ଦାସ। ନିଜ ନିର୍ବାଚନ ମଣ୍ଡଳୀର ଏକ କାର୍ଯ୍ୟକ୍ରମରେ ବିଧାୟକ ବିଜେଡିର ପରାଜୟ…

ସାଙ୍ଗମାନଙ୍କ ସହ ଗାଧୋଇବାବେଳେ ପାଣିରେ ବୁଡ଼ି ୨ ଜଣଙ୍କ ଜୀବନ ଗଲା

ନୀଳଗିରି,୧୦ା୬(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ରାଧାକିଶୋରପୁର ପଞ୍ଚାୟତ ସୋନ ନଦୀ ରଣିତ ଘାଟରେ ଘଟିଛି ଅଘଟଣ। ବୁଧବାର ମଧ୍ୟାହ୍ନରେ ଦୁଇ ସାଙ୍ଗ ଜାମୁକୋଳି…

ମର୍ମନ୍ତୁଦ ଦୁର୍ଘଟଣା: ବାପା-ଝିଅଙ୍କ ଉପରେ ମାଡ଼ିଗଲା ଟ୍ରକ, ଆଉ ତା’ପରେ…

ସୋର,୭।୬(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ଉତ୍ତରେଶ୍ୱର ବସ୍‌ ଷ୍ଟପ୍‌ ନିକଟରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ…

ନାବାଳିକାଙ୍କୁ ନେଇ ଚମ୍ପଟ ମାରିଲା ପ୍ରେମିକ, ପୁଅର କାରନାମା ପାଇଁ ଭିଟାମାଟି ଛାଡ଼ିଲେ ମାଆ-ବାପା

ଭୋଗରାଇ,୫।୬(ପ୍ରଦୀପ ଦାସ )ନାବାଳିକାଙ୍କୁ ନେଇ ଛୁ ମାରିଲେ ପ୍ରେମିକ । ପ୍ରେମିକା ଓ ପ୍ରେମିକଙ୍କ ପତ୍ତା ମିଳୁନଥିବାବେଳେ ପୋଲିସ ଓ ନାବାଳିକାଙ୍କ ପରିବାର ଭୟରେ ଆତ୍ମଗୋପନ କରିଛନ୍ତି…

ବାହା ବେଦୀରେ ବଦଳିଗଲା ବରଙ୍କ ମନ, ଅଧା ବାହାଘରରୁ ପ୍ରେମିକାଙ୍କୁ ଛାଡ଼ି ଚାଲିଆସିଲେ…

ବାଲେଶ୍ୱର,୪ା୬(ବାଞ୍ଛାନିଧି ଦେ): ୪ ବର୍ଷର ପ୍ରେମ ସମ୍ପର୍କ। ପ୍ରଥମେ କୋର୍ଟ ମ୍ୟାରେଜ୍‌। ତା’ପରେ ଚାଲିଥିଲା ମନ୍ଦିରରେ ବାହାଘର। ହେଲେ ବାହାବେଦୀରେ ବଦଳିଗଲା ବରଙ୍କ ମନ। ଅଧା ବାହାଘରରୁ…

ସଂଘବଦ୍ଧ ଆକ୍ରମଣ କଲେ ସମ୍ପର୍କୀୟ, ବ୍ୟକ୍ତି ଗୁରୁତର

ସିମୁଳିଆ,୨।୬(ସନ୍ତୋଷ କୁମାର ନାୟକ): ଜମିବାଡ଼ି ସଂକ୍ରାନ୍ତିୟ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ମଙ୍ଗଳବାର ବାଲେଶ୍ୱର ଜିଲା ସିମୁଳିଆ ଥାନା କ୍ଷୀରକୋଣା ମଳିକସାହି ଅଞ୍ଚଳର ଲକ୍ଷ୍ମୀଧର ଦାସ (୪୫) ନାମକ…

ଟ୍ରେନ ଉପରେ ପଡ଼ିଲା କ୍ରେନ୍‌

ବାଲେଶ୍ୱର/ନୀଳଗିରି,୨୮।୫(ବାଞ୍ଛାନିଧି ଦେ/ପ୍ରଶାନ୍ତ ବିଶ୍ୱାଳ): ନୀଳଗିରି-ଗୋପୀନାଥପୁର ରେଲ ଷ୍ଟେଶନରେ ଏକ ଅଘଟଣ ଘଟିଛି। ଅନ୍‌ ଲୋଡିଂ ବେଳେ କ୍ରେନ୍‌ ଭାଙ୍ଗି ୨ଟି ମାଲବାହୀ ଟ୍ରେନ ଉପରେ ପଡ଼ିଥିଲା। ଫଳରେ…

ଓଲଟିଲା ଲୁଣ ବୋଝେଇ ଇଞ୍ଜିନ ରିକ୍ସା, ଖାଲାସୀ ମୃତ

ଭୋଗରାଇ,୨୮।୫( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା – ବାଲିଆପାଳ ରାସ୍ତା ଜଳଧା ଗ୍ରାମ ଛକ ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri