ଫୁଲବାଣୀ ଅଫିସ, ୩ା୨-ଆଇଓସିଏଲ୍ (ଇଣ୍ଡିଆନ ଅଏଲ କର୍ପୋରେଶନ ଲିମିଟେଡ) ପକ୍ଷରୁ ଇନ୍ଧନ ସଂରକ୍ଷଣ ସଚେତନତା ରାଲି ରବିବାର ଅନୁଷ୍ଠିତ ହୋଇଯାଇଛି। ଜିଲାପାଳଙ୍କ କାର୍ଯ୍ୟାଳୟ ପାଖରେ ଏହାର ଶୁଭାରମ୍ଭ ପୂର୍ବତନ ଏମ୍ପି ଖାରାବେଳ ସ୍ବାଇଁ କରିଥିଲେ। ଏହି ପଦଯାତ୍ରାରେ ସହରର ବିଭିନ୍ନ ସ୍କୁଲର ଛାତ୍ରୀଛାତ୍ରୀ ଅଂଶଗ୍ରହଣ କରି ଇନ୍ଧନ ଅପବ୍ୟବହାର ରୋକିବା ସହ ଆଗାମୀ ପିଢୀ ପାଇଁ ସଂରକ୍ଷିତ ରଖିବାକୁ ସହରବାସୀଙ୍କୁ ସଚେତନ କରିଥିଲେ। ଏ ସମ୍ପର୍କିତ ପ୍ଲାକାର୍ଡ ଧରି ସହର ପରିକ୍ରମା କରିଥିଲେ। କାର୍ଯ୍ୟକ୍ରମରେ ସ୍କୁଲ ପିଲାଙ୍କ ଅଂଶଗ୍ରହଣକୁ ନେଇ ଅସନ୍ତୋଷ ଦେଖାଦେଇଛି। ଶୋଭାଯାତ୍ରା ପୂର୍ବରୁ ପ୍ରବଳ ଥଣ୍ଡାରେ ପିଲାମାନଙ୍କୁ ସକାଳ ସାଢ଼େ ୬ଟାରୁ ଠିଆ କରାଯାଇଥିଲା। ଶୀତରେ ପିଲାମାନେ ଥରୁଥିଲେ ବି ଏହାକୁ ଗୁରୁତ୍ୱ ଦିଆଯାଇ ନ ଥିଲା। ଆଇଓସିଏଲ୍ କାର୍ଯ୍ୟକ୍ରମରେ ସ୍କୁଲ ପିଲାଙ୍କୁ ସାମିଲ କରିବାକୁ ନେଇ ସହରର ବୁଦ୍ଧିଜୀବୀ ପ୍ରଶ୍ନ ଉଠାଇଥିଲେ। ସହରରେ ବହୁ ସଂଖ୍ୟାରେ ସ୍ବେଚ୍ଛାସେବୀ ଅନୁଷ୍ଠାନ, କଲେଜ, ଯୁବକ ସଂଘ ଓ ସରକାରୀ କର୍ମଚାରୀ ଅଛନ୍ତି। ହେଲେ ସେମାନଙ୍କୁ ଏଥିରେ ସାମିଲ ନ କରି ଛୋଟ ଛୋଟ ପିଲାଙ୍କୁ ଥଣ୍ଡା କାକରରେ ଦୀର୍ଘ ସମୟ ଠିଆ କରାଇବାକୁ ସବୁ ମହଲରେ ନିନ୍ଦା କରାଯାଇଛି। କେତେକ ମାନବାଧିକାର କର୍ମୀ ମାନବାଧିକାର କମିଶନର ଦ୍ୱାରସ୍ଥ ହେବେ ବୋଲି କହିଛନ୍ତି। ଅତିଥି ଭାବେ ଆଇଓସିଏଲ୍ର ଓଡିଶା ଜେନେରାଲ ମ୍ୟାନେଜର ଏମ୍. ଉନିକ୍ରିଷ୍ଣା ଓ ଚିଫ୍ ଟେକ୍ନିକାଲ ଅଫିସର ଅମର ବଳବନ୍ତରାୟ ଯୋଗ ଦେଇଥିଲେ।
Posted inଆମ ଜିଲା ଖବର, କନ୍ଧମାଳ View All
ଧାନ ଫସଲରେ ବ୍ୟାପୁଛି ନଳିପୋକ, ଚକଡ଼ା ରୋଗ, ଚିନ୍ତାରେ ଚାଷୀ
ବରଗଡ଼,୨୧।୯(ପ୍ରେମାନନ୍ଦ ଖମାରୀ): ବର୍ଷା କମିଛି। ଗୁଳୁଗୁଳି ଆରମ୍ଭ ହୋଇଛି। ଏଭଳି ସ୍ଥିତିରେ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଧାନ ଫସଲରେ ନଲିପୋକ (ପତ୍ରପୋଡ଼ା), ଚକଡ଼ା…
ସକାଳୁ ସକାଳୁ ଦୁର୍ଘଟଣା: ରାସ୍ତାରେ ଚାଲିଚାଲି ଯାଉଥିବାବେଳେ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଅକ୍ଷୟଙ୍କ ଜୀବନ
ପରଜଙ୍ଗ,୨୧ା୯(ନିଗମାନନ୍ଦ ଦଳବେହେରା): ସକାଳୁ ସକାଳୁ ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନଂ ଜାତୀୟ ରାଜପଥରେ ଘଟିଛି ଦୁର୍ଘଟଣା। ଆଦର୍ଶ ବିଦ୍ୟାଳୟଠାରୁ ଅଳ୍ପ ଦୂରରେ ସୋମବାର…
ଖଣ୍ଡୁଆଳମାଳି ବକ୍ସାଇଟ୍ ଖଣି ଖନନକୁ ବିରୋଧ, ଅମଠାଗୁଡ଼ାରେ ୨୦ ଗାଁର ଶତାଧିକ ଆନ୍ଦୋଳନକାରୀ….
ଥୁଆମୂଳ ରାମପୁର,୨୦।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ କର୍ଲାପାଟ୍ ଅଞ୍ଚଳର ଖଣ୍ଡୁଆଳମାଳିରୁ ବକ୍ସାଇଟ୍ ଖନନକୁ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ବିରୋଧ ତୀବ୍ର ହେବାରେ ଲାଗିଛି…
ବିଦ୍ୟାଳୟରୁ ଚାଉଳ-ଖେଳଣା ଚୋରି, ୩ ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ
ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବୀରପଦ୍ମନାଭପୁର ଗ୍ରାମ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଷ୍ଟୋର ରୁମରୁ ୩୦ ପ୍ୟାକେଟ ଚାଉଳ ଏବଂ…
ବରିଷ୍ଠ କିରାଣି ଜୟନ୍ତ ପ୍ରଧାନଙ୍କୁ ନିଲମ୍ବନ କଲେ କେନ୍ଦ୍ରାପଡ଼ା DEO
ଡେରାବିଶ, ୨୦।୯(ବେବର୍ତା ଅଜୟ ଦାସ): ଡେରାବିଶ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିବା ବରିଷ୍ଠ କିରାଣୀ ଜୟନ୍ତ କୁମାର ପ୍ରଧାନଙ୍କୁ ନିଲମ୍ବିତ କରାଯାଇଛି । ନିଜ କାର୍ଯ୍ୟରେ…
ମଦ ଦୋକାନରେ ଗଣ୍ଡଗୋଳ, ଯୁବକଙ୍କ ତଣ୍ଟି କାଟି ହତ୍ୟା ଉଦ୍ୟମ; ଅଭିଯୁକ୍ତ ଗିରଫ
ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମର ଯୁବକ ଏସ. ରାଜୀବ ରେଡ୍ଡୀ ଚୈତନ୍ୟପୁର ଗ୍ରାମର ଦେବ ରେଡ୍ଡୀଙ୍କୁ ମରଣାନ୍ତକ ଆକ୍ରମଣ କରି…
ଜିଲାସ୍ତରରେ ଶିକ୍ଷକ ସମ୍ବର୍ଦ୍ଧନା ଉତ୍ସବ, ପ୍ରଧାନ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା କଲେ ଜିଲାପାଳ
ଦାରିଙ୍ଗବାଡି, ୨୦।୯(ଅରୁଣ ସାହୁ ): କନ୍ଧମାଳ ଜିଲା ବନଜ୍ୟୋସ୍ନା ସାହିତ୍ୟ ସଂସଦ ପକ୍ଷରୁ ରବିବାର ଜିଲା ସୂଚନା ଓ ଲୋକ ସମ୍ପର୍କ ଭବନ, ଫୁଲବାଣୀ ଠାରେ ଜିଲାସ୍ତରୀୟ…
ଏନ୍ଏସି ନିର୍ବାଚନ ପାଇଁ କଂଗ୍ରେସର ବଡ଼ ପ୍ରସ୍ତୁତି
ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନଗର କଂଗ୍ରେସ କମିଟି ପକ୍ଷରୁ ସାଙ୍ଗଠନିକ ସଭା ଏବଂ ବନ୍ଧୁମିଳନ କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ କଲ୍ୟାଣ…

