ଥଣ୍ଡା ପାନୀୟ ଜଳ ପ୍ରକଳ୍ପ ଅଚଳ

ବଇଣ୍ଡା,୪।୬(ଡି.ଏନ.ଏ.)ଅନୁଗୋଳ ଜିଲା କିଶୋରନଗର ବ୍ଲକ ହଣ୍ଡପା ସ୍ବାସ୍ଥ୍ୟକେନ୍ଦ୍ର ନିକଟରେ ରୋଗୀ ତଥା ବାଟୋଇଙ୍କୁ ଥଣ୍ଡା ପାନୀୟ ଜଳ ଯୋଗାଇ ଦେବା ପାଇଁ ସରକାର ଏକ ଥଣ୍ଡା ପାନୀୟ ଜଳ ପ୍ରକଳ୍ପ ନିର୍ମାଣ କରିଛନ୍ତି। ତେବେ ଉକ୍ତ ପ୍ରକଳ୍ପର ରକ୍ଷଣାବେକ୍ଷଣ ଅଭାବରୁ ଥଣ୍ଡା ପାଣି ମିଳିପାରୁ ନାହିଁ।
ଗ୍ରାମବାସୀଙ୍କ କହିବା ଅନୁଯାୟୀ, ୬ ମାସ ତଳେ ପାଣି ଥଣ୍ଡା କରୁଥିବା ମେଶିନଟି ଅଚଳ ହୋଇପଡ଼ିଥିଲା। ଗ୍ରାମବାସୀ ଓ ହଣ୍ଡପା ବ୍ୟବସାୟୀ ସଂଘ ପକ୍ଷରୁ ଏ ନେଇ କିଶୋରନଗର ବ୍ଲକ ଜଳ ଯୋଗାଣ କାର୍ଯ୍ୟାଳୟଠାରେ ଅଭିଯୋଗ କରାଯାଇଥିଲା। ହେଲେ ଏ ପର୍ଯ୍ୟନ୍ତ ଏହାର ମରାମତି କରାଯାଇନାହିଁ। ସେହିପରି ପ୍ରକଳ୍ପରେ ଲାଗିଥିବା ଗୋଟିଏ ଟ୍ୟାପ ଭାଙ୍ଗିଯାଇଥିବା ଯୋଗୁ ପାଣି ନଷ୍ଟ ହେଉଛି। ତୁରନ୍ତ ଟ୍ୟାପ ସହ ଉକ୍ତ ମେଶିନଟି ମରାମତି କରିବା ପାଇଁ ଗ୍ରାମର ସରୋଜ ମିଶ୍ର, ଅରକ୍ଷିତ ମିଶ୍ର, ସୁଶାନ୍ତ ସାହୁ, ପୂର୍ଣ୍ଣେନ୍ଦୁ ଶେଖର ଦେହୁରି, ଗଣେଶ୍ୱର ପ୍ରଧାନ, ପଞ୍ଚାନନ ସାହୁ, ବ୍ରଜବନ୍ଧୁ ସାହୁଙ୍କ ସମେତ ଗ୍ରାମବାସୀ ଦାବି କରିଛନ୍ତି। ହଣ୍ଡପା ସରପଞ୍ଚ ଅମୀୟ ପ୍ରଧାନ କହିଛନ୍ତି, ପ୍ରକଳ୍ପର ଦାୟିତ୍ୱ ଜଳ ଯୋଗାଣ ବିଭାଗଠାରେ ରହିଛି। ପଞ୍ଚାୟତକୁ ତାହା ହସ୍ତାନ୍ତର କରାଯାଇ ନାହିଁ। ପଞ୍ଚାୟତ ପକ୍ଷରୁ ମଧ୍ୟ ଏ ନେଇ ଜଳ ଯୋଗାଣ ବିଭାଗକୁ ଅବଗତ କରାଇଛି। ଜଳ ଯୋଗାଣ ବିଭାଗର କନିଷ୍ଠ ଯନ୍ତ୍ରୀ ମନୋରଞ୍ଜନ ପ୍ରଧାନ କହିଛନ୍ତି, ଉକ୍ତ ପ୍ରକଳ୍ପରେ ଥଣ୍ଡା କରିବା ପାଇଁ ଲାଗିଥିବା ମେଶିନଟି ଅଚଳ ହୋଇପଡ଼ିଥିବା ଯୋଗୁ ଥଣ୍ଡା ପାଣି ବାହାରୁନାହିଁ। ମେଶିନ ମରାମତି ପାଇଁ ବ୍ଲକରେ କର୍ମଚାରୀ ନାହାନ୍ତି। ଏ ନେଇ ଡିଭିଜନକୁ ଅବଗତ କରାଯାଇଛି। ତୁରନ୍ତ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ମାଙ୍କଡ଼ ଆତଙ୍କ: ଦୁଇଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ ପରେ…

ବଞ୍ଚୋ,୬ା୯(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ମୋଚିନ୍ଦା ଗ୍ରାମରେ ଏକ ବୁଲା ମାଙ୍କଡ଼ର ଉତ୍ପାତକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କ ଦେଖାଦେଇଛି। ଗ୍ରାମ…

ପାଳନ ହେବ ଘୁମୁସର ଦିବସ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯିବ…

ଭଞ୍ଜନଗର,୬ା୯(ବାବୁଲା ପ୍ରଧାନ): ଘୁମୁସର ବିକାଶ ପରିଷଦର ଏକ ବୈଠକ ଭଞ୍ଜନଗରଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ପରିଷଦର ବରିଷ୍ଠ କର୍ମକର୍ତ୍ତା ସୋମନାଥ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଘୁମୁସର…

ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ହେଲେ ପ୍ରଦେଶ କଂଗ୍ରେସ କମିଟି ସାଧାରଣ ସମ୍ପାଦକ:  ଚାରିଆଡୁ ଛୁଟୁଛି ଶୁଭେତ୍ସାର ସୁଅ 

ଦିଗପହଣ୍ଡି,୬|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡାଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଥିବା ଜଣାପଡିଛି।…

ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ…

ବଲାଙ୍ଗୀର,୬ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ରବିବାର ହାଇକୋର୍ଟ ଜ୍ୟୋତିଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯିବାକୁ…

ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରାସ୍ତାରୁ ଖାଲକୁ ଖସିଲା ଚଳନ୍ତା ବସ୍‌: ୫୦ ଯାତ୍ରୀ…

ଢେଙ୍କାନାଳ, ୬।୯: ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରବିବାର ଏକ ଚଳନ୍ତା ଯାତ୍ରୀବାହୀ ବସ୍‌ ରାସ୍ତାରୁ ଖାଲକୁ ଖସିପଡ଼ିଥିବା ଜଣାପଡ଼ିଛି। ବସ୍‌ଟି କେନ୍ଦୁଝର ଜିଲାର ତେଲକୋଇରୁ ଭୁବନେଶ୍ୱର…

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସାମ୍ନାରେ ଦାଦାଗିରି, ୨ ଯୁବକ ରଡ୍‌-ଟାଙ୍ଗିଆ ଧରି ଖେଳାଇଥିଲେ ଆତଙ୍କ, ଆଜି…

ବଲାଙ୍ଗୀର,୬ା୯(ସୁନିଲ ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଗେଟ୍‌ ସମ୍ମୁଖରେ କିଛିଦିନ ତଳେ ଗୁଣ୍ଡାଗର୍ଦ୍ଦି ଘଟଣାରେ ପୋଲିସ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଦୁଇ ଅଭିଯୁକ୍ତ ହେଲେ…

୪ ଥର ପାଇଁ ପିସିସି ସମ୍ପାଦକ ହେଲେ ସଂଗ୍ରାମ ଦାସ

କେନ୍ଦୁଝର,୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବରିଷ୍ଠ କଂଗ୍ରେସ ନେତା ସଂଗ୍ରାମ ଦାସ ୪ ଥର ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସମ୍ପାଦକ ଭାବେ ମନୋନୀତ ହୋଇଛନ୍ତି। ଏଆଇସିସିର…

ଠକେଇ-ବ୍ଲାକ୍‌ମେଲିଂ ଘଟଣାର ପର୍ଦ୍ଦାଫାଶ: ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଧରି…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଘଟିଥିବା ଦୁଇଟି ପୃଥକ୍‌ ସାଇବର ଅପରାଧ ମାମଲାରେ ସାଇବର ପୋଲିସକୁ ବଡ଼ ସଫଳତା ମିଳିଛି। ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri