ଥମୁନି ହାତୀ ଆତଙ୍କ , ପୁଣି ଜଣଙ୍କ ଜୀବନ ଗଲା

ରାସଗୋବିନ୍ଦପୁର,୪।୯ (ଡି.ଏନ.ଏ))- ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରୁ ଆସିଥିବା ହାତୀପଲଙ୍କ ଉପଦ୍ରବ ଥମିିବାର ନାଁ ଧରୁନି। ୧୩ଟି ହାତୀ ମାସେରୁ ଅଧିକ ସମୟ ହେଲା ରାସଗୋବିନ୍ଦପୁର ବ୍ଲକର ସାରୁମଳା, ଅମରଦା, ଝାଟିଅଡା, ନାକିଚୁଆ ପଞ୍ଚାୟତର ବିଭିନ୍ନ ଗ୍ରାମରେ ବ୍ୟାପକ ଉପଦ୍ରବ କରିବା ସହିତ ଧନଜୀବନ ହାନୀ କରୁଛନ୍ତି। ବନବିଭାଗ ପକ୍ଷରୁ ସେମାନଙ୍କୁ ଘଉଡାଇବା ପାଇଁ ଉଦ୍ୟମ କରାଯାଉଥିଲେ ମଧ୍ୟ ସଫଳ ହୋଇ ପାରୁ ନାହାନ୍ତି। ଅଗଷ୍ଟ ମାସରେ ହାତୀ ଆକ୍ରମଣ ଯୋଗୁଁ ଅମରଦା ପଞ୍ଚାୟତର ଧୋବାକୁଣ୍ଡିଆ ଓ ଝାଟିଅଡା ପଞ୍ଚାୟତର ବିଶ୍ୱନାଥପୁର ଗ୍ରାମର ୨ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ସୋମବାର ଅମରଦା ପଞ୍ଚାୟତ ଦଳେଇଡିହ ଗ୍ରାମର ରାମ ହେମ୍ବ୍ରମ (୬୩) ହାତୀ ଆକ୍ରମଣ ଶିକାର ହୋଇ ମୃତ୍ୟୁବରଣ କରିଛନ୍ତି। ସୋମବାର ଧୋବାକୁଣ୍ଡିଆ ଜଙ୍ଗଲରେ ଥିବା ହାତୀପଲ ସନ୍ଧ୍ୟାରେ ଧୋବାକୁଣ୍ଡିଆ, ବାଉଁଶୁଳୀ ଗ୍ରାମ ଦେଇ ଦଳେଇଡିହ ଅଭିମୁଖେ ଅଗ୍ରସର ହୋଇଥିଲେ। ଉପରୋକ୍ତ ଗ୍ରାମର ଗ୍ରାମବାସୀ ଓ ବନବିଭାଗ କର୍ମଚାରୀ ହାତୀପଲକୁ ଘଉଡାଇବା ପାଇଁ ଉଦ୍ୟମ କରିଥିଲେ। ଭୋର ସମୟରେ ହାତୀପଲ ଜଙ୍ଗଲ ଅଭିମୁଖେ ଯାଉଥିବା ବେଳେ ଦଳେଇଡିହ ଗ୍ରାମର ରାମ ହେମ୍ବ୍ରମଙ୍କ ଘର ଉପରେ ଆକ୍ରମଣ କରିଥିଲେ। ହାତୀ ଘର ଅଭିମୁଖେ ଆସୁଥିବା ଜାଣିପାରି ପ୍ରାଣବିକଳରେ ପରିବାର ଲୋକମାନେ ଦୌଡି ପଳାଇ ଯାଇଥିବା ବେଳେ ଘର ପିଣ୍ଡାରେ ଶୋଇଥିବା ୬୩ ବର୍ଷର ବୃଦ୍ଧ ରାମ ହେମ୍ବ୍ରମଙ୍କୁ ହାତୀ ଶୁଣ୍ଢରେ ଟେକି କଚାଡି ମାରି ଦେଇଥିଲା। ପରେ ହାତୀପଲ ଜଙ୍ଗଲ ଅଭିମୁଖେ ଚାଲିଯିବାରୁ ପରିବାର ଲୋକେ ବନବିଭାଗ ଓ ପୋଲିସକୁ ଖବର ଦେଇଥିଲେ। ଥାନା ଅଧିକାରୀ ରେଣୁବାଳା ସାହୁ, ଏସିଏଫ ଦିଲ୍ଲୀପ କୁମାର ବାରିକ ଘଟଣାସ୍ଥଳରେ ପହଞ୍ଚିଥିଲେ। ପୋଲିସ ରାମଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲା। ପରେ ଶବ ସତ୍କାର ପାଇଁ ତାଙ୍କ


Enter your email to get our daily news in your inbox.

All Right Reserved By Dharitri.Com

ସାହାଜଲଥା ସ୍କୁଲରେ ଯୋଗଦେଲେ ନୂଆ ଶିକ୍ଷକ: ଖୁସି ବ୍ୟକ୍ତ କଲେ ଛାତ୍ରୀଛାତ୍ର, ଅଭିଭାବକ

ଅମରପାଲି,୫ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ପଞ୍ଚାୟତର ଉପାନ୍ତ ତଥା ଜଙ୍ଗଲଘେରା ସାହାଜଲଥା ଗ୍ରାମ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘଦିନ ଧରି ଲାଗି…

ଆଜିଠୁ ଚମକିବ ଏହି ୬ ରାଶିର ଭାଗ୍ୟ: ବୁଧଦେବ କର୍କଟ ରାଶିରେ ପ୍ରବେଶ….

ଆଜି ବୁଧ ମିଥୁନ ରାଶିରୁ କର୍କଟ ରାଶିକୁ ପ୍ରବେଶ କରୁଛନ୍ତି। ଜ୍ୟୋତିଷ ଶାସ୍ତ୍ରରେ ବୁଧକୁ ବୁଦ୍ଧି, ଯୋଗାଯୋଗ, ଶିକ୍ଷା, ବ୍ୟବସାୟ, ଧନ ଏବଂ ଚିନ୍ତା ପ୍ରକ୍ରିୟାର ମୁଖ୍ୟ…

ଲାଞ୍ଚ ନେବା ପଡିଲା ମହଙ୍ଗା: ପଞ୍ଚାୟତ ସମିତିର ବରିଷ୍ଠ ରାଜସ୍ବ ସହାୟକଙ୍କୁ ଚାକିରିରୁ ନିଲମ୍ବନ କଲେ ଜିଲାପାଳ

ଖଡ଼ିଆଳ,୫।୮(ସୁଜିତ କୁମାର ପ୍ରଧାନ ): ଦୁର୍ନୀତି ପ୍ରତି ନୂଆପଡ଼ା ଜିଲା ପ୍ରଶାସନର ଶୂନ୍ୟ ସହନଶୀଳତା ନୀତିକୁ ପୁନର୍ବାର ସ୍ପଷ୍ଟ କରି ଜିଲାପାଳ ମଧୁସୂଦନ ଦାଶ ଜଣେ ସରକାରୀ…

ରାଷ୍ଟ୍ରପତି ଭବନରେ ପ୍ରଦର୍ଶିତ ହେବ ରଥଚକ

ଭୁବନେଶ୍ୱର,୫ା୮:ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତୀକ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟ ରାଷ୍ଟ୍ରପତି ଭବନରେ ସ୍ଥାନ ପାଇବାକୁ ଯାଉଛି। ପୁରୀ ରଥଯାତ୍ରାର…

ଏହି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା: ଅରେଞ୍ଜ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୫ା୮(ବନ୍ଦନା ସେଠୀ):ଚଳିତ ମୌସୁମୀରେ ଏଯାଏ ରାଜ୍ୟରେ ଭଲ ବର୍ଷା ହୋଇଛି। ଜୁଲାଇରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।…

ସାର ପଳାଉଛି ଛତିଶଗଡ଼: ଚାଷୀ ହତାଶ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ସର୍ବାଧିକ ଧାନ ଫସଲ ହେଉଥିବା ବରଗଡ଼ ଜିଲାରେ ବର୍ତ୍ତମାନ ସାର ସଙ୍କଟ ଚାଷୀମାନଙ୍କୁ ଚିନ୍ତାରେ ପକାଇଦେଇଛି। ଜିଲାରେ ସାର ମହଜୁଦ ଅଛି, ଅଭାବ…

ଘରୁ ଡାକିନେଇ ଯୁକ୍ତ୨ ଛାତ୍ରଙ୍କୁ ବାଡ଼େଇ ମାରିଦେଲେ ୨ ସାଥୀ: ମଦ ପିଆଇ…

ଡେରାବିଶ, ୫ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅଞ୍ଚଳର ଜଣେ ଯୁକ୍ତ୨ କଲେଜ ଛାତ୍ରଙ୍କୁ ଘରୁ ଡାକି ନେଇ ତାଙ୍କର ୨ଜଣ ସାଙ୍ଗ ମାଡ଼ମାରି…

ମୁଁ ଘରକୁ ଯିବିନି, ମୋତେ ମୋ ପ୍ରେମିକ ପାଖରେ ଛାଡିଦିଅ…ନାବାଳିକାଙ୍କ ହାଇଡ୍ରାମା ଦେଖି ପୋଲିସ ତାଜୁବ

ଭୁବନେଶ୍ୱର,୫ା୮ (ପ୍ରସନଜିତ୍‌ ସାହୁ):ମୁଁ ଘରକୁ ଯିବିନି। ମୋତେ ଜେଲରେ ଥିବା ମୋ ପ୍ରେମିକ ପାଖରେ ଛାଡିଦିଅ..। ଭୁବନେଶ୍ବର କୋର୍ଟ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ ଏମିତି ଚିତ୍କାର କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri