ଥରିଲା ନ୍ୟୁଜିଲାଣ୍ଡ: ସୁନାମୀ ଭୟରେ ଆତଙ୍କିତ ଲୋକେ

ଓ୍ବିଲିଂଟନ୍‌୧୬।୬: ନ୍ୟୁଜିଲାଣ୍ଡର ଉତ୍ତରପୂର୍ବ ଅଞ୍ଚଳରେ ରବିବାର ଭୂକମ୍ପ ଅନୁଭୁତ ହୋଇଛି। ସ୍ଥାନୀୟ ସମୟ ସକାଳ ୧୦ଟା ୫୫ରେ ଏହା ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୪ ଥିବା ଆମେରିକା ଜିଓଲୋଜିକାଲ୍‌ ସର୍ଭେ ପକ୍ଷରୁ ସୂଚନା ଦିଆଯାଇଛି। କେରମାଡେକ୍‌ ଦ୍ୱୀପରେ ହୋଇଥିବା ଭୂକମ୍ପ ପରେ ସୁନାମୀ ଆସିବାର ଆଶଙ୍କା ଥିବା ସମ୍ପର୍କରେ ଲୋକଙ୍କ ସତର୍କ ସୂଚନା ଜାରି କରାଯାଇଛି। ସୁନାମୀ ଭୟରେ ଲୋକେ ଆତଙ୍କିତ ହୋଇପଡ଼ିଥିବା କୁହାଯାଉଛି। ତେବେ ସରକାରଙ୍କ ପକ୍ଷରୁ ଯେ କୌଣସି ପରିସ୍ଥିତିର ମୁକାବିଲା ପାଇଁ ସଜାଗ ରହିବାକୁ ଉଦ୍ଧାରକାରୀ ଦଳଙ୍କୁ ପରାମର୍ଶ ଦିଆଯାଇଛି। ଭୂକମ୍ପର କେନ୍ଦ୍ର ଭୂପୃଷ୍ଠର ୩୪ କିଲୋମିଟର ଗଭୀରରେ ଥିବା ସର୍ଭେ ସଂସ୍ଥା ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

ଭାରତକୁ ମିଳିଲା ପ୍ରଥମ ସ୍ବର୍ଣ୍ଣ

ଗ୍ଲାସ୍‌ଗୋ,୨୬ା୭: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରବିବାର ଭାରତକୁ ପ୍ରଥମ ସ୍ବର୍ଣ୍ଣ ପଦକ ମିଳିଛି। ତାରକା ଭାରୋତ୍ତୋଳିକା ମୀରାବାଈ ଚାନୁ ମହିଳା ୪୮ କେଜି କାଟେଗୋରୀରେ ଏହି ସଫଳତା ପାଇଛନ୍ତି।…

ବୈଭବଙ୍କ ବିସ୍ଫୋରକ ବ୍ୟାଟିଂ: ଭାରତର କ୍ଲିନ ସୁଇପ୍‌

ହରାରେ,୨୬ା୭: ଭାରତର ବ୍ୟାଟିଂ ସେନସେଶନ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଭାରତ ୩୫ ରନରେ…

ରିଶିକାନ୍ତଙ୍କୁ ମିଳିଲା ରୌପ୍ୟ ପଦକ

ଗ୍ଲାସ୍‌ଗୋ,୨୬ା୭: ଭାରତର ରିଶିକାନ୍ତ ସିଂ ଚନାମ୍ବାମ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ରବିବାର ପୁରୁଷ ୬୦ କେଜି ଭାରୋତ୍ତୋଳନ ଇଭେଣ୍ଟରେ ରୌପ୍ୟ ପଦକ ହାସଲ କରିଛନ୍ତି। ମଣିପୁରର ଏହି…

ଖରିଫ ଚାଷ ପାଇଁ ଚାଷୀ ତତ୍ପର, ଧାନରୁଆ ଆରମ୍ଭ

ଗଞ୍ଜାମ,୨୬ା୭(ବିଦ୍ୟାଧର ସାହୁ): ଖରିଫ ଚାଷ ପାଇଁ ଚଳିତବର୍ଷ ଋଷିକୂଲ୍ୟା ଜଳସେଚନ ଉପବିଭାଗ ପକ୍ଷରୁ ହିରାଧାରବାଟି କେନାଲରେ ପାଣି ଛଡ଼ାଯାଇଛି। ପୂର୍ବବର୍ଷ ଗୁଡିକ ଅପେକ୍ଷା ଚଳିତବର୍ଷ ୧ ମାସ…

ବିଦ୍ୟାଳୟର ପ୍ରତିଷ୍ଠା ଦିବସରେ ଛାତ୍ରୀଛାତ୍ରଙ୍କ ଉତ୍ସାହିତ କଲେ ବିଧାୟକ, ଉପଜିଲାପାଳ; ଭବିଷ୍ୟତ ଗଠନ ପାଇଁ…

ଭଞ୍ଜନଗର/ବେଲଗୁଣ୍ଠା,୨୬/୭(ବାବୁଲା ପ୍ରଧାନ ): ଗଞ୍ଜାମ ଜିଲା, ବେଲଗୁଣ୍ଠା ବ୍ଲକ ଅନ୍ତର୍ଗତ କ୍ଷତ୍ରିୟବରପୁର ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠାନର ୪୩ତମ ପ୍ରତିଷ୍ଠା ଦିବସ ରବିବାର…

ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତା ଉଦ୍‌ଯାପିତ, ବାଜି ମାରିଲା ଆସାମ ଆର୍ମୀ ପବ୍ଲିକ ସ୍କୁଲ

ଭବାନୀପାଟଣା,୨୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ବିକାଶ ଆବାସିକ ବିଦ୍ୟାଳୟ ପରିସରରେ ଗତ ୨୪ ତାରିଖରୁ ଚାଲିଥିବା ସିବିଏସ୍‌ଇ ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତା ରବିବାର ଉଦଯାପିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri