Posted inଖେଳ

ଥାଇଲାଣ୍ଡ୍‌ ଓପନ୍‌: ଆଶିଷଙ୍କୁ ସ୍ବର୍ଣ୍ଣ, ଭାରତକୁ ୮ ପଦକ

ନୂଆଦିଲ୍ଲୀ, ୨୮।୭ (ପି.ଟି.)- ଏସିଆନ୍‌ ଚାମ୍ପିୟନଶିପ୍‌ ରୌପ୍ୟ ପଦକ ବିଜେତା ଆଶିଷ କୁମାର କ୍ୟାରିୟରର ପ୍ରଥମ ଅନ୍ତର୍ଜାତୀୟ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ଥାଇଲାଣ୍ଡ ରାଜଧାନୀ ବ୍ୟାଙ୍କକ୍‌ଠାରେ ଶନିବାର ଶେଷ ହୋଇଥିବା ଥାଇଲାଣ୍ଡ୍‌ ଓପନ୍‌ ଇଣ୍ଟରନ୍ୟାଶନାଲ ବକ୍ସିଂ ଟୁର୍ନାମେଣ୍ଟରେ ଆଶିଷ ଏହି ସଫଳତା ପାଇଛନ୍ତି। ଏଥିସହ ଏହି ସମ୍ମାନଜନକ ପ୍ରତିଯୋଗିତାରେ ଭାରତ ୮ ପଦକ ସହ ଅଭିଯାନ ଶେଷ କରିଛି। ଯେଉଁଥିରେ ଗୋଟିଏ ସ୍ବର୍ଣ୍ଣ, ୪ ରୌପ୍ୟ ଓ ୩ ବ୍ରୋଞ୍ଜ ପଦକ ରହିଛି।
ଅନ୍ତିମ ଦିବସରେ ପୁରୁଷ ୭୫ କିଗ୍ରା ବିଭାଗରେ ଆଶିଷ ୫-୦ରେ କୋରିଆର କିମ୍‌ ଜିନ୍‌ଜାଏଙ୍କୁ ପରାସ୍ତ କରିଥିଲେ। ସେହିଭଳି ଭାରତୀୟ ବକ୍ସର ଶନିବାର ୪ ରୌପ୍ୟ ପଦକ ମଧ୍ୟ ଜିତିଥିଲେ। ବିଶ୍ୱ ଜୁନିୟର ଚାମ୍ପିୟନ ନିଖାତ୍‌ ଜରୀନ୍‌ (୫୧ କିଗ୍ରା), ଏସିଆନ ଚାମ୍ପିୟନଶିପ୍‌ ରୌପ୍ୟ ପଦକ ବିଜେତା ଦୀପକ (୪୯ କିଗ୍ରା), ଗିବି ବକ୍ସିଂ ରୌପ୍ୟ ପଦକ ବିଜେତା ମହମ୍ମଦ ହସମୁଦ୍ଦିନ (୫୬ କିଗ୍ରା) ଓ ଇଣ୍ଡିଆ ଓପନ୍‌ ରୌପ୍ୟ ପଦକ ହାସଲକାରୀ ବ୍ରଜେଶ ଯାଦବ (୮୧) ଫାଇନାଲରେ ହାରି ରୌପ୍ୟରେ ସନ୍ତୁଷ୍ଟ ରହିଥିଲେ। ଏଥିପୂର୍ବରୁ ଷ୍ଟ୍ରାଣ୍ଡଜା କପ୍‌ ରୌପ୍ୟ ପଦକ ବିଜେତା ମଞ୍ଜୁ ରାଣୀ (୪୮ କିଗ୍ରା) ସେମିଫାଇନାଲରୁ ବିଦାୟ ନେଇ ବ୍ରୋଞ୍ଜ ପଦକ ପାଇଥିଲେ। ପୁରୁଷ ୬୯ କିଗ୍ରା ବର୍ଗରେ ଆଶିଷ ଓ ମହିଳା ୭୫ କିଗ୍ରାରେ ଭାବ୍ୟବତୀ କଚାରି ମଧ୍ୟ ବ୍ରୋଞ୍ଜ ପଦକ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଇତିହାସରେ ରଚିଲେ ପାରା ଆଥଲେଟ୍‌

ଗ୍ଲାସଗୋ,୧ା୮: ଭାରତୀୟ ପାରା ଆଥଲେଟ୍‌ମାନେ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ୨୮ ଜଣିଆ ଭାରତୀୟ ପାରା ସ୍ପୋଟର୍‌ସ ଦଳ ୭ ପଦକ ଜିତିଛି,…

କେଜ୍‌ରିଓ୍ବାଲଙ୍କ ବଡ଼ ଘୋଷଣା, ୪ରେ ବାହାରିବେ ପଦଯାତ୍ରା

ନୂଆଦିଲ୍ଲୀ,୧ା୮: ଖାଣ୍ଟି ପେଟ୍ରୋଲ ଏବଂ ଇ୨୦ (୨୦% ଇଥାନଲ ମିଶ୍ରିତ ପେଟ୍ରୋଲ) ମଧ୍ୟରୁ ଗ୍ରାହକ ଗୋଟିଏକୁ ବାଛିବା ନିମନ୍ତେ ପେଟ୍ରୋଲ ପମ୍ପଗୁଡ଼ିକରେ ସରକାର ବିକଳ୍ପ ବ୍ୟବସ୍ଥା ରଖିବାକୁ…

ଘାସ, ଲତାରେ ଲୁଚିଗଲାଣି ୨ ମହଲା ପାଠାଗାର

ବଉଳା,୧ା୮(ଦୁର୍ଗାପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ହାଟଡ଼ିହୀ ପଞ୍ଚାୟତ ମଠଡାହିଠାରେ ନିର୍ମିତ ବ୍ଲକ୍‌ସ୍ତରୀୟ ପାଠାଗାର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ ଘାସ, ଲତାରେ ୨…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…

ଜୁଆ ଆଡ୍ଡାରେ ପୋଲିସ ଚଢାଉ ବେଳେ ପୋଲିସ ଅଧିକାରୀଙ୍କୁ ଆକ୍ରମଣ: ହତ୍ୟା ଉଦ୍ୟମ ମାମଲା ରୁଜୁ କଲା…

ଦିଗପହଣ୍ଡି,୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଏସ.ଆଇ ରାଜ କିଶୋର ପାତ୍ର ସଦଳବଳେ ଲଙ୍ଗଳ ଦେଇ, ଅନନ୍ତେଇ ଇଲାକାରେ ଶୁକ୍ରବାର ସାନ୍ଧ୍ୟକାଳୀନ ପାଟ୍ରୋଲିଂ ସାରି…

ଟେଷ୍ଟ କ୍ରିକେଟକୁ ଫେରିବେ ବେନ ଷ୍ଟୋକ୍ସ; ପରବର୍ତ୍ତୀ ଆଶେସ ସିରିଜରେ ଖେଳିବେ!

ନୂଆଦିଲ୍ଲୀ,୧।୮: ଇଂଲଣ୍ଡର ପୂର୍ବତନ ଅଧିନାୟକ ବେନ ଷ୍ଟୋକ୍ସ ସମ୍ପ୍ରତି ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଛନ୍ତି, କିନ୍ତୁ ସମ୍ଭାବ୍ୟ ପୁନରାଗମନ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ କ୍ରିକେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri