Posted inଖେଳ

ଥାଇଲାଣ୍ଡ ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ

ଭୁବନେଶ୍ୱର, ୧୭ | ୯(କ୍ରୀଡ଼ା ପ୍ରତିନିଧି)-
ବ୍ୟାଙ୍କକ୍‌ର ହୁଆମାର ଇନ୍‌ଡୋର ଷ୍ଟାଡିୟମରେ ସୋମବାର ଥାଇଲାଣ୍ଡ ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତା ଆରମ୍ଭ ହୋଇଛି। ୨୧ ତାରିଖ ପର୍ଯ୍ୟନ୍ତ ଚାଲିବାକୁଥିବା ଏହି ପ୍ରତିଯୋଗିତାରେ ବିଭିନ୍ନ ଦେଶରୁ ୨୪୫ ପ୍ରତିଯୋଗୀ ଅଂଶଗ୍ରହଣ କରିଛନ୍ତି। ସିଙ୍ଗଲ୍ସ ବିଭାଗରେ ଓଡ଼ିଶା ପ୍ରତିଯୋଗୀମାନେ ବିଜୟ ସହ ଅଭିଯାନ ଆରମ୍ଭ କରିଛନ୍ତି। ନିକଟରେ ବିଶ୍ୱ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ରେ ସ୍ବର୍ଣ୍ଣ ପଦକ ବିଜେତା ପ୍ରମୋଦ ଭଗତ ପ୍ରଥମ ରାଉଣ୍ଡରେ ଫ୍ରାନ୍ସର ଡେବାଭିଲାରି ଜାଭିୟର୍ସଙ୍କୁ ୨୧-୧୭, ୨୧-୧୮ ପଏଣ୍ଟରେ ପରାସ୍ତ କରିଛନ୍ତି। ଦିଲେଶ୍ୱର ରାଓ ଥାଇଲାଣ୍ଡର ସୋମତା ତାନାକୋନଙ୍କୁ ୨୧-୬, ୨୧-୧୨ରେ ହରାଇଥିବାବେଳେ ଦୀପରଞ୍ଜନ ବିଶୋଇ ମାଲେସିଆର ମହମ୍ମଦ ସାହେରିଙ୍କୁ ୨୧-୭, ୨୧-୧୦ ପଏଣ୍ଟରେ ହରାଇ ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ମଙ୍ଗଳବାର ସିଙ୍ଗଲ୍ସର ଅନ୍ୟ ମ୍ୟାଚ ଏବଂ ଡବଲ୍ସ ଗ୍ରୁପ ମ୍ୟାଚ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri