ଥାଇଲାଣ୍ଡ ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ନେଲେ ପ୍ରୟୁଥ ଚାନ୍‌-ଓକା

ବ୍ୟାଙ୍କକ୍‌,୧୨ା୬(ଆଇଏଏନ୍‌ଏସ୍‌): ସେନାମୁଖ୍ୟ ଜେନେରାଲ ପ୍ରୟୁଥ ଚାନ୍‌-ଓକା ମଙ୍ଗଳବାର ଥାଇଲାଣ୍ଡର ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ସାମରିକ ଶାସନର ଦୀର୍ଘ ୫ବର୍ଷ ପରେ ଦେଶରେ ଏକ ନୂଆ ପର୍ଯ୍ୟାୟ ଆରମ୍ଭ ହେବାକୁ ଯାଉଛି। ଜୁନ୍‌ ୫ରେ ପାର୍ଲାମେଣ୍ଟ ଭୋଟରେ ପ୍ରୟୁଥ ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ହୋଇଥିଲେ। ରାଜା ମହା ବାଜିରାଲୋଙ୍ଗକର୍ନଙ୍କ ସ୍ବୀକୃତି ଦେଶର ଅଫିସିଆଲ ବୁଲେଟିନ୍‌ ରୟାଲ ଗ୍ୟାଜେଟରେ ପ୍ରକାଶ ପାଇବା ପରେ ପ୍ରୟୁଥଙ୍କ ନିଯୁକ୍ତିକୁ ସ୍ବୀକୃତି ମିଳିଥିଲା। ୬୫ ବର୍ଷୀୟ ପ୍ରୟୁଥ ଧଳା ୟୁନିଫର୍ମ ପରିଧାନ କରି ରାଜା ମହା ବାଜିରାଲୋଙ୍ଗକର୍ନଙ୍କ ଛବି ନିକଟରେ ନତଜାନୁ ହୋଇ ଶପଥପାଠ କରିଥିଲେ। ପରେ ଏକ ଖବରଦାତା ସମ୍ମିଳନୀରେ ସେ ରାଜତନ୍ତ୍ର ପ୍ରତି କୃତଜ୍ଞତା ପ୍ରକାଶ କରିବା ସହିତ ଦୁର୍ନୀତି ଓ ଅସମାନତା ବିରୋଧରେ ଲଢ଼େଇ ଜାରି ରଖିବାକୁ ପ୍ରତିଶ୍ରୁତିବଦ୍ଧ ହୋଇଥିଲେ। ଦେଶକୁ ଅର୍ଥନୈତିକ ଓ ସାମାଜିକ ପ୍ରଗତି ପଥରେ ଆଗେଇ ନେବା ପାଇଁ କର୍ତ୍ତବ୍ୟ ପାଳନ କରିବା ସହିତ ଲୋକଙ୍କ ସ୍ବର ଶୁଣିବେ ବୋଲି ପ୍ରୟୁଥ କହିଥିଲେ। ୨୦୧୪ରେ ସରକାର ବିରୋଧୀ ସ୍ବର ତୀବ୍ର ହେବାରୁ ଦେଶରେ ନିର୍ବାଚନ ହୋଇପାରି ନ ଥିଲା। କିଛିମାସ ପରେ ସେନାମୁଖ୍ୟ ଥିବା ପ୍ରୟୁଥ ସେହିବର୍ଷ ମେ’ରେ ଥାଇଲାଣ୍ଡର ଶାସନ କ୍ଷମତା ହାତକୁ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ

କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ…

କେନ୍ଦୁଝରରେ ଖରିଫ ଧାନ ସଂଗ୍ରହରେ ଐତିହାସିକ ସଫଳତା : ଚାଷୀ ସଂଖ୍ୟା , ଉତ୍ପାଦନରେ ନୂଆ ମାଇଲଷ୍ଟୋନ

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଚଳିତ ବର୍ଷ ଖରିଫ ଧାନ ସଂଗ୍ରହରେ ଐତିହାସିକ ରେକର୍ଡ ସୃଷ୍ଟି ହୋଇଛି। ଭାଜପା ରାଜ୍ୟ ସ୍ବତନ୍ତ୍ର ନିମନ୍ତ୍ରିତ କାର୍ଯ୍ୟକାରିଣୀ ସଦସ୍ୟ…

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri