Posted inଖେଳ

ଥାଇଲାଣ୍ଡ ମହିଳା କ୍ରିକେଟ ଦଳର ବିଶ୍ୱରେକର୍ଡ

ଦୁବାଇ, ୧୧।୮(ପି.ଟି.)-ଅନ୍ତର୍ଜାତୀୟ କ୍ରିକେଟରେ ବିଶେଷ ଜଣାଶୁଣା ନ ଥିବା ଥାଇଲାଣ୍ଡ ମହିଳା କ୍ରିକେଟ ଦଳ ଏକ ବିଶ୍ୱରେକର୍ଡର ଅଧିକାରୀ ହୋଇଛି। କ୍ରମାଗତ ୧୭ଟି ଟି୨୦ ଅନ୍ତର୍ଜାତୀୟ ମ୍ୟାଚ ଜିତି ଥାଇଲାଣ୍ଡ ଦଳ ଏହି ସଫଳତା ଅର୍ଜନ କରିଛି। ନେଦରଲାଣ୍ଡ୍ସରେ ଚାଲିଥିବା ୪ ରାଷ୍ଟ୍ରୀୟ ଟୁର୍ନାମେଣ୍ଟରେ ଥାଇଲାଣ୍ଡ ଶନିବାର ୮ ଉଇକେଟରେ ଘରୋଇ ଦଳକୁ ପରାସ୍ତ କରିଛି। ନେଦରଲାଣ୍ଡ୍ସ ଇନିଂସକୁ ୫୪ ରନରେ ସୀମିତ ରଖିଥିବା ଥାଇଲାଣ୍ଡ ୮ ଓଭରରେ ମାତ୍ର ୨ ଉଇକେଟ ହରାଇ ବିଜୟ ଲକ୍ଷ୍ୟ ହାସଲ କରି ନେଇଥିଲା। ଚତୁଃରାଷ୍ଟ୍ରୀୟ ଟୁର୍ନାମେଣ୍ଟର ଅନ୍ୟ ଦୁଇ ଦଳ ହେଲେ ଆୟର୍ଲାଣ୍ଡ ଓ ସ୍କଟଲାଣ୍ଡ। ପୂର୍ବରୁ ଟି୨୦ ଅନ୍ତର୍ଜାତୀୟରେ କ୍ରମାଗତ ସର୍ବାଧିକ ମ୍ୟାଚ ଜିତିବା ରେକର୍ଡ ଅଷ୍ଟ୍ରେଲିଆ ନାମରେ ଥିଲା। ୨୦୧୪ ମାର୍ଚ୍ଚରୁ ୨୦୧୫ ଅଗଷ୍ଟ ମଧ୍ୟରେ ଏହି ଦଳ ସର୍ବାଧିକ ୧୬ଟି ମ୍ୟାଚ ଜିତି ପାରିଥିଲା। ଅନ୍ୟ ୩ଟି ଦଳ କ୍ରମାଗତ ୧୦ରୁ ଊର୍ଦ୍ଧ୍ୱ ମ୍ୟାଚ ଲଗାତର ଜିତିଛନ୍ତି। ଇଂଲଣ୍ଡ ଓ ଜିମ୍ବାଓ୍ବେ ୧୪ଟି ଲେଖାଏ ଏବଂ ନ୍ୟୁଜିଲାଣ୍ଡ ୧୨ଟି ମ୍ୟାଚ ଜିତିଛି। ୨୦୧୮ରୁ ଏପର୍ଯ୍ୟନ୍ତ ଅଷ୍ଟ୍ରେଲିଆ ମଧ୍ୟ କ୍ରମାଗତ ୧୨ଟି ମ୍ୟାଚ ଜିତି ସାରିଛି। ଆଇସିସି ବିଶ୍ୱ ଟି୨୦ ବିଶ୍ୱକପ ଅବସରରେ ଏହି ଦଳର ବିଜୟଧାରା ଆଗକୁ ବଢ଼ିବା ସମ୍ଭାବନା ରହିଛି। ସେହିପରି କ୍ରମାଗତ ୧୪ ମ୍ୟାଚ ଜିତିସାରିଥିବାରୁ ଜିମ୍ବାଓ୍ବେ ନିକଟରେ ମଧ୍ୟ ଥାଇଲାଣ୍ଡ ରେକର୍ଡ ଭାଙ୍ଗିବା ସୁଯୋଗ ରହିଛି। ୨୦୧୮ ଜୁଲାଇରୁ ଥାଇଲାଣ୍ଡର ବିଜୟ ଧାରା ଆରମ୍ଭ ହୋଇଛି। ସେତେବେଳେ ଏହି ଦଳ ୟୁନାଇଟେଡ ଆରବ ଏମିରେଟ୍ସକୁ ୭ ଉଇକେଟରେ ପରାସ୍ତ କରିଥିଲା। କ୍ରମାଗତ ବିଜୟରେ ବିଶ୍ୱରେକର୍ଡ ପଥରେ ଥାଇଲାଣ୍ଡ ସର୍ବାଧିକ ୟୁଏଇକୁ ୩ ଥର ପରାସ୍ତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?