ଥାନାରୁ ଫେରାର ଅଭିଯୁକ୍ତ ୩ ଦିନ ପରେ ଜଙ୍ଗଲରୁ ଧରାପଡ଼ିଲେ

ବାରିପଦା ଅଫିସ,୧୫ା୫: ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନାରୁ ମଙ୍ଗଳବାର ରାତିରେ ଚମ୍ପଟ ମାରିଥିବା ଜଣେ ଅଭିଯୁକ୍ତଙ୍କୁ ପୋଲିସ ୩ ଦିନ ପରେ ଶୁକ୍ରବାର ଭୁଡୁରୁବଣୀ ଜଙ୍ଗଲରୁ ଧରିଛି। ଏହି ଘଟଣା ଜିଲାରେ ଚର୍ଚ୍ଚାର ବିଷୟ ହୋଇଥିବା ବେଳେ ପୋଲିସର କାର୍ଯ୍ୟଦକ୍ଷତା ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।
ସୂଚନା ଅନୁଯାୟୀ, ଜନୈକା ମହିଳାଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ରଜାବସା ଗ୍ରାମର ବବୁଲୁ ହେମ୍ବ୍ରମଙ୍କୁ ବାରିପଦା ସଦର ଥାନା ପୋଲିସ ଗିରଫ କରିଥିଲା। ପୋଲିସ ମଙ୍ଗଳବାର ରାତି ୧୧ଟାରେ ବବୁଲୁଙ୍କୁ ଆଣି ଥାନାରେ ରଖିଥିଲା। କୌଶଳକ୍ରମେ ବବୁଲୁ ଉକ୍ତ ରାତି ପ୍ରାୟ ୩ଟା ସମୟରେ ଖସି ପଳାଇଥିଲେ। ପରେ ପୋଲିସ ବିଭିନ୍ନ ଆଡ଼େ ଖୋଜାଖୋଜି କରିଥିଲେ ମଧ୍ୟ ଅଭିଯୁକ୍ତଙ୍କ ପତ୍ତା ମିଳି ନ ଥିଲା। ସଦର ଥାନା ଟାଉନ ଥାନା ଅଞ୍ଚଳରେ ଆସୁଥିବାରୁ ସଦର ଥାନା ଏସ୍‌ଆଇ ସନ୍ତୋଷ କୁମାର ବିଷୋୟୀ ଏ ନେଇ ଟାଉନ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ୩ ଦିନ ପରେ ଜଙ୍ଗଲରୁ ବବୁଲୁଙ୍କୁ ଧରିବା ପରେ କୋର୍ଟଚାଲାଣ କରିଛି। ଏନେଇ ସଦର ଥାନା ଅଧିକାରୀ ପ୍ରେମଦା ନାଏକଙ୍କୁ ପଚାରିବାରୁ ରାତିରେ ଅଭିଯୁକ୍ତ ପାଣି ପିଇବା ବାହାନାରେ ଖସି ପଳାଇ ଯାଇଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ୨୫ ମି. ପିସ୍ତଲରେ ଇଶାଙ୍କୁ ରୌପ୍ୟ, ନିରାଶ କଲେ ମନୁ

ନାଗୋୟା,୨୮ା୯: ଭାରତୀୟ ଶୁଟର ଇଶା ସିଂ ମହିଳା ୨୫ ମି. ପିସ୍ତଲ ବ୍ୟକ୍ତିଗତ ଇଭେଣ୍ଟରେ ରୌପ୍ୟ ପଦକ ଜିତିଛନ୍ତି। ଚଳିତ ଏସିଆନ ଗେମ୍ସରେ ଶୁଟିଂ ପ୍ରତିଯୋଗିତାରେ ଏହା…

ତେଜିଲା ଆନ୍ଦୋଳନ, ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ କଂଗ୍ରେସର ବିକ୍ଷୋଭ

ଛତ୍ରପୁର,୨୮।୯(ଦିଲ୍ଲୀପି ସାମଲ/ଦ୍ୱାରିକା ସାମଲ): ଅଖିଳ ଭାରତ କଂଗ୍ରେସ କମିଟିର ନିର୍ଦ୍ଦେଶ କ୍ରମେ ଭୋଟ ଚୋରି ଅଭିଯୋଗକୁ ନେଇ ମୁଖ୍ୟ ନିର୍ବାଚନ କମିସନରଙ୍କ ବିରୋଧରେ ଗଞ୍ଜାମ ଜିଲା କଂଗ୍ରେସ…

ପଞ୍ଚାୟତ କାର୍ଯ୍ୟାଳୟରେ ଆଇନ ସଚେତନତା: ବିଭିନ୍ନ ଆଇନ ସମ୍ପର୍କରେ ଆଲୋଚନା

ଦିଗପହଣ୍ଡି, ୨୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ କାର୍ଯ୍ୟାଳୟ ସଭାଗୃହରେ ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ସୋମବାର ଏକ…

୧୬ ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି: ବିଭିନ୍ନ ମହଲରୁ ଶୁଭେଚ୍ଛା

କର୍ଲାମୁଣ୍ଡା, ୨୮।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ୧୬ ଜଣ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ପଦୋନ୍ନତି ମିଳିଥିବା ଜଣାପଡ଼ିଛି। ଏଥିରେ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୩ ଜଣ…

କାଠ ସଂଗ୍ରହ ବେଳେ ମହୁମାଛି ଆକ୍ରମଣ: ୪ ଜଣ ଆହତ, ତୁମୁଡ଼ିବନ୍ଧ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ

ତୁମୁଡ଼ିବନ୍ଧ, ୨୮୯ (ଦୀପକ କୁମାର ପରାସେଠ): ଜାଳେଣି କାଠ ସଂଗ୍ରହ କରିବାକୁ ଜଙ୍ଗଲକୁ ଯାଇଥିବାବେଳେ ମହୁମାଛି ଆକ୍ରମଣରେ ୪ ଜଣ ଆହତ ହୋଇଛନ୍ତି। କନ୍ଧମାଳ ଜିଲା ତୁମୁଡ଼ିବନ୍ଧ…

କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲା: ବିଦ୍ୟୁତ୍‌ ବିଭାଗର ୩ ଯନ୍ତ୍ରୀ କଲେ ଆତ୍ମସମର୍ପଣ

କେନ୍ଦୁଝର,୨୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲାରେ ୩ଜଣ ଯନ୍ତ୍ରୀ ଆତ୍ମସମର୍ପଣ କରିଛନ୍ତି। ସୋମବାର କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ବିଦ୍ୟୁତ୍‌…

ମଙ୍ଗଳ-ଚନ୍ଦ୍ରଙ୍କ ସଂଯୋଗରେ ମହାଲକ୍ଷ୍ମୀ ରାଜଯୋଗ: ୨୦୨୭ ପୂର୍ବରୁ କର୍କଟ ସମେତ ୪ ରାଶି ହେବେ ମାଲାମାଲ, ଘରକୁ ଆସିବ ଖୁସିଖବର!

ନଭେମ୍ବର ଆରମ୍ଭରେ ଗ୍ରହମାନଙ୍କ ସ୍ଥିତିରେ ଏକ ବିଶେଷ ପରିବର୍ତ୍ତନ ଦେଖିବାକୁ ମିଳିବ। ପଞ୍ଚାଙ୍ଗ ଅନୁସାରେ, ୧ ନଭେମ୍ବର ୨୦୨୬ରେ ଚନ୍ଦ୍ର ଓ ମଙ୍ଗଳ ଏକାଠି କର୍କଟ ରାଶିରେ…

ଟ୍ରକ୍‌ ଡ୍ରାଇଭରଙ୍କ ଝିଅ ରଚିଲେ ଇତିହାସ: ଏସିଆନ ଗେମ୍‌ରେ ଭାଙ୍ଗିଲେ ୪୨ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସ ୨୦୨୬ରେ ତାମିଲନାଡୁର ଆଥଲେଟ ବିଥ୍ୟା ରାମରାଜ ନିଜ ନାଁରେ କରିଛନ୍ତି ଏକ ବଡ଼ ରେକର୍ଡ। ମହିଳା ୪୦୦ ମିଟର ହର୍ଡଲ୍ସରେ ସେ ୫୪.୭୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?