ଥାନାରେ ଫିନାଇଲ୍‌ ପିଇ ଅଟକ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ, ଗୁରୁତର ଅବସ୍ଥାରେ ବ୍ରହ୍ମପୁର ମେଡିକାଲରେ ଭର୍ତ୍ତି

ଦିଗପହଣ୍ଡି/ପାଟପୁର,୧୨।୬(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ପାଟପୁର ଥାନାରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ହତ୍ୟା ମାମଲାରେ ତଦନ୍ତ ପାଇଁ ଅଟକ ଥିବା ଜଣେ ଯୁବକ ଶୌଚାଳୟକରେ ଫିନାଇଲ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଯୁବକ ଜଣକ ହେଲେ କବିସୂର୍ଯ୍ୟନଗରର ପ୍ରମୋଦ ଦଳାଇ। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ଆଡ଼ପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପୋଲିସ ଭର୍ତ୍ତି କରିଥିଳା। ସେଠାରେ ତାଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

ସୂଚନାନୁଯାୟୀ, ଗତ ମେ’ ୨୩ ତାରିଖରେ ହିଞ୍ଜିଳିକାଟୁର ବିଭୁପ୍ରସାଦ ଦାସ ନାମକ ଜଣେ ଯୁବକଙ୍କୁ ପାଟପୁର ଥାନା ଅଧୀନ ତପ୍ତପାଣି ଜଙ୍ଗଲରେ ଗଞ୍ଜେଇ ବ୍ୟବସାୟକୁ କେନ୍ଦ୍ର କରି ହତ୍ୟା କରାଯାଇଥିଲା। ଏହି ମାମଲାରେ ପୋଲିସ ପୂର୍ବରୁ ୨ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲେ। ପ୍ରମୋଦ ଏହି ହତ୍ୟା ମାମଲା ରେ ସମ୍ପୃକ୍ତ ଥିବା ସନ୍ଦେହରେ ଗତ ଗୁରୁବାର ରାତିରେ ପାଟପୁର ପୋଲିସ କବିସୂର୍ଯ୍ୟନଗରରୁ ତାଙ୍କୁ ଉଠାଇ ଆଣି ଥାନାରେ ଅଟକ ରଖିଥିଲେ। ଶୁକ୍ରବାର ସକାଳେ ପ୍ରମୋଦ ଥାନା ପରିସରରେ ଥିବା ଶୌଚାଳୟକୁ ଶୌଚ ନିମନ୍ତେ ଯିବାକୁ କହି ସେଠାରେ ରଖାଯାଇଥିବା ଫିନାଇଲ ପିଇ ଦେଇଥିଲେ। ସେ ଦୀର୍ଘ ସମୟ ହେଲା ଶୌଚାଳୟରୁ ନ ଫେରିବାରୁ ଡ୍ୟୁଟିରେ ଥିବା ପୋଲିସ କର୍ମଚାରୀମାନେ କବାଟ ତାଡ଼ି ତାଙ୍କୁ ଅଚେତ ଅବସ୍ଥାରେ ଉଦ୍ଧାର କରିଥିଲେ। ପ୍ରଥମେ ତାଙ୍କୁ ନିକଟସ୍ଥ ଆଡପଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଆମ୍ବୁଲାନ୍ସ ଯୋଗେ ବ୍ରହ୍ମପୁର ବଡ଼ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ତେବେ ପ୍ରମୋଦଙ୍କ ବିବାହ ତାରିଖ ଠିକ ହୋଇଯାଇଥିବା ବେଳେ ସେ ଗିରଫ ହୋଇ ଜେଲ ଯିବା ଭୟରେ ମାନସିକ ଭାରସାମ୍ୟ ହରାଇ ଏଭଳି ଆତ୍ମହତ୍ୟା ଉଦ୍ୟମ କରିଥିବା ଜଣାପଡିଛି। ପାଟପୁର ପୋଲିସ ପକ୍ଷରୁ ଏନେଇ ଯୋଗାଯୋଗ କରାଯାଇଥିଲେ ହେଁ ସବିଶେଷ ସୂଚନା ଦେବାକୁ ପୋଲିସ ମନା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri