ଥାନାରେ ଫିନାଇଲ୍‌ ପିଇ ଅଟକ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ, ଗୁରୁତର ଅବସ୍ଥାରେ ବ୍ରହ୍ମପୁର ମେଡିକାଲରେ ଭର୍ତ୍ତି

ଦିଗପହଣ୍ଡି/ପାଟପୁର,୧୨।୬(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ପାଟପୁର ଥାନାରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ହତ୍ୟା ମାମଲାରେ ତଦନ୍ତ ପାଇଁ ଅଟକ ଥିବା ଜଣେ ଯୁବକ ଶୌଚାଳୟକରେ ଫିନାଇଲ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଯୁବକ ଜଣକ ହେଲେ କବିସୂର୍ଯ୍ୟନଗରର ପ୍ରମୋଦ ଦଳାଇ। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ଆଡ଼ପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପୋଲିସ ଭର୍ତ୍ତି କରିଥିଳା। ସେଠାରେ ତାଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

ସୂଚନାନୁଯାୟୀ, ଗତ ମେ’ ୨୩ ତାରିଖରେ ହିଞ୍ଜିଳିକାଟୁର ବିଭୁପ୍ରସାଦ ଦାସ ନାମକ ଜଣେ ଯୁବକଙ୍କୁ ପାଟପୁର ଥାନା ଅଧୀନ ତପ୍ତପାଣି ଜଙ୍ଗଲରେ ଗଞ୍ଜେଇ ବ୍ୟବସାୟକୁ କେନ୍ଦ୍ର କରି ହତ୍ୟା କରାଯାଇଥିଲା। ଏହି ମାମଲାରେ ପୋଲିସ ପୂର୍ବରୁ ୨ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲେ। ପ୍ରମୋଦ ଏହି ହତ୍ୟା ମାମଲା ରେ ସମ୍ପୃକ୍ତ ଥିବା ସନ୍ଦେହରେ ଗତ ଗୁରୁବାର ରାତିରେ ପାଟପୁର ପୋଲିସ କବିସୂର୍ଯ୍ୟନଗରରୁ ତାଙ୍କୁ ଉଠାଇ ଆଣି ଥାନାରେ ଅଟକ ରଖିଥିଲେ। ଶୁକ୍ରବାର ସକାଳେ ପ୍ରମୋଦ ଥାନା ପରିସରରେ ଥିବା ଶୌଚାଳୟକୁ ଶୌଚ ନିମନ୍ତେ ଯିବାକୁ କହି ସେଠାରେ ରଖାଯାଇଥିବା ଫିନାଇଲ ପିଇ ଦେଇଥିଲେ। ସେ ଦୀର୍ଘ ସମୟ ହେଲା ଶୌଚାଳୟରୁ ନ ଫେରିବାରୁ ଡ୍ୟୁଟିରେ ଥିବା ପୋଲିସ କର୍ମଚାରୀମାନେ କବାଟ ତାଡ଼ି ତାଙ୍କୁ ଅଚେତ ଅବସ୍ଥାରେ ଉଦ୍ଧାର କରିଥିଲେ। ପ୍ରଥମେ ତାଙ୍କୁ ନିକଟସ୍ଥ ଆଡପଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଆମ୍ବୁଲାନ୍ସ ଯୋଗେ ବ୍ରହ୍ମପୁର ବଡ଼ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ତେବେ ପ୍ରମୋଦଙ୍କ ବିବାହ ତାରିଖ ଠିକ ହୋଇଯାଇଥିବା ବେଳେ ସେ ଗିରଫ ହୋଇ ଜେଲ ଯିବା ଭୟରେ ମାନସିକ ଭାରସାମ୍ୟ ହରାଇ ଏଭଳି ଆତ୍ମହତ୍ୟା ଉଦ୍ୟମ କରିଥିବା ଜଣାପଡିଛି। ପାଟପୁର ପୋଲିସ ପକ୍ଷରୁ ଏନେଇ ଯୋଗାଯୋଗ କରାଯାଇଥିଲେ ହେଁ ସବିଶେଷ ସୂଚନା ଦେବାକୁ ପୋଲିସ ମନା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ବୟାନ ପରେ ଶେୟାର ବଜାରରେ ହାହାକାର! ନିବେଶକଙ୍କ ବୁଡ଼ିଲା ୪ ଲକ୍ଷ କୋଟି

ନୂଆଦିଲ୍ଲୀ,୮।୭: ବୁଧବାର ଭାରତୀୟ ଶେୟାର ବଜାରରେ ଏକ ବଡ଼ ଧରଣର ଉତ୍ଥାନ ଦେଖିବାକୁ ମିଳିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ କଡ଼ା ବୟାନ ଅସ୍ଥିର ବିଶ୍ୱ…

ଘର ପୋଛିବା ପରେ ବି ମାଛି ହେଉଛନ୍ତି କି? ସବୁଦିନ ଦୂର କରିବାକୁ ଆପଣାନ୍ତୁ ଏହି ଟିପ୍ସ…

ଘର ସଫା କରିବା ହେଉଛି ପ୍ରତ୍ୟେକ ଲୋକଙ୍କ ନିତିଦିନିଆ କାମ। କିନ୍ତୁ ଅଧିକାଂଶ ସମୟରେ ଘର ସଫା କରିବା ପରେ ବି ଚାରିପାଖରେ ମାଛିମାନେ ଘେରି ରହିଥାନ୍ତି।…

ପୁଣି ଯୁଦ୍ଧ ମୁହାଁ ମିଡଲ ଇଷ୍ଟ, ଇରାନ ଉପରେ ଆକ୍ରମଣ ପରେ ଟ୍ରମ୍ପ କହିଛନ୍ତି – ତେହରାନ ସରକାର ଏକ କର୍କଟ; ଶୀଘ୍ର ଅସ୍ତ୍ରୋପଚାର ଆବଶ୍ୟକ, ଜବାବ ରଖିଲା ଇରାନ

ଓ୍ବାଶିଂଟନ,୮।୭: ପଶ୍ଚିମ ଏସିଆ ପୁଣି ଥରେ ବଡ଼ ସଂଘର୍ଷ ଆଡକୁ ମୁହାଁଇଥିବା ପରି ମନେ ହେଉଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇରାନ ସରକାର…

ଭୁବନେଶ୍ୱର କୋର୍ଟକୁ ବୋମା ଧମକ, ବ୍ୟାପକ ସୁରକ୍ଷା ବ୍ୟବସ୍ଥା; ବୋମା ନିଷ୍କ୍ରିୟକାରୀ ଦଳର ଛାନଭିନ୍ ଜାରି

ଭୁବନେଶ୍ୱର, ୮।୭: ରାଜଧାନୀ ଭୁବନେଶ୍ୱର କୋର୍ଟକୁ ବୋମା ଧମକ ମିଳିବା ପରେ ସମଗ୍ର କୋର୍ଟ ପରିସରରେ ହାଇ ଆଲର୍ଟ ଜାରି କରାଯାଇଛି। ଧମକ ଖବର ପାଇବା ମାତ୍ରେ…

ପାଞ୍ଚ ଦିନ ମଧ୍ୟରେ କାହିଁକି ତରଳିଗଲେ ବାବା ବର୍ଫାନି? ଏକ୍ସପର୍ଟ କହିଲେ ଏହାର କାରଣ

ଶ୍ରୀନଗର,୮।୭: ପବିତ୍ର ଅମରନାଥ ଗୁମ୍ଫାରେ ପ୍ରାକୃତିକ ଭାବରେ ଗଠିତ ବରଫ ଶିବଲିଙ୍ଗ ତୀର୍ଥଯାତ୍ରାର ପ୍ରଥମ ସପ୍ତାହ ମଧ୍ୟରେ ପ୍ରାୟ ସମ୍ପୂର୍ଣ୍ଣ ଭାବରେ ଉଭାନ ହୋଇଗଲା। ଜୁଲାଇ ୩…

ଚର୍ଚ୍ଚାରେ ପିସି: ପ୍ୟାରିସ୍‌ରେ କଲେ…

ବଲିଉଡ୍‌ରୁ ହଲିଉଡ ପର୍ଯ୍ୟନ୍ତ ରାଜ୍‌ କରୁଥିବା ପ୍ରିୟଙ୍କା ଚୋପ୍ରା ବେଶ୍‌ ଆତ୍ମବିଶ୍ୱାସୀ। କାମରେ ହେଉ କି ପୋଷାକ ସେ ସର୍ବଦା ନିଜକୁ ଦୃଢ ଭାବରେ ପ୍ରଦର୍ଶିତ କରିଥାନ୍ତି।…

ନୂତନ ବନାଞ୍ଚଳ ଅଧିକାରୀଙ୍କ କାର୍ଯ୍ୟରେ ଯୋଗଦାନ, କହିଲେ ଜଙ୍ଗଲ ସୁରକ୍ଷା ପ୍ରତି ଗୁରୁତ୍ୱ ଦେବା ସହ ନିୟମିତ…

ଦାରିଙ୍ଗବାଡ଼ି,୮ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳରେ ନୂତନ ଭାବେ ବନାଞ୍ଚଳ ଅଧିକାରୀ ଲକ୍ଷ୍ମୀନାରାୟଣ ପଣ୍ଡା କାର୍ଯ୍ୟରେ ଯୋଗଦାନ କରିଛନ୍ତି। ସେ କାର୍ଯ୍ୟରେ ଯୋଗଦେବା ପରେ ବନାଞ୍ଚଳର…

ପୋଲିସ୍‌ରେ ୩୩ ହଜାର ପଦବୀ ଖାଲି: ବଡ଼ ସୂଚନା ଦେଲେ DGP

ଭୁବନେଶ୍ୱର,୭।୮: ଓଡ଼ିଶା ପୋଲିସରେ ୩୩ ହଜାର ପଦବୀ ଖାଲି ରହିଛି। ଏନେଇ ଡିଜିପି ଓ୍ବାବି ଖୁରାନିଆ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଜନସଂଖ୍ୟା ଅନୁସାରେ ପୋଲିସ ବିଭାଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri