ଦଇତାପତିଙ୍କର ହେବ କରୋନା ଟେଷ୍ଟ: ୨୭, ୨୮ରେ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ସ୍ବାବ୍‌ ସଂଗ୍ରହ

ପୁରୀ ଅଫିସ,୨୬ା୫: ଦଇତାପତିମାନେ ସର୍ବଦା ମହାପ୍ରଭୁଙ୍କୁ ମିଳିତ ଭାବେ ସେବା ଯୋଗାଇ ଦେଇଥାନ୍ତି। ତେଣୁ ସେମାନଙ୍କର ସେବା ହେଉଛି ଗୋଷ୍ଠୀଗତ ସେବା। ଶ୍ରୀମନ୍ଦିର ପ୍ରଶାସନ ନିର୍ଦ୍ଦେଶ ମୁତାବକ ଚଳିତବର୍ଷ ମହାପ୍ରଭୁଙ୍କ ସ୍ନାନଯାତ୍ରା ପହଣ୍ଡିରେ କେତେ ଦଇତାପତି ସାମିଲ ହେବେ ତାହା ଚୂଡ଼ାନ୍ତ ହୋଇଛି। ଏ ସମ୍ପର୍କରେ ବୈଠକ ହୋଇ ସବିଶେଷ ଆଲୋଚନା କରାଯାଇ ନିଷ୍ପତ୍ତି ନିଆଯାଇଛି। ନିଷ୍ପତ୍ତି ଅନୁଯାୟୀ, ଶ୍ରୀଜଗନ୍ନାଥଙ୍କ ପହଣ୍ଡିରେ ୬୦, ଶ୍ରୀବଳଭଦ୍ରଙ୍କ ୫୦, ଦେବୀ ସୁଭଦ୍ରାଙ୍କ ୩୦ ଏବଂ ଶ୍ରୀସୁଦର୍ଶନଙ୍କ ପହଣ୍ଡିରେ ୧୦ ଦଇତାପତି ସାମିଲ ହେବେ। ସ୍ନାନପୂର୍ଣ୍ଣିମା ଦିନ ଚତୁର୍ଦ୍ଧାବିଗ୍ରହଙ୍କ ପହଣ୍ଡି ସରି ରୁନ୍ଧା ହେବା ପରେ ସ୍ନାନମଣ୍ଡରେ ସୀମିତ ସଂଖ୍ୟକ ସେବାୟତ ରହିବେ। କୋଭିଡ୍‌ ଗାଇଡ୍‌ଲାଇନକୁ ପାଳନ କରିବା ଉପରେ ଯଥେଷ୍ଟ ଗୁରୁତ୍ୱ ଦିଆଯାଇ ମହାପ୍ରଭୁଙ୍କ ନୀତି କରାଯିବ ବୋଲି ଦଇତାପତି ନିଯୋଗ ସଭାପତି ରବୀନ୍ଦ୍ର ଦାସମହାପାତ୍ର କହିଛନ୍ତି। ସେହିପରି ଦଇତାପତି ସେବକମାନେ ହୋମ୍‌ କ୍ବାରାଣ୍ଟାଇନରେ ରହିବେ। ଏଥିସହ ଯେଉଁମାନେ ମହାପ୍ରଭୁଙ୍କ ନୀତିରେ ସାମିଲ ହେବେ ସେମାନଙ୍କର କରୋନା ଟେଷ୍ଟ ହେବ। ଏଥିପାଇଁ ଆସନ୍ତା ୨୭ ଓ ୨୮ ତାରିଖରେ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ସେମାନଙ୍କ ସ୍ବାବ୍‌ ସଂଗ୍ରହ କରାଯିବ। ଏ ନେଇ ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଅଜୟ କୁମାର ଜେନା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ACSO, ଲାଞ୍ଚ ନେବାବେଳେ ରେଡ୍‌ ହ୍ୟାଣ୍ଡରେ ଧରାପଡ଼ିଲେ

କେନ୍ଦୁଝର,୨୭ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ବୁଧବାର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି ଚମ୍ପୁଆ ଅତିରିକ୍ତ ସିଭିଲ ସପ୍ଲାଏ ଅଧିକାରୀ (ACSO)।  ତାଙ୍କ ନାଁ ଭୂମାରାମ ମୁର୍ମୁ ବୋଲି ଜଣାପଡ଼ିଛି।…

ତାଳଚୁଆ ସାମୁଦ୍ରିକ ଥାନାରେ ଥାର୍ଡ ଡିଗ୍ରୀ : ମହିଳା ଓ ତାଙ୍କ ପୁଅଙ୍କୁ ଥାନାରେ ମାଡ଼

ଭୁବନେଶ୍ୱର/ରାଜନଗର, ୨୭।୫(ତ୍ରିନାଥ ମହାନ୍ତି/ଭାସ୍କର ରାଉତରାୟ): ବାରଙ୍ଗ ଥାନାରେ ଜଣେ ଯୁବକଙ୍କୁ ପତ୍ନୀ ହତ୍ୟା ସନ୍ଦେହରେ ପୋଲିସ ଉଠାଇ ଆଣି ଥାର୍ଡ ଡିଗ୍ରୀ ଦେଇ ଗୁରୁତର କରି ଆଇସିୟୁ’ରେ…

CM ବିଜୟଙ୍କ ଫିଲ୍ମ ଇଣ୍ଡଷ୍ଟ୍ରିକୁ ବଡ଼ ଉପହାର! ଥ୍ରୀଏଟରରେ ବଦଳିବ ୭୦ ବର୍ଷର ନିୟମ, ଏବେ ହେବ ଜୋରଦାର ରୋଜଗାର

ଚେନ୍ନାଇ,୨୭।୫: ତାମିଲନାଡୁର ନବନିର୍ୱାଚିତ ମୁଖ୍ୟମନ୍ତ୍ରୀ ତଥା ସୁପରଷ୍ଟାର୍‌ ଥାଲାପତି ବିଜୟ (Thalapathy Vijay) ଏବେ ଏଭଳି ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି, ଯାହା ତାମିଲ ଫିଲ୍ମ ଇଣ୍ଡଷ୍ଟ୍ରି…

ସ୍ନାତକ ନାମଲେଖା ପାଇଁ ଆଜିଠାରୁ ଆବେଦନ

ଭୁବନେଶ୍ୱର, ୨୭।୫(ସୁଚିସ୍ମିତା ସାହୁ):୨୦୨୬-୨୭ ଶିକ୍ଷାବର୍ଷ ପାଇଁ ସ୍ନାତକ ପାଠ୍ୟକ୍ରମରେ ନାମଲେଖା ଆବେଦନ ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୨୭ ତାରିଖରୁ ଅନ୍‌ଲାଇନ୍‌ରେ ଆବେଦନ…

ପୁରୀର ଏକ ରିସର୍ଟରୁ ଗିରଫ ହେଲେ TMC ବିଧାୟକ

ପୁରୀ,୨୭ା୫: ପଶ୍ଚିମବଙ୍ଗର ପୂର୍ବତନ ପରିବହନ ମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ(TMC)ର ବରିଷ୍ଠ ନେତା ଦିଲ୍ଲୀପ ମଣ୍ଡଳଙ୍କୁ ଏସ୍‌ଟିଏଫ୍‌ ଦ୍ୱାରା ଗିରଫ ହୋଇଥିବା ନେଇ ସୂଚନା ମିଳିଛି ।…

ଆଉ ୨ ଦିନ ଗରମ, ଗୁଳୁଗୁଳି

ଭୁବନେଶ୍ୱର ୨୭।୫ (ବନ୍ଦନା ସେଠୀ): ରାଜ୍ୟରେ ତାପମାତ୍ରାରେ ସାମାନ୍ୟ ହ୍ରାସ ଘଟିଥିଲେ ମଧ୍ୟ ମଙ୍ଗଳବାର ଗରମ ଓ ଗୁଳୁଗୁଳି ଜାରି ରହିଥିଲା। ୨୦ ସ୍ଥାନର ତାପମାତ୍ରା ୪୦…

ବ୍ୟବସାୟୀଙ୍କ ଦୋକାନରୁ ୪୩ ରନ୍ଧନ ଗ୍ୟାସ୍‌ ସିଲିଣ୍ଡର ଜବତ, ଅତର୍କିତ ଚଢାଉ କରି ପୋଲିସ…

ମହାକାଳପଡ଼ା, ୨୭ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଆପାଳ ସାମୁଦ୍ରିକ ଥାନା କଣ୍ଟିଲୋ ଓ ପୂର୍ବ ସୁନୀତି ଗ୍ରାମରେ ଦୁଇ ବ୍ୟବସାୟୀଙ୍କ ଦୋକାନ ଗୃହରୁ…

୧୦ ବର୍ଷର ଝିଅକୁ ବଳାତ୍କାର ପରେ ହତ୍ୟା ଘଟଣାର ପ୍ରେସମିଟ୍‌ କରୁଥିବାବେଳେ ହସି ହସି ଗଡ଼ିଲେ ୩ IPS: ଭିଡିଓ ଭାଇରାଲ ପରେ…

କୋଏମ୍ବାଟୁର,୨୭।୫: ତାମିଲନାଡୁର କୋଏମ୍ବାଟୁରରେ ଜଣେ ୧୦ ବର୍ଷୀୟା ଝିଅକୁ ବଳାତ୍କାର ପରେ ହତ୍ୟା କରାଯାଇଥିଲା। ଏହି ନୃଶଂସ ହତ୍ୟାକାଣ୍ଡ ସମଗ୍ର ରାଜ୍ୟକୁ ଦୋହଲାଇ ଦେଇଛି। ବିଜୟ ସରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri