ଦଇବ ସାଧିଲା ଦାଉ: ମା’ଙ୍କୁ ହରାଇ ଦୁଇ ଝିଅ ଅନାଥ; ସରକାରୀ ସହାୟତା ଯୋଗାଇ ଦେବାକୁ ଦାବି

ପାଟଣା, ୧୦।୧୧(ସ୍ବ.ପ୍ର.)-ଦଇବ ସାଧିଛି ଦାଉ। ପ୍ରଥମେ ବାପା ଆରପାରିକୁ ଚାଲିଯାଇଥିବାବେଳେ ଶୁକ୍ରବାର ମା’ଙ୍କ ଅକାଳ ମୃତ୍ୟୁ ଘଟିଛି । ଫଳରେ ଦୁଇ ନିଷ୍ପାପ ଶିଶୁ ଅନାଥ ହୋଇଯାଇଛନ୍ତି। ସେମାନଙ୍କୁ ଆହା ପଦେ କହିବାକୁ କେହି ନାହାନ୍ତି ା ସେହି ପିଲାଦ୍ୱୟଙ୍କ ଭବିଷ୍ୟତ ସମ୍ପୂର୍ଣ୍ଣ ଅନ୍ଧକାର ହୋଇଯାଇଛି ବୋଲି ଗ୍ରାମବାସୀ କହିଛନ୍ତି ା
ସମ୍ପୂର୍ଣ୍ଣ ଘଟଣାଟି ଏମିତି.. ା କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ସଁରାପଶି ଗ୍ରାମର ମଲ୍ଲୀ ମୁଣ୍ଡାଙ୍କ ମୃତଦେହକୁ ଶୁକ୍ରବାର ସରାସକୋଲା ପଞ୍ଚାୟତ ଝିଞ୍ଜିରିନାଳୀ ଗ୍ରାମ ପୋଖରୀରୁ ଉଦ୍ଧାର କରାଯାଇଥିଲା ା ମଲ୍ଲୀଙ୍କ ଦୁଇ ଝିଅ ସରସ୍ବତୀ (୧୨) ଓ ବୈଶାଖୀ (୮) ମା’ଙ୍କୁ ହରାଇ ସମ୍ପୂର୍ଣ୍ଣ ଭାଙ୍ଗିପଡିଛନ୍ତି ା ଆଜିକୁ ୫ରୁ୬ବର୍ଷ ତଳେ ସେମାନଙ୍କ ବାପା ବୃନ୍ଦା ମୁଣ୍ଡାଙ୍କ ଦେହାନ୍ତ ହୋଇଥିଲା ା ଏହାପରେ ମଲ୍ଲୀ ଦିନମଜୁରିଆ ଭାବେ କାମକରି ଯାହା ରୋଜଗାର କରୁଥିଲେ ସେଥିରେ ତାଙ୍କ ପରିବାର ଚଳୁଥିଲା। ହେଲେ ମଲ୍ଲୀଙ୍କ ଦେହାନ୍ତ ପରେ ସରସ୍ବତୀ ଓ ବୈଶାଖୀ କ’ଣ କରିବେ ଚିନ୍ତା କରି ପାରିନାହାନ୍ତି ା ଏହି ଦୁଇ ଝିଅ ଏବେ ସାହି ପଡିଶାଙ୍କ ଘରେ ରହିବା ସହ ସେମାନଙ୍କ ହାତଟେକା ସହାୟତାରେ ଚଳୁଛନ୍ତି। ସରସ୍ବତୀ ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୬ଷ୍ଠ ଶ୍ରେଣୀରେ ଅଧ୍ୟୟନ କରୁଥିବା ବେଳେ ବୈଶାଖୀ ସାଧୁପଡା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ତୃତୀୟ ଶ୍ରେଣୀରେ ପଢ଼ୁଛନ୍ତି। ମା’ ମଲ୍ଲୀଙ୍କ ମୃତ୍ୟୁ ପରେ ଦୁଇ ଝିଅଙ୍କ ପାଠ ପଢା ଆଉ ପ୍ରତିପୋଷଣ ନେଇ ଗ୍ରାମବାସୀ ଚିନ୍ତାରେ ପଡିଛନ୍ତି। ଏହି ୨ ଅନାଥ ଝିଅଙ୍କ ନିକଟରେ କୌଣସି ସରକାରୀ ସହାୟତା ପହଞ୍ଚି ପାରି ନାହିଁ ା କୌଣସି ଜନପ୍ରତିନିଧି କିମ୍ବା ପ୍ରଶାସନିକ ଅଧିକାରୀ ତାଙ୍କୁ ସମବେଦନା ବି ଜଣାଇନାହାନ୍ତି ା ଏଥିନେଇ ପାଟଣା ବିଡିଓ ଈଶ୍ୱର ଚନ୍ଦ୍ର ନାଏକଙ୍କୁ ଯୋଗାଯୋଗ କରିବାରୁ ପିଲା ଦୁହିଁଙ୍କୁ ସମସ୍ତ ସରକାରୀ ସହାୟତା ଯୋଗାଇ ଦିଆଯିବ । ସେମାନଙ୍କ ପାଠ ପଢାର ସୁବିଧା ପାଇଁ କୌଣସି ଏକ ହଷ୍ଟେଲର ବ୍ୟବସ୍ଥା କରାଯିବ ବୋଲି କହିଛନ୍ତି। ଏଇ ଦୁଇ ନିଷ୍ପାପ ଶିଶୁଙ୍କ ଥଇଥାନ ଓ ଭବିଷ୍ୟତ ନେଇ ଜିଲା ପ୍ରଶାସନ ଓ ଶିଶୁ ସୁରକ୍ଷା ସମିତି ପଦକ୍ଷେପ ଗ୍ରହଣ କରିବାକୁ ଦାବି ହେଉଛି। ଅନ୍ୟପକ୍ଷରେ ଏହି ଦୁଇ ନାବାଳିକାଙ୍କୁ ରାଜ୍ୟ ଓ କେନ୍ଦ୍ର ସରକାର ସହାୟତା ରାଶି ପ୍ରଦାନ କରିବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇନଷ୍ଟାଗ୍ରାମ ଆଇଡି ହ୍ୟାକ୍ କରି ଯୁବତୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ, ଧରାପଡିବା ପରେ…..

ଆନନ୍ଦପୁର,୬ା୧୦(ସୁଶାନ୍ତ କୁମାର ସାହୁ ): ଇନଷ୍ଟାଗ୍ରାମ ଆଇଡି ହ୍ୟାକ କରି ଜଣେ ଯୁବତୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ କରିବା ଅଭିଯୋଗରେ ଘଷିପୁରା ପୋଲିସ ଜଣେ ଯୁବକକୁ ଗିରଫ…

ମହିଳାଙ୍କୁ ନିର୍ଯାତନା ଦେଖି ତାତିଲେ ମହିଳା: ଶାଶୁ , ବଡ଼ଯାଆଙ୍କୁ ନିର୍ଧୁମ ଛେଚିଲେ, ଭିଡିଓ ଭାଇରାଲ

ହାଟଡିହୀ, ୫/୧୦ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଏକ ଗ୍ରାମରେ ଜଣେ ବିଧବା ମହିଳାଙ୍କୁ ତାଙ୍କ ଶ୍ୱଶୁର ଘର ଲୋକେ ବାରମ୍ବାର ନିର୍ଯାତନା ଦେଉଥିବା…

କଣ୍ଟିଆପଡ଼ାରେ ‘ସେବା ସେତୁ’ ଅଭିଯାନ

ପାଟଣା, ୫/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ କଣ୍ଟିଆପଡ଼ା ପଞ୍ଚାୟତ ସଭାଗୃହରେ ସୋମବାର ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବିଡିଓ…

ଗଣେଶ ମୂର୍ତ୍ତି ବିସର୍ଜନରେ ନିୟମ ଭଙ୍ଗ: ଅତ୍ୟଧିକ ଉଚ୍ଚଶବ୍ଦରେ ଡିଜେ ବଜାଇବା ପଡ଼ିଲା ମହଙ୍ଗା, ଗାଡ଼ିକୁ ଜବତ କଲା ପୋଲିସ

ବଞ୍ଚୋ,୫।୧୦(ପ୍ରଦୋଷ ବିଶ୍ୱାଳ ): କେନ୍ଦୁଝର ଜିଲା ଘଷିପୁରା ଥାନା ପୋଲିସ ଡିଜେ ଗାଡ଼ିକୁ ଜବତ କରିଛି । ପୋଡ଼ାଖମଣ ଗ୍ରାମରେ ଗଣେଶ ମୂର୍ତ୍ତି ବିସର୍ଜନ ଶୋଭାଯାତ୍ରା ସମୟରେ…

ରାସ୍ତା ପାର ହେଉଥିବା ବେଳେ ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ଧକ୍କା ଦେଲା ଟ୍ରକ, ରାସ୍ତାରେ….

ପାଟଣା,୫ା୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଚିଲିଦାସ୍ଥିତ ଏବିସିଡିଆର ଅଙ୍ଗିକଳା ଉଚ୍ଚ ବିଦ୍ୟାଳୟ ସମ୍ମୁଖରେ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?