ଦକ୍ଷତା ବଢିଲେ ମହିଳା ଆତ୍ମନିର୍ଭରଶୀଳ ହୋଇପାରିବେ

ସୋନପୁର,୧୪।୯(ନି.ପ୍ର.)
ପ୍ରଶିକ୍ଷଣ ମାଧ୍ୟମରେ ସ୍ବୟଂ ସହାୟକ ଗୋଷ୍ଠୀର ମହିଳାଙ୍କ ଦକ୍ଷତା ବୃଦ୍ଧି କରିବାକୁ ପଡିବ। ଦକ୍ଷତା ବଢିଲେ ହିଁ ମହିଳା ଆତ୍ମନିର୍ଭରଶୀଳ ହୋଇପାରିବେ ବୋଲି ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ଖୁଞ୍ଜିଆବାହାଲ ଗ୍ରାମରେ ଅନୁଷ୍ଠିତ ବାଉଁଶ ଶିଳ୍ପ ତାଲିମ ଶିବିରରେ ଅତିଥିମାନେ ମତପ୍ରକାଶ କରିଛନ୍ତି। ନାବାର୍ଡ ଓ ଶ୍ୱୋର ସ୍ବେଚ୍ଛାସେବୀ ଅନୁଷ୍ଠାନର ମିଳିତ ସହଯୋଗରେ ଏହି ତାଲିମ ଶିବିର ଶୁକ୍ରବାର ଉଦ୍‌ଘାଟିତ ହୋଇଥିଲା। ଏସ୍‌ଏଚଜିର ୩୦ଜଣ ସଭ୍ୟା ୧୫ ଦିନ ପର୍ଯ୍ୟନ୍ତ ଏଠାରେ ବାଉଁଶରେ ବିଭିନ୍ନ ସୂକ୍ଷ୍ମ କାରୁ କାର୍ଯ୍ୟ ପ୍ରସ୍ତୁତି ସମ୍ପର୍କରେ ପ୍ରଶିକ୍ଷଣ ନେବେ। ନାବାର୍ଡର ଡିଡିଏମ ତାପସ ଶଙ୍କର ରାଉତ, ଏଲଡିଏମ ସରୋଜ କୁମାର ଦାଶ, ଡିଆରଡିଏର ଏଫଆଇସି ସୋମନାଥ ପୁରୋହିତ ଓ ଷ୍ଟେଟ୍‌ବ୍ୟାଙ୍କ ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ କେନ୍ଦ୍ରର ନିର୍ଦ୍ଦେଶକ ରାଜକିଶୋର ରାୟ ପ୍ରମୁଖ ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଯୋଗଦେଇ ସରକାରଙ୍କ ବିଭିନ୍ନ ଯୋଜନା ସମ୍ବନ୍ଧରେ ବୁଝାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ବଡ଼ ଧରଣର ଲୁଟ୍, ଶୋଇଥିବା ବେଳେ ଲୁଟିନେଲେ ୨୦ଲକ୍ଷ….

ଖଇରା,୨୩।୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ କୁରୁଣ୍ଟା ପଞ୍ଚାୟତ ଅଧୀନ ବାରିଙ୍ଗିଆ ଗ୍ରାମରେ ବଡ଼ ଧରଣର ଲୁଟ ହୋଇଥିବା ନେଇ ଅଭିଯୋଗ ହୋଇଛି ।…

ସରପଞ୍ଚ-ସମିତିସଭ୍ୟଙ୍କ ତୁ ତୁ ମେ ମେ, ଦୁର୍ଦ୍ଦଶା ଭୋଗୁଛନ୍ତି ଲୋକେ

ରିଷିଡ଼ା,୨୩ା୭(ସୁଶାନ୍ତ ମଲ୍ଲିକ): ରାସ୍ତା କାମ କରିବା ପାଇଁ ଜନପ୍ରତିନିଧି ସରପଞ୍ଚ ଓ ସମିତିସଭ୍ୟଙ୍କ ଭିତରେ ତୁ ତୁ ମେ ମେ ଯୋଗୁ ଦେଢ଼ମାସ ହେଲା ରାସ୍ତା କାମ…

ଆଜି ବରଗଡ଼ରେ ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ: ତା’ ପୂର୍ବରୁ ଚାଷୀନେତାଙ୍କୁ ଉଠାଇ ନେଲା ପୋଲିସ

ବରଗଡ଼,୨୩।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଗସ୍ତରେ ଗୁରୁବାର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସୁଛନ୍ତି । ଜିଲାର ଅତାବିରା ବ୍ଲକ ଅନ୍ତର୍ଗତ…

ଆଜି ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଗୁଣ୍ଡିଚା ମନ୍ଦିରରେ ଦର୍ଶନ, ବାହୁଡ଼ା-ସୁନାବେଶ ପାଇଁ ଜାଣି ରଖନ୍ତୁ ଟ୍ରାଫିକ୍‌ କଟକଣା…

ପୁରୀ,୨୩ା୭(ଅଜିତ୍‌ କୁମାର ମହାନ୍ତି): ଗୁରୁବାର ଗୁଣ୍ଡିଚା ମନ୍ଦିରରେ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ ଦର୍ଶନ। ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପ୍ରବଳ ଭିଡ଼ ଲାଗିରହିଛି।। ସନ୍ଧ୍ୟା…

ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସିଖବର: ବଢିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର, ୨୩।୭: ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଗୁରୁବାର ଏକ ଖୁସିଖବର ମିଳିଛି। ରାଜ୍ୟ ସରକାର ମହଙ୍ଗା ଭତ୍ତା ୫% ବୃଦ୍ଧି କରିଛନ୍ତି। ଫଳରେ ମହଙ୍ଗା ଭତ୍ତା ୨୫୭%ରୁ…

ରାଜନୀତିରେ ହଲଚଲ: ଓଡ଼ିଶାର ସାଂସଦଙ୍କ ସହ ଧର୍ମେନ୍ଦ୍ର ପ୍ରଧାନଙ୍କ ବଡ଼ ବୈଠକ, ସାମିଲ ହେଲେ…

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ…

କିଡ୍‌ନୀ ରୋଗରେ ପୁଣି ଜଣେ ଚାଷୀଙ୍କ ମୃତ୍ୟୁ: ଚିକିତ୍ସା ଅଭାବକୁ ନେଇ ପୁଣି ଉଠିଲା ପ୍ରଶ୍ନ

ଅମରପାଲି,୨୩।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ବହଳପଦର ପଞ୍ଚାୟତ ଅନ୍ତର୍ଗତ ଗୌଡ଼ଗାଡ଼ ଗ୍ରାମର ଚାଷୀ ସପନ ପଧାନ (୫୯)ଙ୍କ କିଡ୍‌ନୀ ରୋଗରେ ମଙ୍ଗଳବାର ମୃତ୍ୟୁ ଘଟିଛି।…

ବାହାଘରରୁ ଫେରୁଥିବା ବେଳେ ବଡ଼ ଅଘଟଣ: ପୋଖରୀକୁ ଖସି ପଡିଲା କାର୍‌: ୫ ମୃତ

ଢେଙ୍କାନାଳ,୨୩।୭( ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଛାଟିଆ ନିକଟରେ ଏକ ଇନୋଭା କାର୍‌ ଗୁରୁବାର ଭୋର୍‌ ୪ଟା ସମୟରେ ଭାରସାମ୍ୟ ହରାଇ ରାସ୍ତା କଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri