ଦକ୍ଷତା ବିକାଶ କାର୍ଯ୍ୟକ୍ରମର ଅଗ୍ରଗତି ଉପରେ ଗୁରୁତ୍ୱ ଦିଆଯାଉଛି: ମନ୍ତ୍ରୀ

ଭୁବନେଶ୍ୱର,୨୦।(ବ୍ୟୁରୋ): କର୍ମନିଯୁକ୍ତି ସହାୟକ ତାଲିମ କାର୍ଯ୍ୟକ୍ରମ ଓ ପ୍ରଧାନମନ୍ତ୍ରୀ କୌଶଳ ବିକାଶ ଯୋଜନା ଅନ୍ତର୍ଗତ ଦକ୍ଷତା ବିକାଶ ତାଲିମ କାର୍ଯ୍ୟକ୍ରମରେ କାର୍ଯ୍ୟରତ ପ୍ରକଳ୍ପ କାର୍ଯ୍ୟକାରୀ ସଂସ୍ଥାଗୁଡ଼ିକର ଯୁଗ୍ମ ସମୀକ୍ଷା ବୈଠକ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରେମାନନ୍ଦ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି । ନିୟୋଜନ ଭବନଠାରେ ସୋମବାର ଆୟୋଜିତ ଏହି ବୈଠକରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର କମିଶନର ସଂଜୟ କୁମାର ସିଂଙ୍କ ସମେତ ଅନ୍ୟ ଅଧିକାରୀମାନେ ବୈଠକରେ ଉପସ୍ଥିତ ଥଇଲେ। ଏହି ଅବସରରେ ଅଧ୍ୟକ୍ଷତା କରି ମନ୍ତ୍ରୀ ନାୟକ କହଛନ୍ତି, ସରକାର ଯୁବକମାନଙ୍କ ଦକ୍ଷତା ବୃଦ୍ଧି ସହ କର୍ମନଯୁକ୍ତି ଦିଗକୁ ସର୍ବଦା ଅଗ୍ରାଧିକାର ଦେଉଛନ୍ତି। ଦେଶର ଅର୍ଥନୈତିକ ବିକାଶ କ୍ଷେତ୍ରରେ ‘ଦକ୍ଷତା’ ଏକ ପ୍ରମୁଖ ମାପକାଠି ଅଟେ । ଏହାକୁ କେହି ଅସ୍ବୀକାର କରି ପାରିବେନାହିଁ । ଅର୍ଥନୈତିକ ବିକାଶ ଦିଗରେ କୃଷିଠାରୁ ଆରମ୍ଭ କରି ନିର୍ମାଣ କ୍ଷେତ୍ର ପର୍ଯ୍ୟନ୍ତ ସବୁଠାରେ କୁଶଳୀ ଓ ଦକ୍ଷ ଶ୍ରମିକର ଆବଶ୍ୟକତା ଓ ଯୋଗଦାନ ଅପରିହାର୍ଯ୍ୟ ଅଟେ । ତେଣୁ ବିକାଶଧରାକୁ ଆଗେଇ ନେବା ପାଇଁ ପରିବର୍ତ୍ତିତ ଶିଳ୍ପାୟନ ଓ ବଜାରର ଆଭିମୁଖ୍ୟକୁ ଦୃଷ୍ଟିରେ ରଖିବା ଗୁରୁତ୍ବପୂର୍ଣ୍ଣ ଅଟେ । ରାଜ୍ୟ ସରକାର ଆସନ୍ତା ୫ବର୍ଷରେ ୧୫ଲକ୍ଷ ଯୁବକଙ୍କୁ ତାଲିମ ମାଧ୍ୟମରେ ସେମାନଙ୍କ ଦକ୍ଷତାର ବିକାଶ କରିବାକୁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ଏଥିପାଇଁ ସରକାର ଦକ୍ଷତା ତାଲିମ କାର୍ଯ୍ୟକ୍ରମରେ ପରିମାଣ ଓ ମାନ ଉଭୟ ଦିଗକୁ ନଜର ଦେଇ ବିଭିନ୍ନ କାର୍ଯ୍ୟ ହାତକୁ ନେଇଛନ୍ତି ା ଏହି ଅଭିନବ ମିଶନ୍‌ର ଲକ୍ଷ୍ୟ ହାସଲ ଦିଗରେ ସମସ୍ତ ତାଲିମ ସହଯୋଗୀଙ୍କ ସହଯୋଗ ନିହାତି ଆବଶ୍ୟକ ବୋଲି ମନ୍ତ୍ରୀ ନାୟକ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ତ୍ରିରଙ୍ଗା ଅଭିଯାନରେ ସାମିଲ ହେଲେ ଜିଲାପାଳ, ସ୍ବାଧୀନତା ସଂଗ୍ରାମୀ ତ୍ୟାଗ ଓ ବଳିଦାନକୁ ମନେ ପକାଇ…

ଛତ୍ରପୁର,୧୩ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସ୍ବାଧୀନତା ଦିବସ ପୂର୍ବରୁ ଦେଶବ୍ୟାପୀ ‘ହର୍‌ଘର ତ୍ରିରଙ୍ଗା’ ଅଭିଯାନକୁ ସଫଳ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ନିଜ ବାସଭବନରେ…

ଦାରିଙ୍ଗବାଡିରେ ହର୍‌ ଘର୍‌ ତ୍ରିରଙ୍ଗା: ଯୋଗଦେଲେ ଶହ ଶହ ଛାତ୍ରୀଛାତ୍ର

ଦାରିଙ୍ଗବାଡି, ୧୩।୮(ଅରୁଣ ସାହୁ): ଆଉ ମାତ୍ର ଗୋଟିଏ ଦିନ ପରେ ଦେଶ ପାଳିବ ସ୍ବାଧୀନତା ଦିବସ। ଏହି ଅବସରରେ ସାରା ଦେଶ ଉତ୍ସବ ମୁଖର ହୋଇଥିବାବେଳେ ଏଥିରେ…

ଆହୁରି ସକ୍ରିୟ ହେଲା ଲଘୁଚାପ, ଏହି ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କଲା IMD

ଭୁବନେଶ୍ବର,୧୩।୮: ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ ହେଲା ଲଘୁଚାପ । ଏହାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।…

ଜାତି ଅଲଗା, ମମତା ଗୋଟିଏ! ଗାଈର ବାଛୁରୀକୁ ନିଜ କ୍ଷୀର ପିଆଇଲା କୁକୁର, ଭିଡିଓ ଦେଖି ଭାବବିହ୍ବଳ ଲୋକେ

ସୋସିଆଲ ମିଡିଆରେ ଏହିଦିନଗୁଡ଼ିକରେ ଏକ ଅତ୍ୟନ୍ତ ଭାବବିହ୍ବଳ କରିଦେଉଥିବା ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଭିଡିଓଟି ଦେଖି ଲୋକଙ୍କ ହୃଦୟ ତରଳି ଯାଉଛି। ଭିଡିଓରେ ଏକ…

ହୀରାକୁଦ ଡ୍ୟାମକୁ ପ୍ରବେଶ କରୁଛି ୧ ଲକ୍ଷ ଘନଫୁଟରୁ ଅଧିକ ବନ୍ୟାଜଳ, ୨ ଗେଟ୍‌ରେ ହେଉଛି ନିଷ୍କାସନ

ସମ୍ବଲପୁର,୧୩ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାର ପୁଣି ୪ଟି ସ୍ଲୁଇସ୍‌ ଗେଟ୍‌ ବନ୍ଦ କରାଯାଇଛି ଫଳରେ ବର୍ତ୍ତମାନ କେବଳ ୨ଟି ଗେଟ୍‌ରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ତେବେ…

କୂଳ ଲଙ୍ଘୁଛି ସମୁଦ୍ର: ପଥର ବନ୍ଧ ନିର୍ମାଣ ଦାବି ଦୋହରାଇଲେ ଅଞ୍ଚଳବାସୀ

ଛତ୍ରପୁର,୧୩।୮(ଦିଲୀପ ସାମଲ): ଦିନକୁ ଦିନ ସମୁଦ୍ର କୂଳ ଲଘୁଂଥିବାରୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି। ସମୁଦ୍ର ଉପକୂଳରେ ସ୍ଥାୟୀ ପଥର ବନ୍ଧ…

ଗୁଟଖା-ତମାଖୁ ଉପରେ ସରକାରଙ୍କ ବଡ଼ ଆକ୍ସନ୍! ୧ ବର୍ଷ ପାଇଁ ବ୍ୟାନ୍

ବେଙ୍ଗାଲୁରୁ,୧୩।୮: ଗୁଟଖା-ତମାଖୁକୁ ନେଇ ବଡ଼ ନିଷ୍ପତ୍ତି ନେଇନ୍ତି କର୍ନାଟକ ସରକାର । ରାଜ୍ୟ ସରକାର ଗୁଟ୍‌ଖା, ପାନ ମସଲା ଏବଂ ତମାଖୁ-ନିକୋଟିନ୍‌ଯୁକ୍ତ ଉତ୍ପାଦଗୁଡ଼ିକ ଉପରେ ଏକ ବର୍ଷ…

ମାତ୍ର ୧୫ ବର୍ଷ ବୟସରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୩।୮: ଭାରତୀୟ କ୍ରିକେଟରେ ସବୁଠାରୁ ବିସ୍ଫୋରକ ଯୁବ ବ୍ୟାଟରମାନଙ୍କ ମଧ୍ୟରେ ସାମିଲ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ଲଗାତାର ଚର୍ଚ୍ଚାରେ ରହିଛନ୍ତି। ଜିମ୍ବାୱେ ଗସ୍ତରେ ମଧ୍ୟ ବ୍ୟାଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri