ଦକ୍ଷତା ବିକାଶ ପ୍ରଶିକ୍ଷଣ ଆଳରେ ୬୨ ଲକ୍ଷ ଠକେଇ

ଭୁବନେଶ୍ୱର,୧୯ା୬(ବ୍ୟୁରୋ): ଦକ୍ଷତା ବିକାଶ ପ୍ରଶିକ୍ଷଣ ଆଳରେ ୧୫ ଏନ୍‌ଜିଓଠାରୁ ୬୨ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ। ଏହି ଘଟଣାରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ମଙ୍ଗଳବାର ରୁଧିତାପ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି ଆଣ୍ଡ୍‌ ମ୍ୟାନେଜମେଣ୍ଟ(ଆର୍‌ଆଇଟିଏମ)ର ପରିଚାଳନା ନିର୍ଦ୍ଦେଶକଙ୍କୁ ଗିରଫ କରିଛି। ସେ ହେଲେ ଜଗସିଂପୁର ଜିଲା କୁଜଙ୍ଗ ଥାନା ଅଧୀନ ବାଗୋଇ ଗ୍ରାମର ସୁଧୀର ସାହୁ। ତାଙ୍କୁ ଭୁବନେଶ୍ୱରର ଏସ୍‌ଡିଜେଏମ୍‌ କୋର୍ଟକୁ ଚାଲାଣ କରାଯାଇଥିଲା। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଝାରପଡ଼ା ଜେଲ୍‌କୁ ପଠାଇ ଦିଆଯାଇଛି। ତେବେ ପଚରାଉଚରା ପରେ ସୁଧୀର କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ କରିଥିବା ଜଣାପଡ଼ିବା ପରେ ଇଓଡବ୍ଲ୍ୟୁ ପକ୍ଷରୁ ଅଧିକ ଖୋଳତାଡ଼ ଆରମ୍ଭ ହୋଇଛି।
ସୂଚନା ମୁତାବକ, ଅଭିଯୁକ୍ତ ସୁଧୀର ଠକେଇ ପାଇଁ ସ୍ବାସ୍ଥ୍ୟ, ପରିମଳ ଏବଂ ଦକ୍ଷତା ବିକାଶ କ୍ଷେତ୍ରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ କାମ କରୁଥିବା ଏନ୍‌ଜିଓଗୁଡିକୁ ଟାର୍ଗେଟ କରିଥିଲେ। ରସୁଲଗଡ ଥାନା ଅନ୍ତର୍ଗତ ପଳାଶୁଣୀ ସପ୍ତସତୀ ବିହାରରେ ଏକ ଭଡ଼ା ଘରେ ଇନ୍‌ଷ୍ଟିଚ୍ୟୁଟ୍‌ ଓ ଅଫିସ ଖୋଲିଥିଲେ। ଭାରତ ସରାକରଙ୍କ ଅଧୀନରେ ପରିଚାଳିତ ନ୍ୟାଶନ୍ୟାଲ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଇଲେକ୍ଟ୍ରୋନିକ୍ସ ଆଣ୍ଡ୍‌ ଇନଫରମେଶନ ଟେକ୍ନୋଲୋଜି, ଖଦି ଭିଲେଜ ଇଣ୍ଡଷ୍ଟ୍ରିଜ୍‌ କମିଶନଙ୍କଠାରୁ ଦକ୍ଷତା ବିକାଶ ପ୍ରଶିକ୍ଷଣ ପାଇଁ ଫ୍ରାଞ୍ଚାଇଜ୍‌ ଆଣିଥିବା ଜାଲ୍‌ କାଗଜପତ୍ର ଦେଖାଇ ବିଭିନ୍ନ ଏନ୍‌ଜିଓ ସଂସ୍ଥାଠାରୁ ଟଙ୍କା ଆଦାୟ କରିଥିଲେ। ପ୍ରଶିକ୍ଷଣ ଦେବାକୁ ହେଲେ ପ୍ରଥମେ ପ୍ରଶିକ୍ଷକଙ୍କ ଦରମା ବାବଦରେ ପ୍ରତି ପିଲାଙ୍କ ମୁଣ୍ଡ ପିଛା ପ୍ରଶିକ୍ଷଣ ଦେୟ ଜମା କରିବାକୁ ପଡିବ ଓ ପ୍ରଶିକ୍ଷଣ ସରିବା ପରେ ଏନ୍‌ଜିଓ ସଂସ୍ଥାମାନେ ଜମା ଦେଇଥିବା ଅର୍ଥର ୬ ଗୁଣ ଫେରିପାଇବେ ବୋଲି କାଗଜପତ୍ରରେ ଚୁକ୍ତି କରିଥିଲେ। ନୟାଗଡ ଜିଲାରେ ଥିବା ହରିଜନ ଆଦିବାସୀ ମହିଳା ସମିତି ଏନଜିଓର ସମ୍ପାଦକ ବିଜୟ କୁମାର ମହାପାତ୍ର ପ୍ରଥମେ ଟଙ୍କା ଜମା କରିଥିଲେ। ଉକ୍ତ ଏନ୍‌ଜିଓ ସମେତ ୧୫ରୁ ଊର୍ଦ୍ଧ୍ୱ ସଂସ୍ଥା ବହୁ କୋଟି ଟଙ୍କା ଜମା କରିଥିଲେ। ପରବର୍ତ୍ତୀ ସମୟରେ ପ୍ରଶିକ୍ଷଣ ଦିଆଯାଇ ନ ଥିଲା। ଅଭିଯୁକ୍ତ ସୁଧୀର ପଳାଶୁଣିସ୍ଥିତ କାର୍ଯ୍ୟାଳୟ ବନ୍ଦ କରି ଆଉ ଧରାଛୁଆଁ ଦେଇ ନ ଥିଲେ। ଶେଷରେ ଠକେଇର ଶିକାର ବିଜୟଙ୍କ ସହ ଅନ୍ୟ ଏନ୍‌ଜିଓ ସଂସ୍ଥା ପକ୍ଷରୁ ମଞ୍ଚେଶ୍ୱର ଥାନାରେ ଅଭିଯୋଗ କରିଥିଲେ। ହେଲେ ପୋଲିସ ଅଭିଯୋଗକୁ ଗୁରୁତ୍ୱ ଦେଇ ନ ଥିଲା କି ଅଭିଯୋଗକାରୀଙ୍କୁ କୌଣସି ସହଯୋଗ କରି ନ ଥିଲା। ଶେଷରେ ଜମାକାରୀମାନେ ଗତ ଏପ୍ରିଲ ୨୫ରେ ଏକାଠି ହୋଇ ଇଓଡବ୍ଲୁରେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

ଦଶମ ଶ୍ରେଣୀ ଦିବ୍ୟାଙ୍ଗ ଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅନିଶ୍ଚିତତା, କର୍ତ୍ତୃପକ୍ଷଙ୍କୁ ଦୃଷ୍ଟି ଦେବାକୁ ଦାବୀ           

ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ସରକାରୀ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ର ଗୌତମ ମହାନ୍ତିଙ୍କ ମାଟ୍ରିକ ପରୀକ୍ଷାକୁ ନେଇ ଅନିଶ୍ଚିତତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri