ଦକ୍ଷିଣା ପାଇଁ ଭକ୍ତଙ୍କୁ ଦୁର୍ବ୍ୟବହାର

ପୁରୀ ଅଫିସ,୨୨।୨: ଶ୍ରୀମନ୍ଦିରକୁ ଆସୁଥିବା ଶ୍ରଦ୍ଧାଳୁଙ୍କଠାରୁ ଦାନ, ଦକ୍ଷିଣା ଆଦାୟ କରାଯାଇପାରିବ ନାହିଁ। ଏହା ଉପରେ ରୋକ୍‌ ଲଗାଇଛନ୍ତି ସୁପ୍ରିମ୍‌କୋର୍ଟ। ହେଲେ ଏହାକୁ କେତେକ ସେବାୟତ ମାନୁନାହାନ୍ତି। ଦକ୍ଷିଣା ପାଇଁ ଦର୍ଶନାର୍ଥୀଙ୍କୁ ଜୁଲମ୍‌ କରିବା ସହ ବେଳେ ବେଳେ ଖରାପ ଭାଷାରେ ଗାଳି କରିବା ଭଳି ଅଭିଯୋଗ ମଧ୍ୟ ହୋଇଛିି। ଗୁରୁବାର ଶ୍ରୀମନ୍ଦିରରେ ଅଧିକ ଦକ୍ଷିଣା ଦାବି କରି ଜଣେ ଭକ୍ତଙ୍କୁ ଦୁର୍ବ୍ୟବହାର କରାଯାଇଛି। ସମ୍ପୃକ୍ତ ଭକ୍ତ ଅଭିଯୋଗ କରିବା ପରେ ଶୁକ୍ରବାର ସିଂହଦ୍ୱାର ଥାନାରେ ୫ ସେବାୟତଙ୍କ ନଁ।ରେ ମାମଲା ରୁଜୁ ହୋଇଛି।
ଜଗତ୍‌ସିଂହପୁରର ଜଣେ ବ୍ୟକ୍ତି ଗୁରୁବାର ଶ୍ରୀମନ୍ଦିରକୁ ଆସିଥିଲେ। ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ଭୋଗ ସାମଗ୍ରୀ ଜଣେ ସେବାୟତଙ୍କୁ ଦେଇଥିଲେ। ସମ୍ପୃକ୍ତ ସେବାୟତ ପୂଜା କରିସାରିବା ପରେ ଦକ୍ଷିଣା ମାଗିଥିଲେ। ଶ୍ରଦ୍ଧାଳୁ ଜଣଙ୍କ ଯାହା ଦକ୍ଷିଣା ଦେଲେ ସେ ଗ୍ରହଣ ନ କରି ଅଧିକ ଦକ୍ଷିଣା ଦାବି କରିଥିଲେ। ମାତ୍ର ଶ୍ରଦ୍ଧାଳୁ ଜଣଙ୍କ ଅମଙ୍ଗ ହେବାରୁ ସମ୍ପୃକ୍ତ ସେବାୟତ ଏବଂ ଅନ୍ୟ କେତେଜଣ ସେବାୟତ ମିଶି ତାଙ୍କୁ ଦୁର୍ବ୍ୟବହାର କରିଥିଲେ। ଏ ନେଇ ସମ୍ପୃକ୍ତ ଶ୍ରଦ୍ଧାଳୁ ବେଢା ପରିସର ମନ୍ଦିର କାର୍ଯ୍ୟାଳୟରେ ଅଭିଯୋଗ କରିଥିଲେ। ଏ ସମ୍ପର୍କରେ ସିଂହଦ୍ୱାର ଥାନା ଆଇଆଇସି ଗେହ୍ଲି ସାହୁ କହିଛନ୍ତି, ଅଧିକ ଦକ୍ଷିଣା ପାଇଁ ଗୁରୁବାର କେତେଜଣ ସେବାୟତ ଜଣେ ଶ୍ରଦ୍ଧାଳୁଙ୍କୁ ଖରାପ ଭାଷାରେ ଗାଳି କରିଥିଲେ। ମନ୍ଦିର କାର୍ଯ୍ୟାଳୟରେ ଅଭିଯୋଗ ହେବା ପରେ ତାହା ଶୁକ୍ରବାର ଥାନାକୁ ଫରୱାର୍ଡ କରାଯାଇଥିଲା। ଏହି ଅଭିଯୋଗକୁ ଭିତ୍ତି କରି ୫ ସେବାୟତଙ୍କ ନଁ।ରେ ମାମଲା (ନଂ.୨୧/୨୦) ରୁଜୁ କରାଯାଇଛି।
ସୂଚନାଥାଉ କି, କେବେଳ ଦୁର୍ବ୍ୟବହାର ନୁହେଁ, ଦାନ, ଦକ୍ଷିଣାକୁ ନେଇ ପୂର୍ବରୁ ଶ୍ରୀମନ୍ଦିରରେ ଅନେକ ଥର ଭକ୍ତଙ୍କୁ ମାଡ଼ ମରାଯାଉଛି । ୨୦୧୮ ମେ ୨୦ରେ ପିଣ୍ଡିକାରେ ଟଙ୍କା ପକାଇବାକୁ ନେଇ ମହାରାଷ୍ଟ୍ର ଥାନେ ଅଞ୍ଚଳର ଚେତନ ଗନପତ୍‌ ଅମୋଲକର ଏବଂ ତାଙ୍କ ସ୍ତ୍ରୀଙ୍କୁ ଭିତରକାଠ ନିକଟରେ ୨ଜଣ ସେବାୟତ ଗାଳି କରିଥିଲେ। ପିଣ୍ଡିକାରେ ନୁହେଁ, ତାଙ୍କୁ ଟଙ୍କା ଦେବାକୁ କହିଥିଲେ । ମାତ୍ର ଚେତନ ରାଜି ହୋଇ ନ ଥିଲେ। ଏହାକୁ ନେଇ ସମ୍ପୃକ୍ତ ସେବାୟତ ସ୍ବାମୀ, ସ୍ତ୍ରୀଙ୍କୁ ମାଡ଼ ମାରିଥିଲେ। ଏହି ଘଟଣା ପରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜଗମୋହନରେ ୪ଟି ସିସିଟିଭି ଲଗାଯାଇଥିଲା। ଉଦ୍ଦେଶ୍ୟ ଥିଲା ସେବାୟତଙ୍କ ଆଚରଣ ଏବଂ ଉଚ୍ଚାରଣରେ ପରିବର୍ତ୍ତନ ଆସିବ। ହେଲେ ସେଥିରେ ଫରକ୍‌ ଆସୁନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଅତ୍ୟାଚାର, ଶୋଷଣ ବିରୋଧରେ ସ୍ବର ଉତ୍ତୋଳନ ଲୋଡ଼ା

ଭଞ୍ଜନଗର,୩୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ଚକରା ବିଷୋୟୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ‘ଚକରା ବିଷୋୟୀଙ୍କ ଐତିହାସିକ...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୫୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...

ନୂଆ ବର୍ଷରେ ନୂଆ ପଦକ୍ଷେପ

ଯାଜପୁର,୩୧ା୧୨: : କର୍କଟ ପୀଡିତଙ୍କ ପାଇଁ 14 ଇଞ୍ଚ କେଶଦାନ କଲେ ଜୟ ମହାକାଳ ଫାଉଣ୍ଡେସନର ସଦସ୍ୟା ପୂଜାରାଣୀ ବେହେରା । ଇଂରାଜୀ ନୂଆବର୍ଷ ଆରମ୍ଭକୁ...

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

ରାଶିଫଳ ୨୦୨୬: ମେଷରୁ ମୀନ ରାଶି ପାଇଁ କିପରି କଟିବ ନୂତନ ବର୍ଷ, ସବୁ…

ନୂତନ ବର୍ଷ ନୂତନ ଆଶା ଏବଂ ନୂତନ ସୁଯୋଗ ସହିତ ଆରମ୍ଭ ହୁଏ। ଏହି ସମୟରେ ସମସ୍ତେ ଭାବନ୍ତି ଯେ ନୂଆ ବର୍ଷ କ’ଣ ହେବ...

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri