Posted inଖେଳ

ଦକ୍ଷିଣ ଆଫ୍ରିକାର ପ୍ରଥମ ବିଜୟ

କାର୍ଡିଫ୍‌,୧୬।୬(ଏଏଫ୍‌ପି)- ଚଳିତ ବିଶ୍ୱକପ୍‌ରେ ୫ଟି ମ୍ୟାଚ୍‌ ଖେଳିବା ପରେ ଦକ୍ଷିଣ ଆଫ୍ରିକା ପ୍ରଥମଥର ପାଇଁ ବିଜୟର ସ୍ବାଦ ଚାଖିଛି। ସ୍ଥାନୀୟ ସୋଫିଆ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଦ୍ୱିତୀୟ ତଥା ଦିବାରାତ୍ର ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ଡକ୍‌ଓ୍ବର୍ଥ ଲୁଇସ୍‌ ନିୟମରେ ୧୧୬ଟି ବଲ ବାକି ରଖି ୯ ଉଇକେଟରେ ଆଫଗାନିସ୍ତାନକୁ ପରାସ୍ତ କରିଛି। ବର୍ଷା ଯୋଗୁ ଖେଳ ବାଧାପ୍ରାପ୍ତ ହେବା ଫଳରେ ମ୍ୟାଚକୁ ୪୮ ଓଭରରେ ସୀମିତ ରଖାଯାଇଥିଲା। ଟସ୍‌ ହାରି ବ୍ୟାଟିଂ ଆମନ୍ତ୍ରଣ ପାଇଥିବା ଆଫଗାନିସ୍ତାନ ୩୪.୧ ଓଭରରେ ୧୨୫ ରନ କରି ଅଲଆଉଟ ହୋଇଥିଲା। ଦଳ ତରଫରୁ ରସିଦ ଖାଁ ସର୍ବାଧିକ ୩୫, ନୁର ଅଲି ଜଡ୍ରାନ ୩୨ ଓ ହଜରତୁଲ୍ଲା ଜାଜାଇ ୨୨ ରନ କରି ଆଉଟ ହୋଇଥିବା ବେଳେ ଅନ୍ୟମାନେ ଦୁଇଅଙ୍କ ଛୁଇଁପାରି ନ ଥିଲେ। ବୋଲିଂରେ ଦକ୍ଷିଣ ଆଫ୍ରିକା ତରଫରୁ ଇମ୍ରାନ ତାହିର ସର୍ବାଧିକ ୪, କ୍ରିସ ମୋରିସ ୩, ଆଣ୍ଡିଲ ଫେଲୁକ୍ୱାୟୋ ୨, କାଗିସୋ ରାବାଡ଼ା ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ।
ଜବାବରେ ଦକ୍ଷିଣ ଆଫ୍ରିକା ୨୮.୪ ଓଭରରେ ଗୋଟିଏ ଉଇକେଟ ହରାଇ ୧୩୧ ରନ କରି ବିଜୟୀ ହୋଇଛି। କ୍ୱିଣ୍ଟନ ଡିକକ୍‌ ୬୮ ରନ କରି ଆଉଟ ହୋଇଥିବା ବେଳେ ହାସିମ ଅମଲା ୪୧ ଓ ଆଣ୍ଡିଲ ଫେଲୁକ୍ୱାୟୋ ୧୭ ରନ କରି ଅପରାଜିତ ରହି ଦଳକୁ ବିଜୟୀ କରାଇଥିଲେ। ଗୁଲବଦିନ ନାଇବ ଡିକକ୍‌ଙ୍କୁ ଆଉଟ କରିଥିଲେ। ୪ ଉଇକେଟ ଅକ୍ତିଆର କରିଥିବା ଅଭିଜ୍ଞ ସ୍ପିନର ତାହିର ମ୍ୟାନ ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଛନ୍ତି। ଏଥିସହ ଦକ୍ଷିଣ ଆଫ୍ରିକା ୫ଟି ମ୍ୟାଚ୍‌ ଖେଳି ଗୋଟିଏ ବିଜୟ, ୩ଟି ପରାଜୟ ଓ ଗୋଟିଏ ବିନା ଫଳାଫଳ ସହ ୩ ପଏଣ୍ଟ ହାସଲ କରି ସପ୍ତମ ସ୍ଥାନରେ ରହିଛି। ଅନ୍ୟପଟେ ଆଫଗାନିସ୍ତାନ ୪ଟି ମ୍ୟାଚ୍‌ ଖେଳି ୪ଟି ପରାଜୟ ସହ ଖାତା ଖୋଲି ନ ପାରି ଅନ୍ତିମ ତଥା ଦଶମ ସ୍ଥାନରେ ରହିଛି।
ସଂକ୍ଷିପ୍ତ ସ୍କୋର:
ଆଫଗାନିସ୍ତାନ ୩୪.୧ ଓଭରରେ ୧୨୫ ଅଲଆଉଟ
(ରସିଦ- ୩୫, ଜଡ୍ରାନ- ୩୨, ଜାଜାଇ- ୨୨, ତାହିର- ୪/୨୯, ମୋରିସ- ୩/୧୩, ଫେଲୁକ୍ୱାୟୋ-୨/୧୮)।
ଦକ୍ଷିଣ ଆଫ୍ରିକା ୨୮.୪ ଓଭରରେ ୧୩୧/୧
(ଡିକକ- ୬୮, ଅମଲା-୪୧*, ଫେଲୁକ୍ୱାୟୋ- ୧୭*, ନାଇବ-୧/୨୯ )।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର

ଷ୍ଟକହୋମ,୬।୧୦: ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି; ମଙ୍ଗଳବାର ଏହି ଘୋଷଣା କରାଯାଇଥିଲା। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ଫ୍ରାନ୍ସିସ ହାଲଜେନ୍‌…

Gyanesh Kumar Net Worth: ମୁଖ୍ୟ ନିର୍ବାଚନ କମିଶନରଙ୍କ ମାସକୁ ଦରମା କେତେ? ଜାଣନ୍ତୁ ବଙ୍ଗଳା, ଗାଡ଼ିଠାରୁ ପେନସନ ଯାଏ ମିଳୁଥିବା ସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦେଶରେ ଯେତେବେଳେ ବି ନିର୍ୱାଚନ ମାହୋଲ ସୃଷ୍ଟି ହୁଏ କିମ୍ୱା ଭୋଟର ତାଲିକାକୁ ନେଇ ବିବାଦ ଉପୁଜେ, ସେତେବେଳେ ଭାରତୀୟ ନିର୍ୱାଚନ ଆୟୋଗ (ECI) ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?