Posted inଖେଳ

ଦକ୍ଷିଣ ଆଫ୍ରିକା ଗସ୍ତ ନେଇ କଥା ଦେଇନାହୁଁ: ଧୂମଲ

ନୂଆଦିଲ୍ଲୀ,୨୨।୫(ପି.ଟି.): ଆସନ୍ତା ଅଗଷ୍ଟରେ ଭାରତର ଦକ୍ଷିଣ ଆଫ୍ରିକା ଗସ୍ତ ନେଇ କୌଣସି କଥା ଦେଇନାହୁଁ ବୋଲି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) କୋଷାଧ୍ୟକ୍ଷ ଅରୁଣ କୁମାର ଧୂମଲ କହିଛନ୍ତି। ଏହି କ୍ରମରେ ଗସ୍ତ ନେଇ ଦକ୍ଷିଣ ଆଫ୍ରିକା କରିଥିବା ଦାବିକୁ ସେ ଖଣ୍ଡନ କରିଛନ୍ତି।
ପୂର୍ବରୁ ଅଗଷ୍ଟରେ ଭାରତ ଦକ୍ଷିଣ ଆଫ୍ରିକା ଗସ୍ତରେ ଆସି ଏକ ଟି୨୦ ସିରିଜ ଖେଳବ ବୋଲି କ୍ରିକେଟ ସାଉଥ୍‌ ଆଫ୍ରିକା ନିର୍ଦ୍ଦେଶକ ଜ୍ୟାକ କାଲିସ ଗୁରୁବାର ଘୋଷଣା କରିଥିଲେ। ତେବେ ଏହାକୁ ଧୂମଲ ଅସ୍ବୀକାର କରିଛନ୍ତି। କୋଡିଡ-୧୯ କାରଣରୁ ଦକ୍ଷିଣ ଆଫ୍ରିକାର ଭାରତ ଗସ୍ତ ଅଧାରୁ ବାତିଲ ହୋଇଥିଲା। ସେତେବେଳେ ଭାରତ ଦକ୍ଷିଣ ଆଫ୍ରିକା ଗସ୍ତ କରିବା ନେଇ ଏକ ଆଲୋଚନା ହୋଇଥିଲା। ତେବେ ଆମେ ଏ ନେଇ କୌଣସି କଥା ଦେଇନାହୁଁ ବୋଲି ଏକ ସାକ୍ଷାତକାର ଦେବା ଅସବରରେ ଧୂମଲ କହିଛନ୍ତି।
ଯେପର୍ଯ୍ୟନ୍ତ ସରକାର ଆମକୁ ଅନୁମତି ଦେଇନାହାନ୍ତି ସେ ପର୍ଯ୍ୟନ୍ତ ବିସିସିଆଇ କୌଣସି ଗସ୍ତ ପାଇଁ କଥା ଦେବାର ପ୍ରଶ୍ନ ଉଠୁନାହିଁ ବୋଲି ବିସିସିଆଇର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି। ଏବେ ଜୁଲାଇରେ ଶ୍ରୀଲଙ୍କା ଓ ପରେ ଜିମ୍ବାଓ୍ବେ ଗସ୍ତ ନେଇ ମଧ୍ୟ ଆମେ କିଛି କହିପାରିବୁ ନାହିଁ ବୋଲି ଧୂମାଲ ସ୍ପଷ୍ଟ କରିଛନ୍ତି।
ଅନ୍ୟପଟେ ଦକ୍ଷିଣ ଆପ୍ରିକା ଏକ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ ଆୟୋଜନ କରିବାକୁ ବେଶ୍‌ ବ୍ୟଗ୍ର ହୋଇପଡିଛି। ଏହା ବଦଳରେ ଅକ୍ଟୋବର- ନଭେମ୍ବରରେ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଆୟୋଜନ ନେଇ ଦକ୍ଷିଣ ଆଫ୍ରିକା ଭାରତକୁ ସମର୍ଥନ କରିବ ବୋଲି ଚର୍ଚ୍ଚା ହେଉଛି। ଅବଶ୍ୟ ଏଥିପାଇଁ ଅଷ୍ଟ୍ରେଲିଆରେ ଆୟୋଜନ ହେବାକୁ ଥିବା ଟି୨୦ ବିଶ୍ୱକପ୍‌କୁ ଘଞ୍ଚାଯିବ ଜରୁରୀ। ଇତିମଧ୍ୟରେ ଟି୨୦ ବିଶ୍ୱକପ ଘୁଞ୍ଚିବା ନିଶ୍ଚିତ ହୋଇଛି। ତେବେ କୌଣସି ବିଶ୍ୱସ୍ତରୀୟ ଇଭେଣ୍ଟକୁ ଘୁଞ୍ଚାଇବା ନେଇ ଭାରତର କୌଣସି ଭୂମିକା ନାହିଁ ବୋଲି ଧୂମଲ ସ୍ପଷ୍ଟ କରିଛନ୍ତି। ଆଗାମୀ କିଛି ଦିନି ମଧ୍ୟରେ ସବୁକିଛି ସ୍ପଷ୍ଟ ହୋଇଯିବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷାରେ ଭାଙ୍ଗିଲା ଝାଟିମାଟି ଘର: ସାହାରା ଖୋଜୁଛନ୍ତି ସମସ୍ତ ସରକାରୀ ଯୋଜନାରୁ ବଞ୍ଚିତ ସନ୍ତୋଷ

ନୂଆପଡା,୩୧ା୭ (ମକାରୁ ବେମାଲ): କୋମନା ବ୍ଲକ ଅନ୍ତର୍ଗତ ଜଡାମୁଣ୍ଡା ଗଁାର ସନ୍ତୋଷ ପ୍ରଧାନୀ (୬୮) ବର୍ଷ ବର୍ଷ ଧରି ଏକ ଝାଟିମାଟି ବାଉଁଶ ଓ ପଲିଥିନରେ ତିଆରି…

ଶ୍ରୀଲଙ୍କା ଗସ୍ତରେ ଏହି ୩ ଷ୍ଟାର ଖେଳାଳିଙ୍କ ପାଇଁ କର ବା ମର ପରିସ୍ଥିତି, ବିଫଳ ହେଲେ ଟିମ ଇଣ୍ଡିଆରୁ ବିଦାୟ!

ନୂଆଦିଲ୍ଲୀ, ୩୧।୭: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଅଗଷ୍ଟ ୧୫ରୁ ଦୁଇଟି ଟେଷ୍ଟ ମ୍ୟାଚର ସିରିଜ ଆରମ୍ଭ ହେଉଛି। ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଦୃଷ୍ଟିରୁ ଏହି ସିରିଜ…

ରାହାଣେଙ୍କ ଅବସର ପରେ କୋହଲିଙ୍କ ଭାବବିହ୍ବଳ ବାର୍ତ୍ତା, ପଢ଼ନ୍ତୁ କ’ଣ କହିଲେ…

ନୂଆଦିଲ୍ଲୀ, ୩୧।୭: କ୍ରିକେଟର ଅନୁଭବୀ ବ୍ୟାଟ୍ସମ୍ୟାନ ଅଜିଙ୍କ୍ୟ ରାହାଣେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ପରେ ତାଙ୍କୁ କ୍ରମାଗତ ଭାବେ ଦିଗ୍ଗଜ ଖେଳାଳିମାନଙ୍କର ଶୁଭେଚ୍ଛା ମିଳୁଛି। ଏହି…

ନିଶା କାରବାରୀଙ୍କୁ ଝଟକା: ୨୭ କେଜି ଗଞ୍ଜେଇ ସହ ଜଣଙ୍କୁ ବାନ୍ଧିଲା ପୋଲିସ

ଭଞ୍ଜନଗର, ୩୧୭(ବାବୁଲା ପ୍ରଧାନ):ନିଶା କାରବାର ବିରୋଧରେ ଗଞ୍ଜାମ ପୋଲିସର କଡ଼ା ଅଭିଯାନ ଜାରି ରହିଥିବାବେଳେ ଭଞ୍ଜନଗର ପୋଲିସକୁ ମିଳିଛି ବଡ଼ ସଫଳତା। ଏକ ବେଆଇନ ଗଞ୍ଜେଇ ଚାଲାଣ…

ଅଭିଜିତ ଦୀପକେଙ୍କୁ ଭାଜପାରୁ ମିଳୁଛି ଧମକ, ଦଳରେ ଯୋଗ ନଦେଲେ….

ନୂଆଦିଲ୍ଲୀ,୩୧।୭: ସିଜେପି ନେତା ଅଭିଜିତ୍‌ ଦୀପକେ ଭାଜପା ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ଗଣମାଧ୍ୟମ ପ୍ରତିନିଧିଙ୍କ ପ୍ରଶ୍ନର ଉତ୍ତର ଦେଇ ସେ କହିଛନ୍ତି, ଭାଜପାରେ ଯୋଗଦେବା ପାଇଁ…

ପୁଣି ବିଳମ୍ବିତ ରାତିରେ Video ଜାରି କଲେ ମୋଦି, ପେପର୍‌ ଲିକ୍‌ ମାଫିଆ…

ନୂଆଦିଲ୍ଲୀ,୩୧।୭: ସଂସଦରେ ‘ପେପର ଲିକ୍‌ ନିରୋଧୀ ବିଲ୍‌’ ବା ସାଧାରଣ ପରୀକ୍ଷା(ଅସାଧୁ ଉପାୟ ପ୍ରତିରୋଧ)ସଂଶୋଧନ ବିଲ୍‌ ୨୦୨୬ ପାରିତ ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ…

ଟ୍ରମ୍ପଙ୍କ ନୂଆ ପ୍ଲାନ୍! ଆମେରିକାରେ ପଢ଼ି ଚାକିରି କଲେ ଦେବାକୁ ହେବ ଏତେ କୋଟି ଟଙ୍କା

ଓ୍ବାଶିଂଟନ,୩୧ା୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସରକାର ଏକ ନୂଆ ପ୍ରସ୍ତାବ ଉପରେ ବିଚାର କରୁଛନ୍ତି। ଏହି ପ୍ରସ୍ତାବ କାର୍ଯ୍ୟକାରୀ ହେଲେ, ଆମେରିକାର ବିଶ୍ୱବିଦ୍ୟାଳୟରୁ ପାଠପଢ଼ା ଶେଷ…

ଫେରୁଥିଲେ ବ୍ୟବସାୟୀ, ବାଟରେ ଛକିଥିଲା ଯମ: ଘଟିଗଲା ଏମିତି କିଛି…

ଭଞ୍ଜନଗର,୩୧।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ବେଲଗୁଣ୍ଠ ଥାନା ଅନ୍ତର୍ଗତ ନୂଆଗାଁ ବ୍ରିଜ ନିକଟରେ ଡିମିରି ପଲ୍ଲୀ ଛକରେ ଥିବା ବ୍ରିଜ ତଳକୁ ଶୁକ୍ରବାର ସକାଳୁ ଏକ କାର ଓଲଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri