Posted inଖେଳ

ଦକ୍ଷିଣ ଆଫ୍ରିକା ବିପକ୍ଷ ଦିନିକିଆ ଦଳ ଘୋଷିତ: ପାଣ୍ଡ୍ୟା, ଧାଓ୍ବନ, ଭୁବନେଶ୍ୱରଙ୍କ ପ୍ରତ୍ୟାବର୍ତ୍ତନ

ଅହମଦାବାଦ, ୮।୩(ପ.ଟି.)- ଅଗାମୀ ଦକ୍ଷିଣ ଆଫ୍ରିକା ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ଘରୋଇ ଦିନିକିଆ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା ହୋଇଛି। ନୂଆ ଚୟନ କମିଟି ମୁଖ୍ୟ ସୁନୀଲ ଜୋଶୀଙ୍କ ଅଧ୍ୟକ୍ଷତାରେ ଏହି ଦଳ ଘୋଷଣା କରାଯାଇଛି। ଦୀର୍ଘ ଦିନ ଧରି ଆଘାତ ସମସ୍ୟା ଦେଇ ଗତିକରିଆସୁଥିବା ତାରକା ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା, ଅଭିଜ୍ଞ ଓପନର ଶିଖର ଧାଓ୍ବନ ଓ ଦ୍ରୁତ ବୋଲର ଭୁବନେଶ୍ୱର କୁମାର ଏହି ଦଳକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ତେବେ ଉପ- ଅଧିନାୟକ ରୋହିତ ଶର୍ମା ସମ୍ପର୍ଣ୍ଣ ଫିଟ୍‌ ହୋଇ ନ ଥିବାରୁ ଦଳରେ ସ୍ଥାନ ପାଇନାହାନ୍ତି। ଆସନ୍ତା ୨୯ ତାରିଖରୁ ଆରମ୍ଭ ହେବାକୁ ଯାଉଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ପୂର୍ବରୁ ସେ ଫିଟ୍‌ ହୋଇଯାଇଥିବେ ବୋଲି ଆଶା କରାଯାଉଛି।
ଦ୍ରୁତ ବୋଲର ଶାର୍ଦ୍ଦୁଳ ଠାକୁର ଓ ଅଲରାଉଣ୍ଡର ଶିବମ୍‌ ଦୁବେଙ୍କୁ ଦଳରୁ ବାଦ୍‌ ଦିଆଯାଇଛି। ସେହିପରି ଅଭିଜ୍ଞ କେଦାର ଯାଦବଙ୍କ ବଦଳରେ ଯୁବ ବ୍ୟାଟ୍ସମ୍ୟାନ ଶୁବମନ ଗିଲଙ୍କୁ ସୁଯୋଗ ଦିଆଯାଇଛି। ଶୁବମନ ପାଖାପାଖି ଗୋଟିଏ ବର୍ଷ ତଳେ ଶେଷଥର ପାଇଁ ଦିନିକିଆ ଖେଳିଥିଲେ। ଇଞ୍ଜୁରି କାରଣରୁ ପାଣ୍ଡ୍ୟା ପିଠିରେ ଅସ୍ତ୍ରୋପଚାର କରାଇଥିଲେ। ଡିଓ୍ବାଇ ପାଟିଲ କର୍ପୋରେଶନ ଟି୨୦ ଟୁର୍ନାମେଣ୍ଟରେ ସେ ଦମ୍‌ଦାର ବ୍ୟାଟିଂ କରି ନିଜ ଫିଟ୍‌ନେସର ପ୍ରମାଣ ଦେଇଛନ୍ତି। ସେହିପରି ଧାଓ୍ବନ ଗତ ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ ଖେଳିବା ଅବସରରେ ଆହତ ହୋଇଥିଲେ। ଅନ୍ୟପଟେ ଭୁବନେଶ୍ୱର ଲଣ୍ଡନରେ ସ୍ପୋଟର୍‌ସ ହାର୍ନିଆ ସର୍ଜରୀ କରାଇଥିଲେ। ଧାଓ୍ବନଙ୍କ ପ୍ରତ୍ୟାବର୍ତ୍ତନ ସହ ମୟଙ୍କ ଅଗ୍ରଓ୍ବାଲ ତାଙ୍କ ସ୍ଥାନ ଦଳରେ ହରାଇଛନ୍ତି। ୩ଟି ଯାକ ଦିନିକିଆ ଯଥାକ୍ରମେ ୧୨, ୧୫ ଓ ୧୮ ତାରିଖରେ ଧର୍ମଶାଳା, ଲକ୍ଷ୍ନୌ ଓ କୋଲକାତାରେ ଖେଳାଯିବ।
ଘୋଷିତ ଦଳ: ବିରାଟ କୋହଲି (ଅଧିନାୟକ), ଶିଖର ଧାଓ୍ବନ, ପୃଥ୍ବୀ ଶ, ଲୋକେଶ ରାହୁଲ, ମନୀଷ ପାଣ୍ଡେ, ଶ୍ରେୟାସ ଆୟାର, ରିଷଭ ପନ୍ତ, ହାର୍ଦ୍ଦିକ ପାଣ୍ଡ୍ୟା, ରବୀନ୍ଦ୍ର ଜାଡେଜା, ଭୁବନେଶ୍ୱର କୁମାର, ୟୁଜବେନ୍ଦ୍ର ଚହଲ, ଯଶପ୍ରୀତ ବୁମ୍‌ରା, ନବଦୀପ ସଇନି, କୁଲଦୀପ ଯାଦବ ଓ ଶୁବମନ ଗିଲ।


Enter your email to get our daily news in your inbox.

All Right Reserved By Dharitri.Com

ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ

ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ…

ଜିମ୍‌ରୁ ବାହାରୁଥିବା ବେଳେ ଗାୟକଙ୍କୁ ଗୁଳିକରି ହତ୍ୟା, ୨୦ରୁ ଅଧିକ..

ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶର ଶାମଲୀରେ ବୁଧବାର ସନ୍ଧ୍ୟାରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ସଦର କୋତୱାଲି ଥାନା ଅଞ୍ଚଳରେ ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଚର୍ଚ୍ଚିତ ହରିୟାଣାର ଗାୟକ…

ଗୋଧୋଇବାକୁ ଯାଇ ଫେରିଲେନି ରଥ, ସକାଳୁ ପୋଖରୀରୁ ମିଳିଲା…

ଲାଞ୍ଜିଗଡ,୨୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ରଘୁନାଥପୁର ଗାଁରେ ଅଭାବନୀୟ ଘଟଣା ଘଟିଛି । ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ…

ସେପ୍ଟେମ୍ୱର ୧ରୁ ମହଙ୍ଗା ହେବ ଅଟୋ ଭଡା, ଜାଣନ୍ତୁ କେତେ ଦବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୨୬।୮: ମୁମ୍ୱାଇରେ CNG ରେ ଚାଲୁଥିବା କଳା-ହଳଦିଆ ଟ୍ୟାକ୍ସି ଏବଂ ଅଟୋ ରିକ୍ସାରେ ଯାତ୍ରା କରିବା ୧ ସେପ୍ଟେମ୍ୱରରୁ ମହଙ୍ଗା ହୋଇଯିବ। ମହାରାଷ୍ଟ୍ର ପରିବହନ ପ୍ରାଧିକରଣ ବୁଧବାର…

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…

ଚିନି ଠାରୁ ଆରମ୍ଭ କରି ପେଟ୍ରୋଲ-LPG ଯାଏ, ସେପ୍ଟେମ୍ୱର ୧ରୁ ବଢିବ ଦର! ଜାଣନ୍ତୁ କେଉଁଟା…

ନୂଆଦିଲ୍ଲୀ,୨୬।୮: ସେପ୍ଟେମ୍ୱର ମାସ ଆରମ୍ଭ ହେବା କ୍ଷଣି ସାଧାରଣ ଲୋକଙ୍କ ଜୀବନ ସହ ଜଡ଼ିତ ଅନେକ ନିୟମ ବଦଳିବାକୁ ଯାଉଛି। ଚିନି-ପିଆଜ, ବସ ଯାତ୍ରା, ନିବେଶ, ଗ୍ୟାସ…

ମହିଳାଙ୍କ ପାଇଁ ଖୁସି ଖବର! ରାକ୍ଷୀ ପୂର୍ଣ୍ଣିମାରେ ‘ଆମ ବସ୍’ ଯାତ୍ରା ମାଗଣା, ୭ ସହରରେ ମିଳିବ ସୁବିଧା

ଭୁବନେଶ୍ବର,୨୬।୮: ଗୁରୁବାର ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଏହି ଅବସରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛି କ୍ୟାପିଟାଲ୍ ରିଜିଅନ୍ ଆର୍ବନ୍ ଟ୍ରାନ୍ସପୋର୍ଟ(CRUT) । ରକ୍ଷା ବନ୍ଧନ…

୧ ସେପ୍ଟେମ୍ୱରରେ ଶନି-ଗୁରୁଙ୍କ ମହାମିଳନ! ୩ ରାଶିଙ୍କ ସୁନା ଭଳି ଚମକିବ କ୍ୟାରିୟର, ଆଖି ପିଛୁଳାକେ ଧନ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଏବଂ ସେମାନଙ୍କ ଦ୍ୱାରା ସୃଷ୍ଟି ହେଉଥିବା ଶୁଭ-ଅଶୁଭ ଯୋଗର ବିଶେଷ ମହତ୍ତ୍ୱ ରହିଛି। ୧ ସେପ୍ଟେମ୍ୱର ୨୦୨୬ରେ ଶନି ଏବଂ ଦେବଗୁରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri